ନୂଆବର୍ଷରୁ ଆର୍‌ଟିଓ ଅଫିସରେ ଅଚଳାବସ୍ଥା ଆଶଙ୍କା

ବାରିପଦା ଅଫିସ,୩୦।୧୨:  ଉଚ୍ଚ ନ୍ୟାୟାଳୟଙ୍କ ରାୟକୁ ସରକାର ଅଣଦେଖା କରୁଥିବାରୁ ମୟୂରଭଞ୍ଜ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ)ରେ କାର୍ଯ୍ୟରତ ଡାଟା ଏଣ୍ଟ୍ରି ଅପରେଟର(ସ୍ମାର୍ଟ ଚିପ୍‌)ଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଫଳରେ ନୂତନ ବର୍ଷର ପ୍ରାରମ୍ଭରୁ ପରିବହନ କାର୍ଯ୍ୟାଳୟରେ ଅଚଳାବସ୍ଥା ଆଶଙ୍କା ଦେଖାଦେଇଛି। ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଦୀର୍ଘ ୧୫ବର୍ଷ ଧରି ସ୍ମାର୍ଟ ଚିପ୍‌ ଲିମିଟେଡ଼ ନାମକ ସଂସ୍ଥା ନିରବଚ୍ଛିନ୍ନ ସେବା ଯୋଗାଇ ଆସୁଛି। ୨୦୦୬ରୁ ଅଦ୍ୟାବଧି ଦୈନିକ ୧୦ରୁ ୧୬ ଘଣ୍ଟା ପର୍ଯ୍ୟନ୍ତ ଡାଟା ଏଣ୍ଟ୍ରି ଅପରେଟରମାନେ କାର୍ଯ୍ୟ କରୁଥିଲେ। ଚଳିତ ଡିସେମ୍ବର ମାସ ୩୧ତାରିଖରେ ସରକାରଙ୍କ ସହିତ ଉକ୍ତ କମ୍ପାନୀର ଏଗ୍ରିମେଣ୍ଟ ସରିବାକୁ ଯାଉଛି। ଫଳରେ ଡାଟା ଏଣ୍ଟ୍ରି ଅପରେଟରଙ୍କ ଚାକିରି ନିୟମିତ କରିବା ପାଇଁ ସମସ୍ତେ ଉଚ୍ଚନ୍ୟାୟାଳୟର ଆଶ୍ରୟ ନେଇଥିଲେ। ତଦନୁଯାୟୀ ଗତ ଡିସେମ୍ବର ୨୧ରେ ଉଚ୍ଚ ନ୍ୟାୟାଳୟ ଡବ୍ଲୁପି(ସି) ନଂ. ୯୦୪୪(୨୦୨୦) ଅନୁସାରେ ଉକ୍ତ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଯଥାଶୀଘ୍ର ନିୟମିତ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ସରକାର କୌଣସି ପଦକ୍ଷେପ ନେଇ ନ ଥିବାରୁ ସେମାନଙ୍କ ଭବିଷ୍ୟତ ଅନ୍ଧାର ମଧ୍ୟରେ ରହିିଛି। ପରିବହନ କାର୍ଯ୍ୟାଳୟ କାର୍ଯ୍ୟ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ସରକାର ଏଥିପ୍ରତି ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

୪୦୦ଟଙ୍କା ପାଇଁ ପୁଅ ଭୁଲିଗଲା ରକ୍ତ ସମ୍ପର୍କ, ବାପାକୁ ପିଟିପିଟି ହତ୍ୟା

ମୋରଡା,୨୬।୩(ସ୍ମାରକ ମାଜୀ): ମାତ୍ର ୪୦୦ଟଙ୍କା ପାଇଁ ନିଜ ବାପାଙ୍କୁ ହତ୍ୟା କରିଲେ ପୁଅ । ଏଭଳି ଲୋମହର୍ଷକାରୀ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ଥାନା…

ଯୁବକଙ୍କ ପାଇଁ ନାକେଦମ ହେଲାଣି ପୋଲିସ-ଦମକଳ ବାହିନୀ: ଟାଓ୍ବାର ଉପରକୁ ଚଢିଯିବାରୁ…

ମୋରଡା,୨୬।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବକଙ୍କ ପାଇଁ ପୋଲିସ ଓ଼ ଦମକଳ ବାହିନୀକୁ ନାକେଦମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri