ଡାକ୍ତର ଅଭାବ, ରୋଗୀସେବା ବିପର୍ଯ୍ୟସ୍ତ

ଛେଣ୍ଡିପଦା,୨୯।୧୦(ଅଜିତ ଧଳ)ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ହେଲେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତା ଯୋଗୁ ଦୀର୍ଘଦିନ ହେବ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡିଥିବା ଅଭିଯୋଗ ହେଉଛି। ଏହାର ପ୍ରତିବାଦରେ ଶନିବାର ରାତିରେ ଜିଲା ପରିଷଦ ସଦସ୍ୟ ଯଶୋବନ୍ତ ପ୍ରସାଦ ବେହେରା ମେଡିକାଲ ପରିସରରେ ଧାରଣାରେ ବସିଛନ୍ତି।
ପ୍ରକାଶ ଯେ, ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ଭିତ୍ତିଭୂମି ପ୍ରସ୍ତୁତ ସ୍ବରୂପ ୩୦ଟି ବେଡ୍‌ ବ୍ୟବସ୍ଥା ହୋଇଛି। କିଛି ମାସ ତଳେ ୪ଜଣ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ସେମାନେ ଉଚ୍ଚଶିକ୍ଷା ପାଇଁ ଚାଲିଯିବାରୁ ଏଠାରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ଛେଣ୍ଡିପଦା, ନାକିଟିଦେଉଳ ଓ ରିଆମାଳ ବ୍ଲକରୁ ପ୍ରାୟ ୩୦୦ରୁ ୪୫୦ ରୋଗୀ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। କିନ୍ତୁ ଆବଶ୍ୟକ କର୍ମଚାରୀ ଓ ଆନୁଷଙ୍ଗିକ ବ୍ୟବସ୍ଥା ଯୋଗାଇ ଦିଆ ନ ଯିବାରୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ୧୧ ଜଣ ଡାକ୍ତରଙ୍କ ସ୍ଥାନରେ ଏବେ ମାତ୍ର ୨ଜଣ ସେବା ଯୋଗାଉଛନ୍ତି। ସରକାରଙ୍କ ପକ୍ଷରୁ ୪ ବିଶେଷଜ୍ଞ ପଦବୀ ଅନୁମୋଦନ ହୋଇଥିବାବେଳେ ସହକାରୀ ସର୍ଜରୀ ଡାକ୍ତର ୫ ଜଣ ରହିବାର ବ୍ୟବସ୍ଥା ରହିଛି। ସେଥିମଧ୍ୟରୁ ଜଣେ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ମହାମିଲନ ମୁର୍ମୁ ଓ ଦନ୍ତ ବିଭାଗ ତଥା ଭାରପ୍ରାପ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଭାବେ ସିପ୍ରା ସାହୁ କାର୍ଯ୍ୟରତ ଅଛନ୍ତି। ଦୀର୍ଘଦିନ ହେବ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ, ଭେଷଜ ବିଶେଷଜ୍ଞ, ଶିଶୁରୋଗ ବିଶେଷଜ୍ଞ ଓ ସର୍ଜରୀ ବିଶେଷଜ୍ଞ ପଦବୀ ଖାଲି ପଡ଼ିଛି। କେବଳ ଜଣେ ବିଶେଷଜ୍ଞ ଓ ୪ଜଣ ସହକାରୀ ଡାକ୍ତର ଚିକିତ୍ସା କରୁଛନ୍ତି। ତେଣୁ ତୁରନ୍ତ ଆବଶ୍ୟକ ଡାକ୍ତର ଓ କର୍ମଚାରୀ ନିଯୁକ୍ତି ପାଇଁ ଛେଣ୍ଡିପଦା ଗ୍ରାମବାସୀ ଦାବି କରିଛନ୍ତି। ଏହାର ସମାଧାନ ନ ହେଲେ ଆଗାମୀ ଦିନରେ ଆନ୍ଦୋଳାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ଡାକ୍ତରଖାନା ପରିଚାଳନା କମିଟି, ବୁଦ୍ଧିଜୀବୀ ଓ ଗ୍ରାମବାସୀଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ନେଇ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶିବାନନ୍ଦ ମହାନ୍ତି କହିଛନ୍ତି, ଛେଣ୍ଡିପଦା ଡାକ୍ତରାଖାନାରେ ଡାକ୍ତର ସମସ୍ୟା ନେଇ ଅଭିଯୋଗ ମିଳିଛି। ଜିଲାପାଳଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri