ଡାକ୍ତର ଅଭାବ, ରୋଗୀସେବା ବିପର୍ଯ୍ୟସ୍ତ

ଛେଣ୍ଡିପଦା,୨୯।୧୦(ଅଜିତ ଧଳ)ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ହେଲେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତା ଯୋଗୁ ଦୀର୍ଘଦିନ ହେବ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡିଥିବା ଅଭିଯୋଗ ହେଉଛି। ଏହାର ପ୍ରତିବାଦରେ ଶନିବାର ରାତିରେ ଜିଲା ପରିଷଦ ସଦସ୍ୟ ଯଶୋବନ୍ତ ପ୍ରସାଦ ବେହେରା ମେଡିକାଲ ପରିସରରେ ଧାରଣାରେ ବସିଛନ୍ତି।
ପ୍ରକାଶ ଯେ, ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ଭିତ୍ତିଭୂମି ପ୍ରସ୍ତୁତ ସ୍ବରୂପ ୩୦ଟି ବେଡ୍‌ ବ୍ୟବସ୍ଥା ହୋଇଛି। କିଛି ମାସ ତଳେ ୪ଜଣ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ସେମାନେ ଉଚ୍ଚଶିକ୍ଷା ପାଇଁ ଚାଲିଯିବାରୁ ଏଠାରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ଛେଣ୍ଡିପଦା, ନାକିଟିଦେଉଳ ଓ ରିଆମାଳ ବ୍ଲକରୁ ପ୍ରାୟ ୩୦୦ରୁ ୪୫୦ ରୋଗୀ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। କିନ୍ତୁ ଆବଶ୍ୟକ କର୍ମଚାରୀ ଓ ଆନୁଷଙ୍ଗିକ ବ୍ୟବସ୍ଥା ଯୋଗାଇ ଦିଆ ନ ଯିବାରୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ୧୧ ଜଣ ଡାକ୍ତରଙ୍କ ସ୍ଥାନରେ ଏବେ ମାତ୍ର ୨ଜଣ ସେବା ଯୋଗାଉଛନ୍ତି। ସରକାରଙ୍କ ପକ୍ଷରୁ ୪ ବିଶେଷଜ୍ଞ ପଦବୀ ଅନୁମୋଦନ ହୋଇଥିବାବେଳେ ସହକାରୀ ସର୍ଜରୀ ଡାକ୍ତର ୫ ଜଣ ରହିବାର ବ୍ୟବସ୍ଥା ରହିଛି। ସେଥିମଧ୍ୟରୁ ଜଣେ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ମହାମିଲନ ମୁର୍ମୁ ଓ ଦନ୍ତ ବିଭାଗ ତଥା ଭାରପ୍ରାପ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଭାବେ ସିପ୍ରା ସାହୁ କାର୍ଯ୍ୟରତ ଅଛନ୍ତି। ଦୀର୍ଘଦିନ ହେବ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ, ଭେଷଜ ବିଶେଷଜ୍ଞ, ଶିଶୁରୋଗ ବିଶେଷଜ୍ଞ ଓ ସର୍ଜରୀ ବିଶେଷଜ୍ଞ ପଦବୀ ଖାଲି ପଡ଼ିଛି। କେବଳ ଜଣେ ବିଶେଷଜ୍ଞ ଓ ୪ଜଣ ସହକାରୀ ଡାକ୍ତର ଚିକିତ୍ସା କରୁଛନ୍ତି। ତେଣୁ ତୁରନ୍ତ ଆବଶ୍ୟକ ଡାକ୍ତର ଓ କର୍ମଚାରୀ ନିଯୁକ୍ତି ପାଇଁ ଛେଣ୍ଡିପଦା ଗ୍ରାମବାସୀ ଦାବି କରିଛନ୍ତି। ଏହାର ସମାଧାନ ନ ହେଲେ ଆଗାମୀ ଦିନରେ ଆନ୍ଦୋଳାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ଡାକ୍ତରଖାନା ପରିଚାଳନା କମିଟି, ବୁଦ୍ଧିଜୀବୀ ଓ ଗ୍ରାମବାସୀଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ନେଇ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶିବାନନ୍ଦ ମହାନ୍ତି କହିଛନ୍ତି, ଛେଣ୍ଡିପଦା ଡାକ୍ତରାଖାନାରେ ଡାକ୍ତର ସମସ୍ୟା ନେଇ ଅଭିଯୋଗ ମିଳିଛି। ଜିଲାପାଳଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?