ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ: କ୍ୱାକ୍‌ ଭରସାରେ ରୋଗୀ

ପଟ୍ଟାମୁଣ୍ଡାଇ,୨୯ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ରହିଛି। ଏହାର ସୁଯୋଗରେ ଦିନକୁଦିନ ନକଲି ଡାକ୍ତର(କ୍ୱାକ୍‌)ମାନଙ୍କ ସଂଖ୍ୟା ବଢିବାରେ ଲାଗିଛି। ଲୋକଙ୍କ ସରଳତାର ସୁଯୋଗ ନେଇ କ୍ୱାକ୍‌ମାନେ ନିଜକୁ ଡାକ୍ତର ବୋଲି କହିବା ସହ ଘରୋଇ କ୍ଲିନିକ ଖୋଲି ରୋଗୀଙ୍କୁ ଚିକିତ୍ସା ସେବା ନାଁରେ ଲୁଟୁଛନ୍ତି। ଏହାସହ ବାହାର ରାଜ୍ୟରୁ କେତେଜଣ ବ୍ୟକ୍ତି ଡାକ୍ତର ସାଜି ଲୋକଙ୍କ ଚିକିତ୍ସା କରୁଛନ୍ତି। ସାଧାରଣ ଜ୍ୱରଟିଏ ହେଲେ ବି ଅତିକମ୍‌ରେ ହଜାରେ ଟଙ୍କାର ଔଷଧ ଦେଉଛନ୍ତି।
ସମାଜିକ କର୍ମୀ ପ୍ରତାପ ପାଢୀ କହିଛନ୍ତି, ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ଅଧୀନରେ ଥିବା ଅଳପୁଆ, ତୁଳଶିଡିଆ, ଅଣ୍ଢରା, ଚନ୍ଦନନଗର, ସାନଜରିଆ, ବଡପଡା ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ସ୍ବାସ୍ଥ୍ୟ ସେବା ମିଳୁ ନ ଥିବା ଅଭିଯୋଗ ହେଉଛି। ଏହି ପଟ୍ଟାମୁଣ୍ଡାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଗ୍ରାମାଞ୍ଚଳର ଲୋକେ ନିର୍ଭର କରିଥାନ୍ତି। ଯେଉଁ ଡାକ୍ତରଙ୍କୁ ଏଠାରେ ଅବସ୍ଥାପିତ କରାଯାଇଛି। ସେ ସପ୍ତାହରେ ମାତ୍ର ୨ରୁ ୩ ଦିନ ଏଠାକୁ ଆସୁଛନ୍ତି। ଅନ୍ୟଦିନଗୁଡିକରେ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟରେ ଦେଖିବାକୁ ମିଳନ୍ତି। ଡାକ୍ତର ଅନୁପସ୍ଥିତ ରହୁଥିବାରୁ ରୋଗୀମାନେ କ୍ୱାକ୍‌ଙ୍କ ଉପରେ ନିର୍ଭର କରୁଛନ୍ତି। ଡାକ୍ତର ନିଯୁକ୍ତି ପାଇଁ ବାରମ୍ବାର ଦାବି ହେଉଥିବା ବେଳେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ଅସନ୍ତୋଷ ଦେଖାଦେଉଛି। ଫଳରେ ଲୋକମାନେ ବାଧ୍ୟ ହୋଇ କ୍ୱାକ୍‌ଙ୍କ ଉପରେ ନିର୍ଭର କରୁଛନ୍ତି। ଏହାର ସୁଯୋଗ ନେଇ କ୍ୱାକ୍‌ମାନେ ସକ୍ରିୟ ହୋଇଉଠିଛନ୍ତି। ଏପରି କି କ୍ୱାକ୍‌ମାନେ ଦୋକାନ ଖୋଲି ରୋଗୀଙ୍କୁ ଚିକିତ୍ସା କରିବା ସହ ସେଠାରେ ଅବୈଧ ଗର୍ଭପାତ କରାଉଥିବା ଅଭିଯୋଗ ହେଉଛି। ସେମାନଙ୍କର ନା ଅଛି ଶିକ୍ଷାଗତ ଯୋଗ୍ୟତା ନାହିଁ। ରାତିପାହି ସକାଳ ହେଲେ କ୍ୱାକ୍‌ମାନେ ଗାଁକୁ ଗାଁ ବୁଲି ରୋଗୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ମନଇଚ୍ଛା ଔଷଧ ଦେଇ ସେମାନଙ୍କୁ ଲୁଟୁଛନ୍ତି। ଏପରି କି ସେମାନଙ୍କ ଦ୍ୱାରା ଚିକିତ୍ସିତ ରୋଗୀ ଅଧିକାଂଶ ସମୟରେ ଭଲ ହେବା ପରିବର୍ତ୍ତେ ମୃତ୍ୟୁ ମୁଖରେ ପଡୁଥିବା ସମାଜିକ କର୍ମୀ ପାଢୀ କହିଛନ୍ତି। ଆଇନଜୀବୀ ପ୍ରମୋଦ ସାହୁ କହିଛନ୍ତି, ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସରକାରୀ ଡାକ୍ତରଖାନାରେ ଡାକ୍ତରଙ୍କ ଅଭାବକୁ ଦୃଷ୍ଟିରେ ରଖି କେତେଜଣ ବ୍ୟକ୍ତି ନକଲି ଔଷଧ ଦୋକାନ ସହ ବେଆଇନ କ୍ଲିନିକ୍‌ ଖୋଲି ରୋଗୀମାନଙ୍କୁ ମୋଟା ଅଙ୍କରେ ଲୁଟୁଛନ୍ତି। ଏହି କ୍ଲିନିକ୍‌ରେ ରୋଗୀ ଚିକିତ୍ସିତ ହେଲେ ସର୍ବନିମ୍ନ ୫ଶହ ଟଙ୍କା ଫି’ଦେବାକୁ ପଡୁଥିବା ଅଭିଯୋଗ ହେଉଛି। ବିଭିନ୍ନ ଡାକ୍ତରଙ୍କ ନାମ ଫ୍ଲେକ୍ସ ଲଗାଇ ପ୍ରଚାର ଗାଡି ବୁଲାଇ କଟକ ବଡ ମେଡିକାଲ ଡାକ୍ତରଙ୍କ ନାମ ନେଇ ସାଧାରଣ ଲୋକଙ୍କୁ ସ୍ବାସ୍ଥ୍ୟ ସେବା ନାଁରେ ଲୁଟି ବିତ୍ତଶାଳୀ ହେଉଛନ୍ତି। ସରକାରୀ ଡାକ୍ତରଖାନାକୁ ଯଦି କେହି ଡାକ୍ତର ପୋଷ୍ଟିଂ ହେଲେ ତେବେ ତାଙ୍କ ବିରୋଧରେ ଲୋକଙ୍କୁ ମତାଇ କ୍ୱାକ୍‌ମାନେ ରଖାଇ ଦେଉନାହାନ୍ତି। ବିନା ଲାଇସେନ୍ସରେ ରୋଗୀ ସେବା ଓ ଔଷଧ ଦୋକାନ ଖୋଲୁଥିବା ଉକ୍ତ କ୍ୱାକମାନଙ୍କ ଉପରେ ସରକାରୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏହାର ପ୍ରମୁଖ କାରଣ ହେଉଛି ଡ୍ରଗ୍ସ ଇନ୍ସପେକ୍ଟର ନିୟମିତ ଏହି ଅଞ୍ଚଳକୁ ପରିଦର୍ଶନରେ ଆସୁନାହାନ୍ତି। ମୋଟାମୋଟି ଭାବେ ସ୍ବାସ୍ଥ୍ୟ ବିଭାଗର ଉଚ୍ଚ ଅଧିକାରୀ ଏହି ଅଞ୍ଚଳର ସ୍ବାସ୍ଥ୍ୟ ବ୍ୟବସ୍ଥା ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଇ ସରକାରୀ ଡାକ୍ତରଖାନାରେ ଡାକ୍ତର ପଦବୀ ପୂରଣ କରିବା ସହ କ୍ୱାକ୍‌ମାନଙ୍କ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ସାଧାରଣ ଲୋକେ ଉପକୃତ ହୋଇପାରିବେ ବୋଲି ସେ କହିଛନ୍ତି। ଆଇନଜୀବୀ ସୌମ୍ୟରଞ୍ଜନ ଧଳ କହିଛନ୍ତି, ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟରେ ରୋଗୀ କଲ୍ୟାଣ ସମିତି ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନାହିଁ। ଡାକ୍ତରଖାନା ପରିସର ଦିନକୁଦିନ ସଙ୍କୁଚିତ ହୋଇ ପଡୁଥିବାବେଳେ ଏଥିପ୍ରତି କାହାର ନଜର ପଡ଼ୁନି। ସରକାରଙ୍କ ପକ୍ଷରୁ ଡାକ୍ତରଖାନାର ଉନ୍ନତି ପାଇଁ ଆସୁଥିବା ଅର୍ଥକୁ ଠିକ୍‌ ଭାବେ ବିନିଯୋଗ କରାଯାଉନାହିଁ। ସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ଏଡିଏମ୍‌ଓ ଡା. ସଚ୍ଚିଦାନନ୍ଦ ମିଶ୍ରଙ୍କୁ ପଚାରିବାରେ ଏଭଳି ଅଭିଯୋଗ ବହୁବାର ଆସିଲାଣି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ ତଦନ୍ତ ରିପୋର୍ଟ ଦେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri