ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ: କ୍ୱାକ୍‌ ଭରସାରେ ରୋଗୀ

ପଟ୍ଟାମୁଣ୍ଡାଇ,୨୯ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ରହିଛି। ଏହାର ସୁଯୋଗରେ ଦିନକୁଦିନ ନକଲି ଡାକ୍ତର(କ୍ୱାକ୍‌)ମାନଙ୍କ ସଂଖ୍ୟା ବଢିବାରେ ଲାଗିଛି। ଲୋକଙ୍କ ସରଳତାର ସୁଯୋଗ ନେଇ କ୍ୱାକ୍‌ମାନେ ନିଜକୁ ଡାକ୍ତର ବୋଲି କହିବା ସହ ଘରୋଇ କ୍ଲିନିକ ଖୋଲି ରୋଗୀଙ୍କୁ ଚିକିତ୍ସା ସେବା ନାଁରେ ଲୁଟୁଛନ୍ତି। ଏହାସହ ବାହାର ରାଜ୍ୟରୁ କେତେଜଣ ବ୍ୟକ୍ତି ଡାକ୍ତର ସାଜି ଲୋକଙ୍କ ଚିକିତ୍ସା କରୁଛନ୍ତି। ସାଧାରଣ ଜ୍ୱରଟିଏ ହେଲେ ବି ଅତିକମ୍‌ରେ ହଜାରେ ଟଙ୍କାର ଔଷଧ ଦେଉଛନ୍ତି।
ସମାଜିକ କର୍ମୀ ପ୍ରତାପ ପାଢୀ କହିଛନ୍ତି, ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ଅଧୀନରେ ଥିବା ଅଳପୁଆ, ତୁଳଶିଡିଆ, ଅଣ୍ଢରା, ଚନ୍ଦନନଗର, ସାନଜରିଆ, ବଡପଡା ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ସ୍ବାସ୍ଥ୍ୟ ସେବା ମିଳୁ ନ ଥିବା ଅଭିଯୋଗ ହେଉଛି। ଏହି ପଟ୍ଟାମୁଣ୍ଡାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଗ୍ରାମାଞ୍ଚଳର ଲୋକେ ନିର୍ଭର କରିଥାନ୍ତି। ଯେଉଁ ଡାକ୍ତରଙ୍କୁ ଏଠାରେ ଅବସ୍ଥାପିତ କରାଯାଇଛି। ସେ ସପ୍ତାହରେ ମାତ୍ର ୨ରୁ ୩ ଦିନ ଏଠାକୁ ଆସୁଛନ୍ତି। ଅନ୍ୟଦିନଗୁଡିକରେ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟରେ ଦେଖିବାକୁ ମିଳନ୍ତି। ଡାକ୍ତର ଅନୁପସ୍ଥିତ ରହୁଥିବାରୁ ରୋଗୀମାନେ କ୍ୱାକ୍‌ଙ୍କ ଉପରେ ନିର୍ଭର କରୁଛନ୍ତି। ଡାକ୍ତର ନିଯୁକ୍ତି ପାଇଁ ବାରମ୍ବାର ଦାବି ହେଉଥିବା ବେଳେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ଅସନ୍ତୋଷ ଦେଖାଦେଉଛି। ଫଳରେ ଲୋକମାନେ ବାଧ୍ୟ ହୋଇ କ୍ୱାକ୍‌ଙ୍କ ଉପରେ ନିର୍ଭର କରୁଛନ୍ତି। ଏହାର ସୁଯୋଗ ନେଇ କ୍ୱାକ୍‌ମାନେ ସକ୍ରିୟ ହୋଇଉଠିଛନ୍ତି। ଏପରି କି କ୍ୱାକ୍‌ମାନେ ଦୋକାନ ଖୋଲି ରୋଗୀଙ୍କୁ ଚିକିତ୍ସା କରିବା ସହ ସେଠାରେ ଅବୈଧ ଗର୍ଭପାତ କରାଉଥିବା ଅଭିଯୋଗ ହେଉଛି। ସେମାନଙ୍କର ନା ଅଛି ଶିକ୍ଷାଗତ ଯୋଗ୍ୟତା ନାହିଁ। ରାତିପାହି ସକାଳ ହେଲେ କ୍ୱାକ୍‌ମାନେ ଗାଁକୁ ଗାଁ ବୁଲି ରୋଗୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ମନଇଚ୍ଛା ଔଷଧ ଦେଇ ସେମାନଙ୍କୁ ଲୁଟୁଛନ୍ତି। ଏପରି କି ସେମାନଙ୍କ ଦ୍ୱାରା ଚିକିତ୍ସିତ ରୋଗୀ ଅଧିକାଂଶ ସମୟରେ ଭଲ ହେବା ପରିବର୍ତ୍ତେ ମୃତ୍ୟୁ ମୁଖରେ ପଡୁଥିବା ସମାଜିକ କର୍ମୀ ପାଢୀ କହିଛନ୍ତି। ଆଇନଜୀବୀ ପ୍ରମୋଦ ସାହୁ କହିଛନ୍ତି, ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସରକାରୀ ଡାକ୍ତରଖାନାରେ ଡାକ୍ତରଙ୍କ ଅଭାବକୁ ଦୃଷ୍ଟିରେ ରଖି କେତେଜଣ ବ୍ୟକ୍ତି ନକଲି ଔଷଧ ଦୋକାନ ସହ ବେଆଇନ କ୍ଲିନିକ୍‌ ଖୋଲି ରୋଗୀମାନଙ୍କୁ ମୋଟା ଅଙ୍କରେ ଲୁଟୁଛନ୍ତି। ଏହି କ୍ଲିନିକ୍‌ରେ ରୋଗୀ ଚିକିତ୍ସିତ ହେଲେ ସର୍ବନିମ୍ନ ୫ଶହ ଟଙ୍କା ଫି’ଦେବାକୁ ପଡୁଥିବା ଅଭିଯୋଗ ହେଉଛି। ବିଭିନ୍ନ ଡାକ୍ତରଙ୍କ ନାମ ଫ୍ଲେକ୍ସ ଲଗାଇ ପ୍ରଚାର ଗାଡି ବୁଲାଇ କଟକ ବଡ ମେଡିକାଲ ଡାକ୍ତରଙ୍କ ନାମ ନେଇ ସାଧାରଣ ଲୋକଙ୍କୁ ସ୍ବାସ୍ଥ୍ୟ ସେବା ନାଁରେ ଲୁଟି ବିତ୍ତଶାଳୀ ହେଉଛନ୍ତି। ସରକାରୀ ଡାକ୍ତରଖାନାକୁ ଯଦି କେହି ଡାକ୍ତର ପୋଷ୍ଟିଂ ହେଲେ ତେବେ ତାଙ୍କ ବିରୋଧରେ ଲୋକଙ୍କୁ ମତାଇ କ୍ୱାକ୍‌ମାନେ ରଖାଇ ଦେଉନାହାନ୍ତି। ବିନା ଲାଇସେନ୍ସରେ ରୋଗୀ ସେବା ଓ ଔଷଧ ଦୋକାନ ଖୋଲୁଥିବା ଉକ୍ତ କ୍ୱାକମାନଙ୍କ ଉପରେ ସରକାରୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏହାର ପ୍ରମୁଖ କାରଣ ହେଉଛି ଡ୍ରଗ୍ସ ଇନ୍ସପେକ୍ଟର ନିୟମିତ ଏହି ଅଞ୍ଚଳକୁ ପରିଦର୍ଶନରେ ଆସୁନାହାନ୍ତି। ମୋଟାମୋଟି ଭାବେ ସ୍ବାସ୍ଥ୍ୟ ବିଭାଗର ଉଚ୍ଚ ଅଧିକାରୀ ଏହି ଅଞ୍ଚଳର ସ୍ବାସ୍ଥ୍ୟ ବ୍ୟବସ୍ଥା ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଇ ସରକାରୀ ଡାକ୍ତରଖାନାରେ ଡାକ୍ତର ପଦବୀ ପୂରଣ କରିବା ସହ କ୍ୱାକ୍‌ମାନଙ୍କ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ସାଧାରଣ ଲୋକେ ଉପକୃତ ହୋଇପାରିବେ ବୋଲି ସେ କହିଛନ୍ତି। ଆଇନଜୀବୀ ସୌମ୍ୟରଞ୍ଜନ ଧଳ କହିଛନ୍ତି, ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟରେ ରୋଗୀ କଲ୍ୟାଣ ସମିତି ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନାହିଁ। ଡାକ୍ତରଖାନା ପରିସର ଦିନକୁଦିନ ସଙ୍କୁଚିତ ହୋଇ ପଡୁଥିବାବେଳେ ଏଥିପ୍ରତି କାହାର ନଜର ପଡ଼ୁନି। ସରକାରଙ୍କ ପକ୍ଷରୁ ଡାକ୍ତରଖାନାର ଉନ୍ନତି ପାଇଁ ଆସୁଥିବା ଅର୍ଥକୁ ଠିକ୍‌ ଭାବେ ବିନିଯୋଗ କରାଯାଉନାହିଁ। ସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ଏଡିଏମ୍‌ଓ ଡା. ସଚ୍ଚିଦାନନ୍ଦ ମିଶ୍ରଙ୍କୁ ପଚାରିବାରେ ଏଭଳି ଅଭିଯୋଗ ବହୁବାର ଆସିଲାଣି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ ତଦନ୍ତ ରିପୋର୍ଟ ଦେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?