ସ୍ମାର୍ଟ ସ୍କୁଲରେ ଶିକ୍ଷକ ଅଭାବ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ମହାନଗର ନିଗମର ବହୁ ପୁରାତନ ସରକାରୀ ସିଟି ହାଇସ୍କୁଲରେ ଚଳିତ ଶିକ୍ଷାବର୍ଷ ନିମନ୍ତେ ଏପ୍ରିଲ ୨୦ରୁ ବିଭିନ୍ନ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ନାମଲେଖା ଆରମ୍ଭ ହୋଇଛି। ତେବେ ସ୍ଥାନୀୟ ଅଞ୍ଚଳର ଅଭିଭାବକ ପିଲାଙ୍କ ନାମ ଲେଖାଇବା ପାଇଁ ଗଲେ ଫର୍ମ ଦିଆଯାଉ ନ ଥିବା, ଏପରକି ଏଠାରେ ନ ପଢ଼ାଇବା ପାଇଁ କୁହାଯାଉଥିବା ଅଭିଯୋଗ ହେଉଛି। ଜଣେ ଅଭିଭାବକ ୭ମ ଶ୍ରେଣୀରେ ତାଙ୍କ ଭଣଜାଙ୍କ ନାମ ଲେଖାଇବାକୁ ଯାଇଥିବା ବେଳେ ନିରାଶ ହୋଇ ଫେରିଛନ୍ତି। ଶିକ୍ଷକ ଅଭାବ ଏହାର ମୁଖ୍ୟ କାରଣ ବୋଲି କୁହାଯାଉଛି।
୧୯୩୦ରେ ପ୍ରତିଷ୍ଠା ହୋଇଥିବା ସିଟି ହାଇସ୍କୁଲ ରାଜ୍ୟ ସରକାରଙ୍କ ୫-ଟି ପଦ୍ଧତିରେ ରୂପାନ୍ତରିତ ହୋଇଛି। ଏଠାରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ପଢ଼ୁଛନ୍ତି। ଟିଜିଟି କଳା, ବିଜ୍ଞାନ ଓ ଗଣିତ ଓ ପିଇଟି ନିମନ୍ତେ ବିଭିନ୍ନ ବିଭାଗର ମୋଟ ୩୪ ଶିକ୍ଷକ ଆବଶ୍ୟକ ଥିବା ବେଳେ ବର୍ତ୍ତମାନ ଅଛନ୍ତି ମାତ୍ର ୨୧ ଜଣ। ଯଦି କେବେ କୌଣସି ଶିକ୍ଷକ ଛୁଟିରେ ରୁହନ୍ତି ତେବେ ସେହି ପରିୟଡ଼ର ପାଠପଢ଼ା ସମ୍ପୁର୍ଣ୍ଣ ବନ୍ଦ ରହୁଛି। ଏ ନେଇ ବାରମ୍ବାର ଜିଲା ଶିକ୍ଷାଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ସୁଦ୍ଧା ସମସ୍ୟା ସମାଧାନ ହୋଇପାରି ନ ଥିବା ପ୍ରଧାନଶିକ୍ଷକ କହିଛନ୍ତି। ଅନ୍ୟପକ୍ଷରେ ଶିକ୍ଷକ ଅଭାବ ସମ୍ପର୍କରେ ଅବଗତ ଥିବା ଜିଲା ଶିକ୍ଷାଧିକାରୀ ବିନୀତା ସେନାପତି କହିଛନ୍ତି। ଜିଲାରେ ନୂତନ ଭାବେ ଇନିସିଆଲି ଟିଚର ନିଯୁକ୍ତ ହେବେ। ଏକ ମାସ ମଧ୍ୟରେ ସିଟି ହାଇସ୍କୁଲର ଶିକ୍ଷକ ପଦବୀ ପୂରଣ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?