ଡାଳୁଅ ଧାନରେ ରୋଗପୋକ

ମାଧପୁର, ୨୭।୨:ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତର ତିତିରିକାଟା ଗ୍ରାମ ଏବଂ ଏହାର ଆଖପାଖ ଅଞ୍ଚଳରେ ଡାଳୁଅ ଧାନରେ ରୋଗପୋକ ପ୍ରାଦୁର୍ଭାବ ଦେଖାଦେଇଛି। ଫଳରେ ଏକର ଏକର ଚାଷ ଜମିରେ ଧାନ ଫସଲ ଉଜୁଡ଼ିଯିବା ଆଶଙ୍କା ସୃଷ୍ଟିହୋଇଛି। କୃଷି ବିଭାଗ ପକ୍ଷରୁ ଚାଷୀଙ୍କୁ ସଚେତନ କରାଯାଉ ନ ଥିବାରୁ ଏଭଳି ସମସ୍ୟା ଉପୁଜିଥିବା ଅଭିଯୋଗ ହୋଇଛି। ଅନ୍ୟପଟେ କୃଷି ବିଭାଗ ସଚିବଙ୍କ ନିର୍ଦ୍ଦେଶରେ ରବିବାର କୃଷି ବିଶେଷଜ୍ଞମାନେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଯାଞ୍ଚ କରିଛନ୍ତି।
ଜଳସେଚନ ସୁବିଧା ଥିବା ସମ୍ପୃକ୍ତ ଅଞ୍ଚଳର ବହୁ ଚାଷୀ ଖରାଦିନିଆ ଡାଳୁଅ ଧାନ ଚାଷ କରିଛନ୍ତି। ହେଲେ ତଳି ରୋଇବାର କିଛି ଦିନ ପରେ ରୋଗପୋକ ପ୍ରାଦୁର୍ଭାବ ଦେଖାଦେଇଛି। ଧାନଗଛ ଯେଉଁ ଭାବେ ବଢ଼ିବା କଥା, ସେପରି ବଢୁନାହିଁ। ତଳମୁହଁା ହୋଇ ମୂଳରୁ ଅଗଯାଏ ନାଲି ପଡ଼ିଯାଉଛି ଏବଂ ମରିଯାଉଛି। ସମସ୍ୟା ବିଷୟରେ ନାରୀନେତ୍ରୀ ଇଂ. ପ୍ରିୟଦର୍ଶିନୀ ସ୍ବାଇଁ ଜାଣିବା ପରେ ଏହାର ସମାଧାନ ଲାଗି କୃଷି ବିଭାଗ ସଚିବ ଅରବିନ୍ଦ ପାଢ଼ୀଙ୍କୁ ଅବଗତ କରାଇଥିଲେ। ସଚିବଙ୍କ ନିର୍ଦ୍ଦେଶରେ ଜିଲା କୃଷି ଅଧିକାରୀ ଦିଲେଶ୍ୱର ସାହୁ, ସହକାରୀ କୃଷି ଅଧିକାରୀ ଚଣ୍ଡୀ ପ୍ରସାଦ ମହାଳିକ ଶନିବାର ଉପଦ୍ରୁତ ଅଞ୍ଚଳ ପରିଦର୍ଶନ କରିଥିଲେ। ରବିବାର ଭୁବନେଶ୍ୱର କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଦେବାଶିଷ ମିଶ୍ର, ମୁଖ୍ୟ ଜିଲା କୃଷି ଅଧିକାରୀ ପ୍ରମିଲ୍‌ କୁମାର ସ୍ବାଇଁ, କୃଷି ଅଧିଦର୍ଶକ ସୁନୀଲ କୁମାର ଶତପଥୀ ପ୍ରମୁଖ ଚାଷଜମି ପରିଦର୍ଶନ କରିଛନ୍ତି। ପ୍ରଭାବିତ ଚାଷୀଙ୍କୁ ସବ୍‌ସିଡି ମାଧ୍ୟମରେ କୀଟନାଶକ ଯୋଗାଇ ଦିଆଯିବ ବୋଲି ସହକାରୀ କୃଷି ଅଧିକାରୀ ଚଣ୍ଡୀ ପ୍ରସାଦ ମହାଳିକ ସୂଚନା ଦେଇଛନ୍ତି। ଅଧିକାରୀଙ୍କ ପରିଦର୍ଶନ ବେଳେ କୃଷିମିତ୍ର ଚିତ୍ତରଞ୍ଜନ ବିଶ୍ୱାଳ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri