ଡାଳୁଅ ଧାନରେ ରୋଗପୋକ

ମାଧପୁର, ୨୭।୨:ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତର ତିତିରିକାଟା ଗ୍ରାମ ଏବଂ ଏହାର ଆଖପାଖ ଅଞ୍ଚଳରେ ଡାଳୁଅ ଧାନରେ ରୋଗପୋକ ପ୍ରାଦୁର୍ଭାବ ଦେଖାଦେଇଛି। ଫଳରେ ଏକର ଏକର ଚାଷ ଜମିରେ ଧାନ ଫସଲ ଉଜୁଡ଼ିଯିବା ଆଶଙ୍କା ସୃଷ୍ଟିହୋଇଛି। କୃଷି ବିଭାଗ ପକ୍ଷରୁ ଚାଷୀଙ୍କୁ ସଚେତନ କରାଯାଉ ନ ଥିବାରୁ ଏଭଳି ସମସ୍ୟା ଉପୁଜିଥିବା ଅଭିଯୋଗ ହୋଇଛି। ଅନ୍ୟପଟେ କୃଷି ବିଭାଗ ସଚିବଙ୍କ ନିର୍ଦ୍ଦେଶରେ ରବିବାର କୃଷି ବିଶେଷଜ୍ଞମାନେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଯାଞ୍ଚ କରିଛନ୍ତି।
ଜଳସେଚନ ସୁବିଧା ଥିବା ସମ୍ପୃକ୍ତ ଅଞ୍ଚଳର ବହୁ ଚାଷୀ ଖରାଦିନିଆ ଡାଳୁଅ ଧାନ ଚାଷ କରିଛନ୍ତି। ହେଲେ ତଳି ରୋଇବାର କିଛି ଦିନ ପରେ ରୋଗପୋକ ପ୍ରାଦୁର୍ଭାବ ଦେଖାଦେଇଛି। ଧାନଗଛ ଯେଉଁ ଭାବେ ବଢ଼ିବା କଥା, ସେପରି ବଢୁନାହିଁ। ତଳମୁହଁା ହୋଇ ମୂଳରୁ ଅଗଯାଏ ନାଲି ପଡ଼ିଯାଉଛି ଏବଂ ମରିଯାଉଛି। ସମସ୍ୟା ବିଷୟରେ ନାରୀନେତ୍ରୀ ଇଂ. ପ୍ରିୟଦର୍ଶିନୀ ସ୍ବାଇଁ ଜାଣିବା ପରେ ଏହାର ସମାଧାନ ଲାଗି କୃଷି ବିଭାଗ ସଚିବ ଅରବିନ୍ଦ ପାଢ଼ୀଙ୍କୁ ଅବଗତ କରାଇଥିଲେ। ସଚିବଙ୍କ ନିର୍ଦ୍ଦେଶରେ ଜିଲା କୃଷି ଅଧିକାରୀ ଦିଲେଶ୍ୱର ସାହୁ, ସହକାରୀ କୃଷି ଅଧିକାରୀ ଚଣ୍ଡୀ ପ୍ରସାଦ ମହାଳିକ ଶନିବାର ଉପଦ୍ରୁତ ଅଞ୍ଚଳ ପରିଦର୍ଶନ କରିଥିଲେ। ରବିବାର ଭୁବନେଶ୍ୱର କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଦେବାଶିଷ ମିଶ୍ର, ମୁଖ୍ୟ ଜିଲା କୃଷି ଅଧିକାରୀ ପ୍ରମିଲ୍‌ କୁମାର ସ୍ବାଇଁ, କୃଷି ଅଧିଦର୍ଶକ ସୁନୀଲ କୁମାର ଶତପଥୀ ପ୍ରମୁଖ ଚାଷଜମି ପରିଦର୍ଶନ କରିଛନ୍ତି। ପ୍ରଭାବିତ ଚାଷୀଙ୍କୁ ସବ୍‌ସିଡି ମାଧ୍ୟମରେ କୀଟନାଶକ ଯୋଗାଇ ଦିଆଯିବ ବୋଲି ସହକାରୀ କୃଷି ଅଧିକାରୀ ଚଣ୍ଡୀ ପ୍ରସାଦ ମହାଳିକ ସୂଚନା ଦେଇଛନ୍ତି। ଅଧିକାରୀଙ୍କ ପରିଦର୍ଶନ ବେଳେ କୃଷିମିତ୍ର ଚିତ୍ତରଞ୍ଜନ ବିଶ୍ୱାଳ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri