‘ନାରୀ-ପୁରୁଷଙ୍କୁ ଦୃଷ୍ଟିଭଙ୍ଗୀରେ ପରିବର୍ତ୍ତନର ଆବଶ୍ୟକତା ଜରୁରୀ’

ଦାରିଙ୍ଗବାଡ଼ି,୩୦।୭(ଅରୁଣ ସାହୁ): ଅନେକ ସମୟରେ ନାରୀନିର୍ଯାତନା, ବଳାତ୍କାର ଭଳି ଘଟଣା ବୃଦ୍ଧି ପାଉଥିବା ବେଳେ ଏଥିରେ ନାବାଳିକାମାନେ ମଧ୍ୟ୍ୟ ବାଦ ପଡ଼ିନାହାନ୍ତି। ତେଣୁ ଏବେ ସମାଜରେ ଏଭଳି ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବା ଜରୁରୀ ହୋଇପଡିଛି। ବିଶେଷ କରି ଯୌନଉତ୍ପୀଡନ ସୁରକ୍ଷା ଆଇନ ସମ୍ପର୍କରେ ଜନସଚେତନର ଆବଶ୍ୟକତା ରହିଛି। ସମସ୍ତେ ଏହି ଆଇନ ସମ୍ପର୍କରେ ସଚେତନ ହେବା ସହ ଯଦି ଏଭଳି ଯୌନ ନିର୍ଯାତନାର ଶିକାର ହେଉଛନ୍ତି ତେବେ ଏହାର ପ୍ରତିବାଦ କରିବା ସହ ଆଇନର ଆଶ୍ରୟ ନେବାକୁ ସଚେତନ କରାଯାଇଥିଲା । କାର୍ଯ୍ୟକ୍ରମକୁ ବ୍ଲକ ପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡାଙ୍କ ସଂଯୋଜନାରେ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାରପତି ମଧୁସ୍ମିତା ନାୟକ ଯୋଗଦେଇ ଉପସ୍ଥିତ ବ୍ଲକ କର୍ମଚାରୀ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଅନ୍ୟମାନଙ୍କୁ ଏହି ଆଇନ ସମ୍ପର୍କରେ ସଚେତନ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସରକାରୀ ଓକିଲ ଉମେଶ କର, ଓକିଲ ସଙ୍ଘର ସମ୍ପାଦକ ଇନ୍ଦ୍ରମଣୀ ପ୍ରଧାନ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ ପ୍ରମୁଖ ଉପସ୍ଥିତ ରହିଥିଲେ। ସରକାରୀ ଓକିଲ ଉମେଶ କର ଉପସ୍ଥିତ ଲୋକଙ୍କୁ ଏହି ଆଇନ ସମ୍ପର୍କରେ ପୁଙ୍ଖନୁପୁଙ୍ଖ ଭାବେ ବୁଝାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: ଫେବୃଆରୀ ପ୍ରଥମ ସପ୍ତାହରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri