ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକବେଳେ ହଟ୍ଟଗୋଳ

କୁଜଙ୍ଗ,୬।୨(ମନୋଜ ପ୍ରଧାନ):ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ପାଇଁ କୁଜଙ୍ଗ ବ୍ଲକ ବିଜେଡି ପକ୍ଷରୁ ପ୍ରସ୍ତୁତି ବୈଠକ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସହପର୍ଯ୍ୟବେକ୍ଷକ ଗିରିଶ ଦାସ ଓ ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ସନ୍ତୋଷ ବେଜଙ୍କ ଉପସ୍ଥିତିରେ ଆୟୋଜିତ ବୈଠକରେ ଦଳୀୟ କର୍ମୀମାନେ ହଟ୍ଟଗୋଳ କରିଥିଲେ। ଏହି ଅବସରରେ ପାରାଦୀପ ନିର୍ବାଚନମଣ୍ଡଳୀ ଯୁବ ବିଜେଡି ସଭାପତି ମାନଭଞ୍ଜନ ମଲ୍ଲ ଅଭିଯୋଗ କରିଥିଲେ ଯେ, ସେ ଯୁବ ବିଜେଡି ଦାୟିତ୍ୱରେ ଥିଲେ ମଧ୍ୟ କୌଣସି କାର୍ଯ୍ୟକ୍ରମରେ ତାଙ୍କୁ ପଚରା ଯାଉନାହିଁ। ଯୁବ କର୍ମୀମାନେ ଦଳୀୟ ପଚାର କରୁଥିବାବେଳେ ପୋଲିସ ସେମାନଙ୍କୁ ହଇରାଣ କରୁଛି। ଏନେଇ ବିଧାୟକ ସମ୍ବିତ ରାଉତରାୟଙ୍କୁ ଆପତ୍ତି ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ ା ଫଳରେ ଯୁବ କର୍ମୀମାନଙ୍କ ଦଳ ପ୍ରତି ମନୋବଳ କମିଯାଉଛି ା ଆଗାମୀ ନିର୍ବାଚନରେ ଏହା ପ୍ରଭାବ ପକାଇବ।
ସମ୍ପର୍କରେ ଜିଲା ସହ ପର୍ଯ୍ୟବେକ୍ଷକ ଦାସ କହିଥିଲେ, କୌଣସି ନିର୍ବାଚନ ମଣ୍ଡଳୀରେ ଏମିତି ଘଟୁ ନ ଥିବା ବେଳେ ଏହି ନିର୍ବାଚନମଣ୍ଡଳୀରେ କାହିଁକି ଏଭଳି ଘଟୁଛି ତାହା ବିଧାୟକଙ୍କୁ ପଚାରନ୍ତୁ ବୋଲି କହି ଘଟଣାକୁ ଏଡ଼ାଇ ଯାଇଥିଲେ। ଏ ନେଇ କିଛି ସମୟଧରି ବୈଠକରେ ହଟ୍ଟଗୋଳ ହୋଇଥଲା ା ପରେ ସହ ପର୍ଯ୍ୟବେକ୍ଷକ କର୍ମୀମାନଙ୍କୁ ଶାନ୍ତ କରାଇବା ସହ ପଞ୍ଚାୟତ ଓ ବ୍ଲକସ୍ତରରେ ବିଭିନ୍ନ କମିଟି ଗଠନ କରି ଆଗାମୀ ନିର୍ବାଚନରେ ଦଳକୁ ବିଜୟୀ କରାଇବାକୁ କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ। ବ୍ଲକ ବିଜେଡି ସଭାପତି ନରେନ୍ଦ୍ର ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ନିନାରାଣୀ ସାହୁ, ଉପାଧ୍ୟକ୍ଷ ଜ୍ଞାନଜିତ ସ୍ବାଇଁ, ଜିଲା ପରିଷଦ ସଭ୍ୟା ପୁଷ୍ପଲତା ବେହେରା, ସରପଞ୍ଚ ବନ୍ଦିତା ଦାସ, ଏମ୍‌ପି ରାଜଶ୍ରୀ ମଲ୍ଲିକଙ୍କ ପ୍ରତିନିଧି ସୁଢ଼ଳ କୁମାର ସ୍ବାଇଁ, ବିଧାୟକ ରାଉତରାୟଙ୍କ ପ୍ରତିନିଧି ନିରଞ୍ଜନ ପ୍ରଧାନ, ଜିଲା ପରିଷଦ ସଭ୍ୟ ଓ ସଭ୍ୟା ପ୍ରମୋଦ ଚରଣ ସ୍ବାଇଁ ଓ କନକପ୍ରଭା ବେହେରା ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ବୈଠକରେ ବରିଷ୍ଠ ବିଜେଡି ନେତା ସୁରେନ୍ଦ୍ର ନାଥ ସ୍ବାଇଁ, ବ୍ଲକ ଯୁବ ବିଜେଡି ସଭାପତି ଅରୁ ପ୍ରସାଦ ମହାନ୍ତି, ପ୍ରଭାତି ଦାସ, ସାଇଲୋ ସରପଞ୍ଚ ସରୋଜ ସେଠୀ, ବାଗୋଇ ସରପଞ୍ଚ ପ୍ରଭାଞ୍ଜଳି ସେଠୀଙ୍କ ସମେତ ନିର୍ବାଚିତ ପ୍ରତିନିଧି ଓ କର୍ମୀମାନେ ଯୋଗଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri