ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ: ପ୍ରିଜାଇଡିଂ ଅଫିସର, ବିଡିଓ ଅଟକ

କଣ୍ଟାପଡା,୧୨ା୩(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡା ବ୍ଲକ ଅନ୍ତର୍ଗତ ପାଟସୁନ୍ଦରପୁର ପଞ୍ଚାୟତର ନାଏବ ସରପଞ୍ଚ ନିର୍ବାଚନରେ ଏକ ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଏହାକୁ କେନ୍ଦ୍ରକରି ଗୋଟିଏ ଗୋଷ୍ଠୀ ଭୋଟ ପୁନଃଗଣତି ଦାବିକରି ପ୍ରିଜାଇଡିଂ ଅଫିସର ଓ କଣ୍ଟାପଡା ବିଡିଓଙ୍କୁ ଅଟକ ରଖିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ପଞ୍ଚାୟତର ନାଏବ ସରପଞ୍ଚ ପଦବୀ ପାଇଁ ମଞ୍ଜୁବାଳା ଭୋଇ ଓ କୃଷ୍ଣଚନ୍ଦ୍ର ଭୋଇ ପ୍ରାର୍ଥୀ ହୋଇଥିଲେ। ନିର୍ବାଚନ ପରେ କୃଷ୍ଣଙ୍କ ସପକ୍ଷରେ ୧୦ ଖଣ୍ଡ ଓ ମଞ୍ଜୁଙ୍କ ସପକ୍ଷରେ ୯ଖଣ୍ଡ ଭୋଟ ଯାଇଥିଲା। ତେବେ ଗୋଟିଏ ଭୋଟ ନାକଚ କରାଯିବା ଫଳରେ ଦ୍ୱନ୍ଦ୍ୱ ଉପୁଜିଥିଲା। ଉକ୍ତ ଭୋଟ୍‌ର ଅଧିକ ଭାଗ ମଞ୍ଜୁଙ୍କ ଆଡକୁ ଯାଇଥିବାରୁ ଏହାକୁ ନାକଚ ନ କରିବାକୁ ତାଙ୍କ ସମର୍ଥକମାନେ ଅଡି ବସିଥିଲେ। ଖବରପାଇ କଣ୍ଟାପଡା ବ୍ଲକ ନିର୍ବାଚନ ଅଧିକାରୀ ତଥା ବିଡିଓ ସନ୍ତୋଷ ପତି ଘଟଣାସ୍ଥଳରେ ପହଞ୍ଚି ଏହାର ଯାଞ୍ଚ କରିଥିଲେ ମଧ୍ୟ କୌଣସି ନିଷ୍ପତ୍ତି ନେଇ ପାରି ନ ଥିଲେ। ଫଳରେ ପ୍ରିଜାଡିଂ ଅଫିସର ଅଜିତ୍‌ ମହାପାତ୍ର କୃଷ୍ଣଙ୍କୁ ବିଜୟୀ ଘୋଷଣା କରି ଭୋଟବାକ୍ସକୁ ସିଲ୍‌ କରି ଦେଇଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇବା ସହ ଉତ୍ତ୍ୟକ୍ତ ଲୋକମାନେ ପ୍ରିଜାଡିଂ ଅଫିସର ଓ ବିଡିଓଙ୍କୁ ଅଟକ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାଏର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri