ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ: ପ୍ରିଜାଇଡିଂ ଅଫିସର, ବିଡିଓ ଅଟକ

କଣ୍ଟାପଡା,୧୨ା୩(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡା ବ୍ଲକ ଅନ୍ତର୍ଗତ ପାଟସୁନ୍ଦରପୁର ପଞ୍ଚାୟତର ନାଏବ ସରପଞ୍ଚ ନିର୍ବାଚନରେ ଏକ ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଏହାକୁ କେନ୍ଦ୍ରକରି ଗୋଟିଏ ଗୋଷ୍ଠୀ ଭୋଟ ପୁନଃଗଣତି ଦାବିକରି ପ୍ରିଜାଇଡିଂ ଅଫିସର ଓ କଣ୍ଟାପଡା ବିଡିଓଙ୍କୁ ଅଟକ ରଖିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ପଞ୍ଚାୟତର ନାଏବ ସରପଞ୍ଚ ପଦବୀ ପାଇଁ ମଞ୍ଜୁବାଳା ଭୋଇ ଓ କୃଷ୍ଣଚନ୍ଦ୍ର ଭୋଇ ପ୍ରାର୍ଥୀ ହୋଇଥିଲେ। ନିର୍ବାଚନ ପରେ କୃଷ୍ଣଙ୍କ ସପକ୍ଷରେ ୧୦ ଖଣ୍ଡ ଓ ମଞ୍ଜୁଙ୍କ ସପକ୍ଷରେ ୯ଖଣ୍ଡ ଭୋଟ ଯାଇଥିଲା। ତେବେ ଗୋଟିଏ ଭୋଟ ନାକଚ କରାଯିବା ଫଳରେ ଦ୍ୱନ୍ଦ୍ୱ ଉପୁଜିଥିଲା। ଉକ୍ତ ଭୋଟ୍‌ର ଅଧିକ ଭାଗ ମଞ୍ଜୁଙ୍କ ଆଡକୁ ଯାଇଥିବାରୁ ଏହାକୁ ନାକଚ ନ କରିବାକୁ ତାଙ୍କ ସମର୍ଥକମାନେ ଅଡି ବସିଥିଲେ। ଖବରପାଇ କଣ୍ଟାପଡା ବ୍ଲକ ନିର୍ବାଚନ ଅଧିକାରୀ ତଥା ବିଡିଓ ସନ୍ତୋଷ ପତି ଘଟଣାସ୍ଥଳରେ ପହଞ୍ଚି ଏହାର ଯାଞ୍ଚ କରିଥିଲେ ମଧ୍ୟ କୌଣସି ନିଷ୍ପତ୍ତି ନେଇ ପାରି ନ ଥିଲେ। ଫଳରେ ପ୍ରିଜାଡିଂ ଅଫିସର ଅଜିତ୍‌ ମହାପାତ୍ର କୃଷ୍ଣଙ୍କୁ ବିଜୟୀ ଘୋଷଣା କରି ଭୋଟବାକ୍ସକୁ ସିଲ୍‌ କରି ଦେଇଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇବା ସହ ଉତ୍ତ୍ୟକ୍ତ ଲୋକମାନେ ପ୍ରିଜାଡିଂ ଅଫିସର ଓ ବିଡିଓଙ୍କୁ ଅଟକ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?