Posted inଜାତୀୟ

ପର୍ଯ୍ୟାପ୍ତ ଇନ୍ଧନ ମହଜୁଦ ଅଛି: ତରବର ନ ହେବାକୁ କହିଲେ ତୈଳ କମ୍ପାନୀ

ନୂଆଦିଲ୍ଲୀ,୧୦।୫: ଦେଶରେ ପର୍ଯ୍ୟାପ୍ତ ପରିମାଣର ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍‌ ମହଜୁଦ ରହିଛି। ତେଣୁ ଜନସାଧାରଣ ଇନ୍ଧନ କିଣିବା ପାଇଁ ବିଚଳିତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ତୈଳ କମ୍ପାନୀଗୁଡ଼ିକ ଶୁକ୍ରବାର ଜନସାଧାରଣଙ୍କୁ ସୁନିଶ୍ଚିତ କରାଇଛନ୍ତି। ପର୍ଯ୍ୟାପ୍ତ ତୈଳ ଓ ରନ୍ଧନ ଗ୍ୟାସ୍‌ ମହଜୁଦ ଥିବା ନେଇ ରାଷ୍ଟ୍ରାୟତ୍ତ କମ୍ପାନୀ ଇଣ୍ଡିଆନ୍‌ ଅଏଲ୍‌ କର୍ପୋରେଶନ (ଆଇଓସି), ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିଃ(ବିପିସିଏଲ୍‌) ଏବଂ ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେଶନ ଲିଃ (ଏଚ୍‌ପିସିଏଲ୍‌) ପକ୍ଷରୁ ଜଣାଇ ଦିଆଯାଇଛି। ଭାରତ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିଥିବାବେଳେ ଆଗକୁ ଇନ୍ଧନ ନ ମିଳିବା ଆଶଙ୍କା କରି ବହୁସଂଖ୍ୟାରେ ଲୋକେ ତେଲ କିଣିବା ପାଇଁ ପେଟ୍ରୋଲ ପମ୍ପ୍‌ରେ ଧାଡ଼ି ଲଗାଉଥିବାର ଭିଡିଓ ଓ ପୋଷ୍ଟ ସୋସିଆଲ ମିଡିଆଗୁଡ଼ିକରେ ପ୍ରକାଶ ପାଇବା ପରେ ତୈଳ କମ୍ପାନୀଗୁଡ଼ିକ ଏଭଳି ବିବୃତି ଜାରି କରିଛନ୍ତି। ବିଶେଷ କରି ପାକିସ୍ତାନ ସୀମାକୁ ଲାଗିଥିବା ରାଜ୍ୟର ପେଟ୍ରୋଲ ପମ୍ପ୍‌ଗୁଡ଼ିକରେ ଏଭଳି ସ୍ଥିତି ଦେଖିବାକୁ ମିଳିଥିଲା। ଗୁରୁବାର ରାତିରେ ପାକିସ୍ତାନୀ ସେନା ପକ୍ଷରୁ ଏକାଧିକ ଡ୍ରୋନ୍‌ ଓ କ୍ଷେପଣାସ୍ତ୍ର ଆକ୍ରମଣକୁ ଭାରତୀୟ ସେନା ପଣ୍ଡ କରିଥିବାବେଳେ ଜମ୍ମୁ-କଶ୍ମୀର ଓ ପଞ୍ଜାବର ବିଭିନ୍ନ ସହରକୁ ବ୍ଲାକ୍‌ଆଉଟ୍‌ କରାଯାଇଥିଲା। ଫଳରେ ଆଗକୁ ତେଲ ନ ମିଳିବା ନେଇ ଲୋକଙ୍କ ମଧ୍ୟରେ ଆଶଙ୍କା ପ୍ରକାଶ ପାଇଥିଲା। ଶାନ୍ତ ରହି ଅନାବଶ୍ୟକ ଭିଡ଼ ନ ଜମାଇବାକୁ ଓ ଆମକୁ ଭଲ ସେବା ଯୋଗାଇବାରେ ସହଯୋଗ କରିବାକୁ ତୈଳ କମ୍ପାନୀଗୁଡ଼ିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri