ସ୍କ୍ରବ୍‌ ଟାଇଫସ୍‌କୁ ନେଇ ବଢ଼ୁଛି ଚିନ୍ତା

ଭୁବନେଶ୍ୱର, ୧୩।୯(ଅସମାପିକା ସାହୁ): ରାଜ୍ୟରେ ଏବେ ହୁହୁ ହୋଇ ଡେଙ୍ଗୁ ବ୍ୟାପୁଥିବାବେଳେ ଆଉଏକ ରୋଗ ‘ସ୍କ୍ରବ ଟାଇଫସ୍‌’କୁ ନେଇ ଚିନ୍ତା ବଢ଼ିଛି। ବୁର୍ଲା ଭିମ୍‌ସାରରେ ୨୨ଜଣଙ୍କଠାରେ ସ୍କ୍ରବ ଟାଇଫସ୍‌ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି। ତେବେ ଏଥିପାଇଁ ଭୟଭୀତ ହେବାର ଆବଶ୍ୟକ ନାହିଁ। ଏହାର ପରୀକ୍ଷା ଓ ଚିକିତ୍ସା ବ୍ୟବସ୍ଥା ସମସ୍ତ ଜିଲା ହସ୍ପିଟାଲରେ ଉପଲବ୍ଧ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି। ସେ କହିଛନ୍ତି, ଏହା ଚିଗର ନାମକ କୀଟ କାମୁଡ଼ିଲେ ହେଉଛି। ବିଲ ବା ଜଙ୍ଗଲ ଯାଉଥିବା ଲୋକଙ୍କୁ ଏହା ହେଉଛି। ଏହି ରୋଗର ଲକ୍ଷଣ ହେଉଛି ଜ୍ୱର ଲାଗି ରହିବା, ମୁଣ୍ଡ ବିନ୍ଧା ହେବା। ଏଥିସହ ରୋଗୀର ମୃତ୍ୟୁ ଘଟିବାର ମଧ୍ୟ ସମ୍ଭାବନା ରହିଛି। ଶରୀରର ଯେଉଁ ସ୍ଥାନକୁ ଏହି କୀଟଟି କାମୁଡ଼େ ସେଠାରେ ସ୍କିନ ଡେଡ୍‌ ହୋଇଯାଏ। ଏହାର ପରୀକ୍ଷା ସବୁ ଜିଲା ହସ୍ପିଟାଲର ଡିଷ୍ଟ୍ରିକ୍ଟ ପବ୍ଲିକ ହେଲ୍‌ଥ ଲାବରୋଟୋରୀ(ଡିପିଏଚ୍‌ଏଲ୍‌)ରେ ଏଲିଶା ପଦ୍ଧତିରେ କରାଯାଉଛି। ଚିହ୍ନଟ ହେଲେ ଚିକିତ୍ସା ସହଜ। ସାଧାରଣ ଆଣ୍ଟିବାୟୋଟିକ କାମ ଦେବ। ଜ୍ୱର ନ କମିଲେ ପରୀକ୍ଷା କରିନେବାକୁ ସେ ପରାମର୍ଶ ଦେଇଛନ୍ତି। କେନ୍ଦୁଝର, ବରଗଡ଼, ନବରଙ୍ଗପୁର, ଓ ସୁନ୍ଦରଗଡ଼ରୁ ଏହି କେସ୍‌ଗୁଡ଼ିକ ଆସୁଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।
ସେପଟେ ରାଜ୍ୟରେ ଏବେ ପ୍ରତିଦିନ ୨୦୦ ରୁ ୨୫୦ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଥିବା ଡ. ମିଶ୍ର ସୂଚନା ଦେଇଛନ୍ତି। ଡେଙ୍ଗୁ ବଂଶ ବିସ୍ତାର ପାଇଁ ବର୍ତ୍ତମାନ ପାଣିପାଗ ଅନୁକୂଳ ରହିଛି। ବର୍ଷା ନ ଛାଡ଼ିବା ଯାଏ ରୋଗ କମିବ ନାହିଁ ବୋଲି ସେ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୮,୬୧୦ ଜଣଙ୍କ ଡେଙ୍ଗୁ ଟେଷ୍ଟ କରାଯାଇଛି। ସେମାନଙ୍କ ମଧ୍ୟରୁ ୫,୯୭ ଜଣ ପଜିଟିଭ ବାହାରିଛନ୍ତି। ଜୁଲାଇରୁ ଅକ୍ଟୋବରରେ ଡେଙ୍ଗୁର ପିକ୍‌ ପିରିୟଡ। ଏଣୁ ସଚେତନ ହିଁ ଏକମାତ୍ର ମାଧ୍ୟମ। ସାମାନ୍ୟ ଚିକିତ୍ସାରେ ୯୮% ଲୋକ ଡେଙ୍ଗୁରୁ ଭଲ ହୋଇପାରିବେ। ତେଣୁ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ। ପ୍ଲେଟଲେଟ କମିବା ନେଇ ଅଧିକ ବ୍ୟସ୍ତ ହୁଅନ୍ତୁ ନାହିଁ। ପ୍ଲେଟଲେଟ କାଉଣ୍ଟ ୨୦ ହଜାର ପର୍ଯ୍ୟନ୍ତ କମିଲେ ବି ବ୍ୟସ୍ତ ନ ହୋଇ ଡାକ୍ତରଙ୍କ ପରାମର୍ଶ କରନ୍ତୁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି।

ବରଗଡ଼:
ବରଗଡ଼ ଜିଲାରେ ସ୍କ୍ରବ୍‌ ଟାଇଫସ୍‌ ରୋଗ ଏବେ ଆତଙ୍କ ଖେଳାଇଛି। ଏହି ରୋଗରେ ଆକ୍ରାନ୍ତ ହୋଇ ଗତ ୨ସପ୍ତାହ ମଧ୍ୟରେ ୫ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଅତାବିରା ବ୍ଲକ ଲସ୍ତଲା, ଭେଡେନ ବ୍ଲକ ସାହ୍ଲେପାଲି, ସୋହେଲା ବ୍ଲକ ପେଟୁପାଲି, ବେହେରାପାଲି ଏବଂ ବରପାଲି ବ୍ଲକ ଖଇରପାଲିର ଜଣେ ଲେଖାଏଁ ରହିଛନ୍ତି। ସେହିପରି ଅନେକ ଆକ୍ରାନ୍ତ ଏବେ ମଧ୍ୟ ଚିକିତ୍ସାଧୀନ ଅଛନ୍ତି। ୧୭୮ଜଣଙ୍କ ରକ୍ତ ନମୁନା ପରୀକ୍ଷା ହୋଇଛି ଏବଂ ୩ ଜଣଙ୍କ ପଜିଟିଭ୍‌ ଆସିଥିବା ସିଡିଏମ୍‌ଓ ଡା. ଜିତେନ୍ଦ୍ର ମୋହନ ବେବର୍ତ୍ତା ସୂଚନା ଦେଇଛନ୍ତି। ଏକ କୀଟ କାମୁଡିବା ଯୋଗୁ ଲୋକେ ଏହି ରୋଗରେ ଆକ୍ରାନ୍ତ ହେଉଛନ୍ତି। ଏହି ରୋଗରେ ବର୍ତ୍ତମାନ ସୁଦ୍ଧା ୫ଜଣଙ୍କ ମୃତ୍ୟୁ ହୋଇଥିବା ସେ କହିଛନ୍ତି। ବରଗଡ଼ ଜିଲାର ଲୋକେ ମୁଖ୍ୟତଃ ଚାଷ ଉପରେ ନିର୍ଭର କରୁଥିବା ବେଳେ ଚାଷଜମିକୁ ସେମାନଙ୍କ ଯିବାଆସିବା ଲାଗି ରହିଥାଏ। ଏଭଳି ସମୟରେ ସ୍କ୍ରବ୍‌ ଟାଇଫସ୍‌ କୀଟ ଚାଷୀଙ୍କ ଚିନ୍ତା ବଢାଇଦେଇଛି। ଉକ୍ତ କୀଟ ଏହି ରୋଗର କାରଣ ହେଉଥିବାବେଳେ ଲୋକେ ସଚେତନତା ଅଭାବରୁ ମୃତ୍ୟୁମୁଖରେ ପଡୁଛନ୍ତି। ତେବେ ଏହି ରୋଗର ଚିକିତ୍ସା ବ୍ୟବସ୍ଥା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri