ପାନୀୟଜଳ ସମସ୍ୟା ଦୂରହେବା ଆଶା ଉଜ୍ଜୀବିତ

କେସିଙ୍ଗା,୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ର ପରଲସିଙ୍ଗା ଗ୍ରାମ ପଞ୍ଚାୟତବାସୀ ପାନୀୟଜଳ ପାଇଁ ଘୋର ଅସୁବିଧାର ସମ୍ମୁଖୀନ ହେଉଥିଲେ। ବାରମ୍ବାର ଆପତ୍ତି ଅଭିଯୋଗ ପରେ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଇଛି। ୩କୋଟି ୨୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କାଣ୍ଡେଲ ଦେହେରେନ ଜୋର ନିକଟରେ ପାଣିଟାଙ୍କି କାମ ଯୁଦ୍ଧକାଳୀନ ଭିତ୍ତିରେ ଚାଲୁରହିଛି। ଫଳରେ ସମସ୍ୟା ଦୂରହେବା ନେଇ ପଞ୍ଚାୟତବାସୀଙ୍କ ଆଶା ଉଜ୍ଜୀବିତ ହୋଇଛି। ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗର ଯନ୍ତ୍ରୀ ଧର୍ମେନ୍ଦ୍ର ସେଠ ନିର୍ମାଣସ୍ଥଳରେ ପହଞ୍ଚି ପାଣିଟାଙ୍କି, ସାଇଟ ୱେଲ, ପାଇପ୍‌ ଲାଇନ୍‌ ଆଦି କାମ ତଦାରଖ କରିବା ସହ ତୁରନ୍ତ ଏହା ସାରିବା ପାଇଁ ନିୟୋଜିତ ମିସ୍ତ୍ରି, ଶ୍ରମିକଙ୍କୁ ତାଗିଦ କରିଥିଲେ। ପାଣିଟାଙ୍କିରୁ ପରଲସିଙ୍ଗା ଓ ଜୁରକାଭା ଗ୍ରାମ ଯାଏ ପ୍ରାୟ ୧୦ କି.ମି. ଦୂର ପାଇପ୍‌ଲାଇନ ନିର୍ମାଣ କରାଯିବ। ଏହି କାମ ଶେଷ ହେଲେ ପରଲସିଙ୍ଗା ପଞ୍ଚାୟତର ମହୁଲପଡା, ମାଝିପଡା ଓ ଜୁରକାଭା ଗ୍ରାମର ପ୍ରାୟ ୩ ହଜାର ଲୋକେ ପାନୀୟଜଳ ପାଇପାରିବେ। ଏ ନେଇ ପରଲସିଙ୍ଗା ସରପଞ୍ଚ କୃତାଞ୍ଜଳି ଗୌଡ଼ଙ୍କୁ ପଚାରିବାରୁ ଆମ ପଞ୍ଚାୟତରେ ପାନୀୟଜଳର ଘୋର ଅସୁବିଧା ହେଉଥିବା ନେଇ ରାଜ୍ୟ ସରକାର ଓ ବିଭାଗୀୟ ଅଧିକାରୀଙ୍କୁ ଆବେଦନ କରିଥିଲୁ। ଏବେ ଅର୍ଥ ମଞ୍ଜୁର ହୋଇ କାମ ଚାଲିଥିବାରୁ ପଞ୍ଚାୟତବାସୀଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଉଛି ବୋଲି ପ୍ରକାଶ କରିଥିଲେ। ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଯନ୍ତ୍ରୀ ଧର୍ମେନ୍ଦ୍ର ସେଠଙ୍କୁ ପଚାରିବାରୁ ଲୋକଙ୍କ ସମସ୍ୟା କିପରି ଦୂରହେବ ସେଥିପାଇଁ ପାନୀୟଜଳ ବ୍ୟବସ୍ଥା କରାଯାଉଛି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?