ଭିତ୍ତିଭୂମି ଅଛି, ଡାକ୍ତର ଅଭାବ

ନିଶ୍ଚିନ୍ତକୋଇଲି,୧୭।୨(ସ୍ବ.ପ୍ର.): ଗ୍ରାମାଞ୍ଚଳ ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ମିଶନ ଗଠନ କରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର ଭିତ୍ତିଭୂମିର ଉନ୍ନତି ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ଏପରିସ୍ଥଳେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ନଗସପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଭିତ୍ତିିଭୂମି ରହିଛି। କିନ୍ତୁ ଦୀର୍ଘଦିନ ହେଲା ଏହି ସ୍ବାସ୍ଥ୍ୟକେନ୍ଦ୍ରରେ କୌଣସି ସ୍ଥାୟୀ ଡାକ୍ତର ନାହାନ୍ତି। ଫଳରେ ଲୋକେ ସର୍ବନିମ୍ନ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ୧୯୫୬ରେ ତକତ୍ାଳୀନ ଜିଲା ପରିଷଦ ସଭ୍ୟ ତଥା ସ୍ବାଧୀନତା ସଂଗ୍ରାମୀ ସୁରେନ୍ଦ୍ର ପଟ୍ଟନାୟକଙ୍କ ଉଦ୍ୟମ ଯୋଗୁ ନଗସପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପ୍ରତିଷ୍ଠା କରାଯାଇଥିଲା। ପରବର୍ତ୍ତୀ ସମୟରେ ପୂର୍ବତନ ବାଚସ୍ପତି ସ୍ବର୍ଗତ ଯୁଧିଷ୍ଠିର ଦାସ ଓ ତକତ୍ାଳୀନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଉଦ୍ୟମରେ ସ୍ବାସ୍ଥ୍ୟକେନ୍ଦ୍ରର ଭିତ୍ତିଭୂମିର ଉନ୍ନତି କରାଯାଇଥିଲା। ମାତ୍ର ଦୀର୍ଘ ୫ ବର୍ଷ ହେଲା ଏହି ସ୍ବାସ୍ଥ୍ୟକେନ୍ଦ୍ରରେ କୌଣସି ସ୍ଥାୟୀ ଡାକ୍ତର ନଥିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି। ଏଠାରେ ଯେଉଁ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଏ, ସେମାନେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହି ରୋଗୀସେବା କରିଥା’ନ୍ତି। ସମ୍ପୃକ୍ତ ଡାକ୍ତର ସପ୍ତାହକୁ ମାତ୍ର ଥରେ ୨ ଥର କାଁ ଭାଁ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ଆସି ପୁନର୍ବାର ଫେରି ଯାଇଥାନ୍ତି।
ଏହି ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ପ୍ରିୟରଞ୍ଜନ ଜେନାଙ୍କ ଦୀର୍ଘ ଦିନ ହେବ ଜଗତ୍‌ସିଂହପୁର ଜିଲାର କ୍ରୀଷ୍ଣାନନ୍ଦପୁରକୁ ବଦଳି ହେଲାଣି। ତାଙ୍କ ସ୍ଥାନରେ ଏପର୍ଯ୍ୟନ୍ତ କୌଣସି ନୂତନ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇନାହିଁ। ଏକମାତ୍ର ଆୟୁଷ ଡାକ୍ତର ନାମକୁମାତ୍ର ଡାକ୍ତରଖାନାକୁ ଆସି ଫେରିଯାଇଥା’ନ୍ତି। ଅପରପକ୍ଷେ ଏହି ସ୍ବାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ରୋଗୀଙ୍କ ଔଷଧ ଚିଠା ଲେଖୁଥିବାର ଦେଖିବାକୁ ମିଳିଛି।
ରୋଗୀଙ୍କ ନିମନ୍ତେ ସେ ଏକମାତ୍ର ଦଇବ ସାହାଭଳି ଫାର୍ମାସିଷ୍ଟ କାର୍ଯ୍ୟ କରୁଛନ୍ତି ବୋଲି
ସ୍ଥାନୀୟ ଲୋକେ କହିଛନ୍ତି। ସେହିଭଳି ଭାବେ ଏହି ସ୍ବାସ୍ଥ୍ୟକେନ୍ଦ୍ର ନିମନ୍ତେ ୨ ଜଣ ଷ୍ଟାଫ ନର୍ସଙ୍କୁ ନିଯୁକ୍ତି ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ଷ୍ଟାଫ ନର୍ସ ପ୍ରସୂତିକାଳୀନ ଛୁଟିରେ ରହିଛନ୍ତି। ଫଳରେ ଜଣେ ମାତ୍ର ଷ୍ଟାଫ ନର୍ସଙ୍କୁ ନେଇ ଏଠାରେ ସ୍ବାସ୍ଥ୍ୟସେବା ଚାଲିଥିବା ସାଧାରଣରେ ଅଭିଯୋଗ ହୋଇଛି।
ଅପରପକ୍ଷରେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ କୋଟି କୋଟି ଟଙ୍କା ବ୍ୟୟରେ ଗୃହ ନିର୍ମାଣ କରାଯାଇଥିଲେ ମଧ୍ୟ କୌଣସି କର୍ମଚାରୀ ରହୁ ନ ଥିବା ଜଣାପଡ଼ିଛି। ଫଳରେ ଜରୁରୀକାଳୀନ ପରିସ୍ଥିତିରେ ଲୋକେ ଏଠାକୁ ଚିକିତ୍ସା ନିମନ୍ତେ ଆସି ଡାକ୍ତର ଓ କର୍ମଚାରୀଙ୍କୁ ନପାଇ ନିରାଶ ହୋଇ ଫେରୁଛନ୍ତି। ବହୁ ସମୟରେ ଗର୍ଭବତୀ ପ୍ରସୂତି ମହିଳା, କୋମଳମତି ଶିଶୁ ଓ ସାଧାରଣ ଲୋକେ ଆବଶ୍ୟକ ଚିକିତ୍ସା ସେବା ପାଇ ନ ପାରି ଅକାଳରେ ମୃତ୍ୟୁମୁଖରେ ପଡୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।
ଏ ସମ୍ପର୍କରେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟ ଅମିତ ଜେନା କୁହନ୍ତି ସେଠାରେ ଜଣେ ଆୟୁଷ ଡାକ୍ତର ଅଛନ୍ତି। ଡାକ୍ତର ପଦବୀ ଖାଲି ପଡିଥିବା ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷ ଅବଗତ ଅଛନ୍ତି। ଅଧିକ ଡାକ୍ତର ନିଯୁକ୍ତି ହେଲେ ଖାଲି ପଦବୀ ପୂରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri