ଅଭିଭାବକ, ଛାତ୍ରୀଛାତ୍ର ମହଲରେ ତୀବ୍ର ଅସନ୍ତୋଷ

ଡେରାବିଶ, ୧୬ା୯(ବେବର୍ତ୍ତା ଅଜୟ ଦାସ): ୩ ଦଫା ଦାବି ନେଇ ଡେରାବିଶ ଶିକ୍ଷା ସର୍କଲ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକମାନେ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଫଳରେ ପ୍ରାଥମିକ ବିଦ୍ୟାଳୟଗୁଡିକରେପାଠ ପଢା ଏକ ପ୍ରକାର ବନ୍ଦ ହୋଇଯାଇଛି। ଏହି ସର୍କଲ ଅନ୍ତର୍ଗତ ସମୁଦାୟ ୧୪୩ଟି ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀଯାଏ ରହିଛି। ଶୁକ୍ରବାର ଏହି ବିଦ୍ୟାଳୟକୁ ଶିକ୍ଷକମାନେ ନ ଆସିବା ଯୋଗୁ ଏଥି ମଧ୍ୟରୁ ୨୬ ଟି ବିଦ୍ୟାଳୟ ସମ୍ପୂର୍ଣ୍ଣ ବନ୍ଦ ହେବା ସହ ତାଲା ଝୁଲୁଛି। ଯେଉଁଥିପାଇଁ ଦୈନିକ ଏହି ବିଦ୍ୟାଳୟକୁ ଛାତ୍ରୀଛାତ୍ରମାନେ ପଢ଼ିବା ପାଇଁ ଆସି ଘରକୁ ଫେରିଛନ୍ତି। ଏ ନେଇ ଛାତ୍ର ଅଭିଭାବକଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି। ଅଭିଭାବକ ଅକ୍ଷୟ କୁମାର ବିଶ୍ୱାଳ ଓ ବିକ୍ରମ ଚରଣ କାଣ୍ଡି କହିଛନ୍ତି, ଶିକ୍ଷକମାନଙ୍କ ଆନ୍ଦୋଳନ ଯଥାର୍ଥ ହୋଇପାରେ। ମାତ୍ର ଆନ୍ଦୋଳନ ପାଇଁ ବିକଳ୍ପ ବ୍ୟବସ୍ଥା କରା ନ ଯାଇ ବିଦ୍ୟାଳୟ ବନ୍ଦ କରି ଦିଆଯିବା ଦ୍ୱାରା ପିଲାଙ୍କ ପାଠପଢ଼ାରେ ଯେଉଁ ବ୍ୟାଘାତ ଘଟିଲା ତାକୁ ଭରଣା କରିବ କିଏ। ଏ ବିଷୟରେ ନିଖିଳ ଉତ୍କଳ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର ବ୍ଲକ ସଭାପତି ଅଶୋକ କୁମାର ମହାପାତ୍ରଙ୍କୁ ପଚାରିବାରେ ଶିକ୍ଷମାନଙ୍କ ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନରୁ ଚାଲିବ। ପିଲାଙ୍କ ବନ୍ଦ ରହିଥିବା ପାଠପଢ଼ା ପାଇଁ କିଏ ଦାୟୀ ରହିବ ବୋଲି ପଚାରିବାରୁ ସରକାର ବୋଲି ସେ କହିଛନ୍ତି। ଏ ନେଇ ବ୍ଲକ ଶିକ୍ଷାଧିକାରୀ ଶ୍ରୀକାନ୍ତ ବେହେରାଙ୍କୁ ପଚାରିବାରେ ବନ୍ଦ ରହିଥିବା ବିଦ୍ୟାଳୟରେ ଶନିବାରଠାରୁ ପାଖରେ ଥିବା ହାଇସ୍କୁଲ ଓ ଆନ୍ଦୋଳନରେ ସାମିଲ ହୋଇ ନ ଥିବା ଶିକ୍ଷକ ସମ୍ପୃକ୍ତ ବିଦ୍ୟାଳୟକୁ ଯାଇ ପିଲାଙ୍କୁ ପାଠ ପଢ଼ାଇବା ପାଇଁ ବିକଳ୍ପ ବ୍ୟବସ୍ଥା କରାଯାଇଛି। ଏ ବିଷୟରେ ଶିକ୍ଷା ସର୍କଲ ଅଧୀନରେ ଥିବା ସମସ୍ତ କ୍ଲାଷ୍ଟରର ସିଆର୍‌ସିସିଙ୍କୁ ପିଲାଙ୍କ ପାଠପଢ଼ା ଯେପରି ବନ୍ଦ ନ ହୁଏ ସେ ଦିଗରେ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ କେତେଜଣ ସିଆର୍‌ସିସି ନିଜ ନାମକୁ ଗୋପନ ରଖି ବର୍ତ୍ତମାନ ବହୁ ଶିକ୍ଷକ ପଦବୀ ଖାଲି ପଡ଼ିଥିବା ବେଳେ ବନ୍ଦ ଥିବା ବିଦ୍ୟାଳୟରେ କେଉଁଠୁ ଶିକ୍ଷକ ଆଣି ପଢ଼ା ହେବ ତାହା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ବୋଲି କହିଥିଲେ। ତେବେ ବନ୍ଦ ଥିବା ୨୬ଟି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ତେବେ ଶନିବାରଠାରୁ ବନ୍ଦ ଥିବା ବିଦ୍ୟାଳୟଗୁଡ଼ିକ ଖୋଲି ସେଠାରେ ପାଠପଢ଼ା ଯିବା ସହ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ସାଧନ କେନ୍ଦ୍ର ସଂଯୋଜକ ଖଗେଶ୍ୱର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri