ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ, ନିଜ ଘରେ ପଢ଼ାଉଛନ୍ତି କର୍ମୀ

ଅସ୍ତରଙ୍ଗ,୧୬।୭(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧୀନ ଅସ୍ତରଙ୍ଗ ପଞ୍ଚାୟତର ୫ ନମ୍ବର ଅଙ୍ଗନବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଫଳରେ ପିଲାମାନେ ପଢାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୂର୍ବରୁ ଭଡ଼ା ଘରେ ଅଙ୍ଗନଓ୍ବାଡି କେନ୍ଦ୍ର ଚାଲୁଥିବା ବେଳେ ବର୍ତ୍ତମାନ ଅଙ୍ଗନଓ୍ବାଡି କର୍ମୀଙ୍କ ଘରେ ଚାଲିଛି କେନ୍ଦ୍ର। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ତୁରନ୍ତ ଏହି ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ନିଜସ୍ବ ଗୃହ ଯୋଗାଇ ଦେବାକୁ ପ୍ରଶାସନ ନିକଟରେ ଦାବି ହେଉଛି। ଏହି ଅଙ୍ଗନଓ୍ବାଡି କେନ୍ଦ୍ରରେ ୧୬ଜଣ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ଦୀର୍ଘ ବର୍ଷ ହେବ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଘର ଖଣ୍ଡେ ନାହିଁ। କେନ୍ଦ୍ର ପାଇଁ ଜମି ଚୟନ ହୋଇ ନ ଥିବାରୁ ଏକ ଭଡ଼ା ଘରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଚାଲୁଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କୌଣସି କାରଣକୁ ନେଇ ଭଡ଼ା ଘରେ ମଧ୍ୟ କେନ୍ଦ୍ର ବନ୍ଦ କରାଯାଇଥିଲା। ଫଳରେ ପିଲାଙ୍କ ଶିକ୍ଷାକୁ ଗୁରୁତ୍ୱ ଦେଇ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଥିବା କର୍ମୀ ସଂଯୁକ୍ତା ବେହେରା ବେଳେବେଳେ ନିଜ ଘରେ ପିଲାଙ୍କୁ ଡକାଇ ଶିକ୍ଷାଦାନ କରୁଥିବା ଦେଖିବାକୁ ମିଳୁଛି। ଏ ନେଇ ଅଙ୍ଗନଓ୍ବାଡି କର୍ମୀ ସଂଯୁକ୍ତା ବେହେରା କହିଛନ୍ତି, ପୂର୍ବରୁ ଏହି ଅଞ୍ଚଳରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଜାଗା ଚୟନ ହୋଇ ନ ଥିଲା। ଫଳରେ ଏକ ଭଡ଼ା ଘରେ କେନ୍ଦ୍ର ଚାଲୁଥିଲା। କିନ୍ତୁ କିଛିମାସ ପରେ ସେଠାରେ ମଧ୍ୟ କୌଣସି କାରଣରୁ କେନ୍ଦ୍ରକୁ ବନ୍ଦ କରିଦିଆଯାଇଥିଲା। ତେଣୁ ବେଳେବେଳେ ପିଲାଙ୍କୁ ଘରକୁ ଡକାଇ ଶିକ୍ଷାଦାନ କରୁଛି ବୋଲି କହିଛନ୍ତି। କେନ୍ଦ୍ରର ଏକ ପକ୍କାଗୃହ କରିବା ପାଇଁ ବାରମ୍ବାର ପ୍ରଶାସନ ନିକଟରେ ଅଭିଯୋଗ କରିଆସୁଛି। ହେଲେ ଏଥିପ୍ରତି କୌଣସି ପଦକ୍ଷେପ ନିଆଯାଉ ନାହିଁ। ସରକାର ତରଫରୁ ନିର୍ଦ୍ଧିଷ୍ଟ ସ୍ଥାନରେ ଅଙ୍ଗନଓ୍ବାଡି କେନ୍ଦ୍ର ଯଥାଶୀଘ୍ର ନିର୍ମାଣ କରିବା ପାଇଁ ପିଲାମାନଙ୍କ ଅଭିଭାବକ ଓ ସ୍ଥାନୀୟ ୱାର୍ଡ ସଭ୍ୟ ପ୍ରଶାସନ ନିକଟରେ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri