ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ, ନିଜ ଘରେ ପଢ଼ାଉଛନ୍ତି କର୍ମୀ

ଅସ୍ତରଙ୍ଗ,୧୬।୭(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧୀନ ଅସ୍ତରଙ୍ଗ ପଞ୍ଚାୟତର ୫ ନମ୍ବର ଅଙ୍ଗନବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଫଳରେ ପିଲାମାନେ ପଢାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୂର୍ବରୁ ଭଡ଼ା ଘରେ ଅଙ୍ଗନଓ୍ବାଡି କେନ୍ଦ୍ର ଚାଲୁଥିବା ବେଳେ ବର୍ତ୍ତମାନ ଅଙ୍ଗନଓ୍ବାଡି କର୍ମୀଙ୍କ ଘରେ ଚାଲିଛି କେନ୍ଦ୍ର। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ତୁରନ୍ତ ଏହି ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ନିଜସ୍ବ ଗୃହ ଯୋଗାଇ ଦେବାକୁ ପ୍ରଶାସନ ନିକଟରେ ଦାବି ହେଉଛି। ଏହି ଅଙ୍ଗନଓ୍ବାଡି କେନ୍ଦ୍ରରେ ୧୬ଜଣ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ଦୀର୍ଘ ବର୍ଷ ହେବ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଘର ଖଣ୍ଡେ ନାହିଁ। କେନ୍ଦ୍ର ପାଇଁ ଜମି ଚୟନ ହୋଇ ନ ଥିବାରୁ ଏକ ଭଡ଼ା ଘରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଚାଲୁଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କୌଣସି କାରଣକୁ ନେଇ ଭଡ଼ା ଘରେ ମଧ୍ୟ କେନ୍ଦ୍ର ବନ୍ଦ କରାଯାଇଥିଲା। ଫଳରେ ପିଲାଙ୍କ ଶିକ୍ଷାକୁ ଗୁରୁତ୍ୱ ଦେଇ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଥିବା କର୍ମୀ ସଂଯୁକ୍ତା ବେହେରା ବେଳେବେଳେ ନିଜ ଘରେ ପିଲାଙ୍କୁ ଡକାଇ ଶିକ୍ଷାଦାନ କରୁଥିବା ଦେଖିବାକୁ ମିଳୁଛି। ଏ ନେଇ ଅଙ୍ଗନଓ୍ବାଡି କର୍ମୀ ସଂଯୁକ୍ତା ବେହେରା କହିଛନ୍ତି, ପୂର୍ବରୁ ଏହି ଅଞ୍ଚଳରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଜାଗା ଚୟନ ହୋଇ ନ ଥିଲା। ଫଳରେ ଏକ ଭଡ଼ା ଘରେ କେନ୍ଦ୍ର ଚାଲୁଥିଲା। କିନ୍ତୁ କିଛିମାସ ପରେ ସେଠାରେ ମଧ୍ୟ କୌଣସି କାରଣରୁ କେନ୍ଦ୍ରକୁ ବନ୍ଦ କରିଦିଆଯାଇଥିଲା। ତେଣୁ ବେଳେବେଳେ ପିଲାଙ୍କୁ ଘରକୁ ଡକାଇ ଶିକ୍ଷାଦାନ କରୁଛି ବୋଲି କହିଛନ୍ତି। କେନ୍ଦ୍ରର ଏକ ପକ୍କାଗୃହ କରିବା ପାଇଁ ବାରମ୍ବାର ପ୍ରଶାସନ ନିକଟରେ ଅଭିଯୋଗ କରିଆସୁଛି। ହେଲେ ଏଥିପ୍ରତି କୌଣସି ପଦକ୍ଷେପ ନିଆଯାଉ ନାହିଁ। ସରକାର ତରଫରୁ ନିର୍ଦ୍ଧିଷ୍ଟ ସ୍ଥାନରେ ଅଙ୍ଗନଓ୍ବାଡି କେନ୍ଦ୍ର ଯଥାଶୀଘ୍ର ନିର୍ମାଣ କରିବା ପାଇଁ ପିଲାମାନଙ୍କ ଅଭିଭାବକ ଓ ସ୍ଥାନୀୟ ୱାର୍ଡ ସଭ୍ୟ ପ୍ରଶାସନ ନିକଟରେ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri