କୋଭିଡ୍‌ ପାଇଁ ବେଡ୍‌ ନାହିଁ

ଭୁବନେଶ୍ୱର, ୧୭।୫(ବ୍ୟୁରୋ):ରାଜ୍ୟରେ ଦୈନିକ ସଂକ୍ରମଣ ୧୦ରୁ ୧୨ହଜାର ରହୁଛି। ଏଥିରେ ପ୍ରତିଦିନ ଖୋର୍ଦ୍ଧା ଜିଲା ଆଗରେ ରହୁଛି। ଆଉ ଖୋର୍ଦ୍ଧା ଜିଲାରେ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟାର ପ୍ରାୟ ୮୭% ଭୁବନେଶ୍ୱରରେ ଚିହ୍ନଟ ହେଉଛନ୍ତି। ଏଠାରେ ଦୈନିକ ୧୧ରୁ ୧୩ଶହ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସବୁଠାରୁ ବଡ଼ କଥା ହେଲା ଏହି ଦ୍ୱିତୀୟ ଲହରରେ ସଂକ୍ରମିତ ହେଉଥିବା ଅଧିକାଂଶ ରୋଗୀଙ୍କ ଅକ୍ସିଜେନସ୍ତର ହ୍ରାସ ପାଉଥିବାରୁ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଆଉ ପ୍ରତିଦିନ ଭୁବନେଶ୍ୱରରେ ୨ରୁ ୩ ଜଣଙ୍କ ମୃତ୍ୟୁ ଘଟୁଛି। ତେବେ ଏତେ ସଂଖ୍ୟାରେ ରୋଗୀ ଚିହ୍ନଟ ହେଉଥିବାରୁ ହସ୍ପିପିଟାଲରେ ସେହି ସଂଖ୍ୟାର ବେଡ୍‌ ମଧ୍ୟ ଅଭାବ ଦେଖାଦେଲାଣି।
ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଭୁବନେଶ୍ୱରରେ ଏକାଧିକ କୋଭିଡ୍‌ ହସ୍ପିଟାଲ କରାଯାଇଥିଲେ ସୁଦ୍ଧା କ୍ୟାପିଟାଲ ହସ୍ପିଟାଲରେ କୋଭିଡ୍‌ ଚିକିତ୍ସା ପାଇଁ ବ୍ୟବସ୍ଥା କରାଯାଇ ନାହିଁ। ଏଠାକୁ କେହି ରୋଗୀ ଆସିଲେ ତାଙ୍କ ପାଇଁ ଏକ ଅବ୍‌ଜରଭେଶନ ରୁମ୍‌ କରାଯାଇଛି। ସେଠାରେ ୮ଟି ବେଡ୍‌ ରହିଛି। ଯେଉଁମାନେ ପଜିଟିଭ ଚିହ୍ନଟ ଜଣାପଡ଼ୁଛନ୍ତି ସେଠାରେ ସେମାନଙ୍କୁ ରଖାଯାଉଛି। ଆଉ ପ୍ରାୟ ୨ଘଣ୍ଟା ମଧ୍ୟରେ ସେମାନଙ୍କୁ ବିଏମ୍‌ସି ସହିତ ଯୋଗାଯୋଗ କରି କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଛି। ଗୁରୁତର ରୋଗୀ ଥିଲେ ତାଙ୍କୁ ଅକ୍ସିଜେନ ଦେବାର ମଧ୍ୟ ବ୍ୟବସ୍ଥା ରହିଛି। ରାଜଧାନୀର ଅନେକ ଲୋକ ଏହି ହସ୍ପିଟାଲ ଉପରେ ନିର୍ଭର କରୁଥିବା ବେଳେ ଏଠାରେ କୋଭିଡ୍‌ ବେଡ୍‌ କରା ନ ଯିବା ଜନସାଧାରଣଙ୍କୁ ବ୍ୟଥିତ କରିଛି। ବିଶେଷ କରି ଶନିବାର ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ଅଞ୍ଚଳର ଜଣେ ୧୮ଦିନର ନବବଧୂଙ୍କୁ ଚିକିତ୍ସା ପାଇଁ ଅଣାଯାଇଥିବାବେଳେ କୋଭିଡ୍‌ ବେଡ୍‌ ଉପଲବ୍ଧ ନ ଥିବାରୁ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ କୁହାଯାଇଥିଲା। ଏବଂ ଶେଷରେ ସେ ଆଖି ବୁଜି ଦେଇଥିଲେ। ସ୍ବାସ୍ଥ୍ୟ ବିଶେଷଜ୍ଞ ନିରଞ୍ଜନ ସାହୁ କହିଛନ୍ତି ଯେ, କ୍ୟାପିଟାଲ ହସ୍ପିଟାଲରେ କୋଭିଡ୍‌ ରୋଗୀଙ୍କ ପାଇଁ ବେଡ୍‌ କରିବା ଉଚିତ୍‌। ଫଳରେ ପାଖାପାଖି ଲୋକ ବହୁ ଉପକୃତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?