୬ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ନାହିଁ

ଲାଞ୍ଜିଗଡ,୧୪।୪(ଡି.ଏନ.ଏ.): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଏକ ଶିଳ୍ପାଞ୍ଚଳ ହୋଇଥିବା ବେଳେ ଅନେକ ଲୋକ ବିଭିନ୍ନ ପ୍ରକାର ସିମ ବ୍ୟବହାର କରିଥାନ୍ତି। ସେ ମଧ୍ୟରୁ ବିଏସ୍‌ଏନ୍‌ଏଲ୍‌ (ଭାରତ ସଞ୍ଚାର ନିଗମ ଲିମିଟେଡ଼) ଏକ ପୁରୁଣା ଟେଲିକମ କମ୍ପାନୀ ହୋଇଥିବା ବେଳେ ଲୋକେ ଏହି ସିମକୁ ବହୁଳ ବ୍ୟବହାର କରିଥାନ୍ତି। ଏଭଳି କି ଅଫିସରେ ମଧ୍ୟ ଅଧିକ ଏହି ନେଟର ବ୍ୟବହାର ହୋଇଥାଏ। ହେଲେ ବର୍ତ୍ତମାନ ଲୋକଙ୍କ ଆସ୍ଥା ହରାଉଛି ଏହି କମ୍ପାନୀ। ଲୋକଙ୍କୁ ଠିକରେ ସେବା ଯୋଗାଇ ପାରୁନାହିଁ। ଅଧିକାଂଶ ଗ୍ରାହକଙ୍କ ବ୍ୟାଙ୍କ ଆକାଉଣ୍ଟରେ ବିଏସ୍‌ଏନ୍‌ଏଲ୍‌ ନମ୍ବର ଜଡିତ ଥିବାରୁ ସେମାନେ ଓଟିପି ନ ଆସିଲେ ବ୍ୟାଙ୍କ ଟ୍ରାନ୍ସକ୍ସନ ପାଇଁ ଅସୁବିଧା ଭୋଗୁଛନ୍ତି। କେତେବେଳେ ନେଟୱର୍କ ରହୁଛି ତ କେତେବେଳେ ରହୁନାହିଁ। ଅନ୍ୟ କମ୍ପାନୀ ତୁଳନାରେ ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ପ୍ରତି ମାସରେ ୫ରୁ ୬ଦିନ ନେଟୱର୍କ ଉଭାନ ହୋଇଯାଏ। ଗତ ୬ଦିନ ହେଲା ଲାଞ୍ଜିଗଡ ଏବଂ ଏହାର ଆଖପାଖ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌ ନେଟୱକ ନାହିଁ। ଫଳରେ ଲୋକଙ୍କ ଯୋଗାଯୋଗ ବିଛିନ୍ନ ଘଟିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଦୁର୍ଗମ ଏବଂ ଘାଟି ଅଞ୍ଚଳରେ ଥିବା ମୁଷନାଳ ଓ ବିଜେପୁରଠାରେ ମଧ୍ୟ ବିଏସଏନଏଲ ଟାୱାର ସ୍ଥାପନ କରାଯାଇଛି। ହେଲେ ତାହା ନାମକୁ ମାତ୍ର ଫୋର ଜି ନେଟ କଥା କୁହାଯାଉଛି ହେଲେ କିଛି କାମ କରୁନାହିଁ। ଲୋକେ ଏହି କମ୍ପାନୀ ପ୍ରତି ବିମୁଖ ହେଉଛନ୍ତି। ଅଞ୍ଚଳବାସୀ ଏହାକୁ ନେଇ ଆନ୍ଦୋଳନ ପାଇଁ ସଜବାଜ ହେବାକୁ ବସିଲେଣି। ଆଗାମୀ ଦିନରେ ଏକ ବଡ଼ ଧରଣର ଆନ୍ଦୋଳନକୁ ଏଡାଇ ଦିଆଯାଇ ନ ପାରେ। ଯଥାଶୀଘ୍ର ଏଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri