ଜିଲା ମୁଖ୍ୟ ଚିକିତ୍ସାଳୟରେ ନାହିଁ ବର୍ନ ଓ୍ବାର୍ଡ

ପୁରୀ,୩୧ା୫(ଅଜିତ୍‌ କୁମାର ମହାନ୍ତି): ଭଉଁରି ଯାତ୍ରା ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀ ପରିସରରେ ବାଣ ବିସ୍ଫୋରଣ ଘଟି ୩୦ରୁ ଊର୍ଦ୍ଧ୍ୱ ଭକ୍ତ ଆହତ ହୋଇଥିବା ବେଳେ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ସମ୍ପୃକ୍ତ ଆହତମାନଙ୍କ ଚିକିତ୍ସା ନେଇ ଭିତ୍ତିଭୂମିର ଅଭାବ ସାମ୍ନାକୁ ଆସିଛି। ବିଶେଷକରି ଏଠାରେ ବର୍ନ ୟୁନିଟ ନ ଥିବାରୁ ପୋଡ଼ିଯାଇ ଗୁରୁତର ହୋଇଥିବା ଭକ୍ତମାନେ ଉପଯୁକ୍ତ ଚିକିତ୍ସା ସେବା ପାଇବାରୁ ବଞ୍ଚତ୍ତ ହୋଇ କଟକ ଓ ଭୁବନେଶ୍ୱରକୁ ସ୍ଥାନାନ୍ତର ହୋଇଥିଲେ। ଏହା ସାଧାରଣରେ ଅସନ୍ତୋଷର କାରଣ ପାଲଟିଛି।
ରାଜ୍ୟ ସରକାର ପୁରୀକୁ ବିଶ୍ୱସ୍ତରୀୟ ସହରରେ ପରିଣତ କରିବା ପାଇଁ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପୁରୀ ପଛରେ ପଡ଼ିଛି ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ। ପୁରୀ ଏକ ପର୍ଯ୍ୟଟନ ତଥା ଧାର୍ମିକ ଦୃଷ୍ଟିକରଣ ଏକ ଗୁୁରୁତ୍ୱପୂର୍ଣ୍ଣ ସ୍ଥାନ ହୋଇଥିବାରୁ ପ୍ରତ୍ୟେକ ଦିନ ହଜାର ହଜାର ଭକ୍ତ ଓ ପର୍ଯ୍ୟଟକ ଏଠାକୁ ଆସିଥାନ୍ତି। ଏପିରିକି ବିଭିନ୍ନ ଯାନିଯାତ୍ରା ଓ ରଥଯାତ୍ରା ସମୟରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ମାତ୍ର କୌଣସି ଅଘଟଣ ଘଟିଲେ କିମ୍ବା ପୁରୀବାସୀ କୌଣସି ଗୁରୁତର ରୋଗର ଚିକିତ୍ସା ପାଇଁ ଆସିଲେ ସେମାନଙ୍କୁ ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅଧିକ ଉତ୍ତମ ଚିକିତ୍ସା ଆଳରେ କଟକ କିମ୍ବା ଭୁବନେଶ୍ୱରକୁ ପଠାଯାଇଥାଏ। ଜିଲା ମୁଖ୍ୟ ଚିକିତ୍ସାଳୟରେ ଅନେକ ଡାକ୍ତର ଓ କର୍ମଚାରୀ ପଦବୀ ଖାଲି ପଡ଼ିଥିବାବେଳେ ଉପଯୁକ୍ତ ଭିତ୍ତିଭୂମିର ଅଭାବ ରହିଛି। ବର୍ନ ୟୁନିଟ ନ ଥିବାରୁ ପୋଡ଼ିଯାଇଥିବା ରୋଗୀ ଚିକିତ୍ସା ସେବା ପାଇପାରୁନାହାନ୍ତି। ଏ ନେଇ ଅନେକ ସମୟରେ ପୁରୀବାସୀ ଅଭିଯୋଗ କରିଆସୁଥିଲେ ମଧ୍ୟ ପଦକ୍ଷେପ ନିଆଯାଉନାହିଁ। ପ୍ରତ୍ୟେକ ବର୍ଷ ରଥଯାତ୍ରା ସମନ୍ବୟ ବୈଠକରେ ସ୍ବାସ୍ଥ୍ୟସେବା ପ୍ରସଙ୍ଗ ଉଠେ। କିଛି ସମୟ ପାଇଁ ଉଦବେଗ ପ୍ରକାଶ ପାଏ, ପରେ ସମସ୍ୟା ସମାଧାନ ହେବ କହି ପ୍ରସଙ୍ଗକୁ ଏଡ଼ାଇ ଦିଆଯାଏ। ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଘଟିଥିବା ବାଣ ବିସ୍ଫୋରଣରେ ଆହତ ଲୋକଙ୍କୁ ଉପଯୁକ୍ତ ଚିକିତ୍ସା ସେବା ନ ମିଳିବା ଏହାର ଏକ ଉଦାହରଣ। ଏପରିକି ଘଟଣାସ୍ଥଳକୁ ଠିକ ସମୟରେ ଆମ୍ବୁଲାନ୍ସ ଆସି ନ ଥିଲା। ଫଳରେ ଅନେକ ସମୟ ଧରି ଆହତମାନେ ଘଟଣାସ୍ଥଳରେ ପଡ଼ିରହିଲେ। ପରେ କଟକ ଓ ଭୁବନେଶ୍ୱର ସ୍ଥାନାନ୍ତର ହୋଇଥିବା ଆହତଙ୍କ ମଧ୍ୟରୁ ୩ଜଣଙ୍କ ଜୀବନ ଗଲା। ଯଦି ଜିଲା ମୁଖ୍ୟ ଚିକିତ୍ସାଳୟରେ ବର୍ନ ୱାର୍ଡ ସୁବିଧା ସହ ଆବଶ୍ୟକ ସଂଖ୍ୟକ ଡାକ୍ତର ଥାନ୍ତେ ତେବେ ଅକାଳରେ ୩ଟି ଜୀବନ ବଞ୍ଚିଯାଇଥାନ୍ତା ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ତୁରନ୍ତ ଭିତ୍ତିଭୂମି ସଜାଡିବା ସହ ଖାଲିପଡ଼ିଥିବା ଡାକ୍ତର ପଦବୀ ପୂରଣ କରାଯିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri