୧୩ ଥାନାରେ ନାହିଁ ସିସିଟିଭି

ଭୁବନେଶ୍ୱର,୮।୧୦: ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ବେଳେ ବଡ଼ ବୟାନ ଦେଇଛନ୍ତି ଏଡିଜି ଦୟାଲ ଗଙ୍ଗୱାର୍‌। ୧୩ଟି ଥାନାରେ ସିସିଟିଭି ନ ଥିବା ଗଙ୍ଗୱାର୍‌ ହାଇକୋର୍ଟଙ୍କୁ ଜଣାଇଛନ୍ତି। ବ୍ୟକ୍ତିଗତ ଭାବେ ହାଜର ହୋଇ ୧୫ ଦିନରେ ଏହି ୧୩ଟି ଥାନାରେ ସିସିଟିଭି ଲଗାଯିବ ବୋଲି ସୂଚନା କହିଛନ୍ତି। ଭରତପୁର ମାମଲା ପରେ ହାଇକୋର୍ଟ ରାଜ୍ୟର କୋତୋଟି ଥାନାରେ ସିସିଟିଭି ଅଛି କି ନାହିଁ ସେ ନେଇ ସରକାରଙ୍କୁ ଜବାବ ମାଗିଥିଲେ। ପରେ ଯେଉଁଯେଉଁ ଥାନାରେ ସିସିଟଭି ନାହିଁ ସେହି ଥାନା ଗୁଡ଼ିକରେ ସିସିଟିଭି ଲଗାଇବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ।

ତେବେ ସବୁଠୁ ବଡ଼ କଥା ହେଉଛି ସିସିଟିଭିକୁ ନେଇ ଭରତପୁର ମାମଲାରେ ଅଧିକ ଦ୍ୱନ୍ଦ ସୃଷ୍ଟି ହୋଇଥିଲା।  କୋଟିକୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଭରତପୁର ଥାନାରେ କ୍ୟାମେରା ନାହିଁ ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ଦୀନକୃଷ୍ଣ ମିଶ୍ର କହିଥିଲେ। ଯାହାକୁ ନେଇ ବିବାଦ ବଢ଼ିଥିଲା। ତେବେ ପୂର୍ବରୁ ଭରତପୁର ଥାନାରେ ସିସିଟିଭି ଲାଗିଥିବା କହିଥିଲେ ପୋଲିସ କମିଶନର ସଞ୍ଜୀବ ପଣ୍ଡା। ଗତ ମାର୍ଚ୍ଚ ୧୧ ତାରିଖରେ ଭରତପୁର ମଡେଲ ଥାନା ଉଦଘାଟନ ଅବସରରେ ପୋଲିସ କମିଶନର ଖୋଦ ନିଜେ ଏକଥା କହିଥିଲେ। କମିଶନରେଟ ପୋଲିସର ସତ  କେଉଁଟା ମିଛ କେଉଁଟା ତାକୁ ନେଇ ପ୍ରଶ୍ନ ଉଠିଥିଲା।

ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିବା ଜଣେ ଆର୍ମି ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ପୋଲିସର ଅକଥନୀୟ ନିର୍ଯାତନା ଘଟଣା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିଲା। ପୋଲିସର କାର୍ଯ୍ୟକୁ ନେଇ ବିଭିନ୍ନ ମହଲରୁ ନିନ୍ଦା କରାଯାଇଥିଲା ଏହି ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଭାର ହାତକୁ ନେଇଥିଲେ।

ଅନ୍ୟପକ୍ଷରେ ନିର୍ଯାତନା ମାମଲାରେ ୫ ପୋଲିସ ଅଧିକାରୀଙ୍କୁ ନିଲମ୍ବନ କରାଯାଇଥିଲା ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର, ଏସ୍‌ଆଇ ବୈଶାଳିନୀ ପଣ୍ଡା, ଏଏସ୍‌ଆଇ ସଲିଳମୟୀ ସାହୁ ଓ ସାଗରିକା ରଥ, କନଷ୍ଟେବଳ ବଳରାମ ହାଁସଦାଙ୍କୁ ନିଲମ୍ବନ ନିଲମ୍ବନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri