୪ରୁ ୫ ଦିନ ଯାଏ ଦିନ ତାପମାତ୍ରାରେ ହେବନି ପରିବର୍ତ୍ତନ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଭ୍ୟନ୍ତରୀଣ ଓଡ଼ିଶାରେ ଜିଲାଗୁଡିକରେ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡ଼ିଗ୍ରୀ ସେଲସିୟସ ତାତି ରହିଛି। ଆଗାମୀ ୪ ରୁ ୫ ଦିନ ଯାଏ ରାଜ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ତାତି ଆହୁରି ବଢ଼ିବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।
ଶୁକ୍ରବାର ରାଜ୍ୟର ୭ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ଉପରେ ଥିଲା । ୪୧ ଡିଗ୍ରୀ ସେଲସିୟସ ସହ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିଲା। ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୪୦.୫, ଟିଟିଲାଗଡ଼ ୪୦, ଭବାନିପାଟଣା ଓ ସୋନପୁରରେ ୩୯.୫, ଫୁଲବାଣୀରେ ୩୯.୧ ଏବଂ ତାଳଚେରରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ରହିଥିଲା ।