RBI Monetary Policy: ସୁଧହାରରେ କୌଣସି ପରିବର୍ତ୍ତନ ନାହିଁ, ଜାଣନ୍ତୁ ବ୍ୟାଙ୍କ ଲୋନ୍‌ ଇଏମ୍‌ଆଇ…

ନୂଆଦିଲ୍ଲୀ,୮ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ନୀତି ହାରରେ କୌଣସି ପରିବର୍ତ୍ତନ କରିନାହିଁ। ମୁଦ୍ରା ନୀତି କମିଟିର ବୈଠକ ପରେ ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁବାର ନୀତି ହାର ଘୋଷଣା କରିଛନ୍ତି। ସେ କହିଛନ୍ତି, ରେପୋ ହାର ବା ସୁଧହାର କଟାଯାଇ ନାହିଁ, ତେଣୁ ପଲିସି ସୁଧହାର ୬.୫୦ ପ୍ରତିଶତ ରହିବ।

ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ଙ୍କ ନେତୃତ୍ୱରେ ମୁଦ୍ରା ନୀତି କମିଟି (ଏମ୍‌ପିସି) ରେପୋକୁ ୬.୫% ରଖିଛି। ଏହା କ୍ରମାଗତ ଷଷ୍ଠଥର ଯେ,କେନ୍ଦ୍ରୀୟ ବ୍ୟାଙ୍କ ସୁଧହାରରେ କୌଣସି ପରିବର୍ତ୍ତନ କରିନାହିଁ।

ଆରବିଆଇ ଗଭର୍ନର କହିଛନ୍ତି, ସରକାର ଏବଂ କେନ୍ଦ୍ରୀୟ ବ୍ୟାଙ୍କର ଉଦ୍ୟମ ଯୋଗୁ ମୁଦ୍ରାସ୍ଫୀତି ହାର ହ୍ରାସ ପାଇଛି। ୨୦୨୪ ଆର୍ଥିକ ବର୍ଷ ପାଇଁ ପ୍ରକୃତ ଜିଡିପି ଅଭିବୃଦ୍ଧି ଆକଳନ ୭ ପ୍ରତିଶତ ହେବ। ଏହାପୂର୍ବରୁ ବିଶେଷଜ୍ଞମାନେ ପୂର୍ବାନୁମାନ କରିଥିଲେ ଯେ, କେନ୍ଦ୍ରୀୟ ବ୍ୟାଙ୍କ ମୁଦ୍ରାନୀତି ହାରରେ କୌଣସି ପରିବର୍ତ୍ତନ କରିବ ନାହିଁ, କାରଣ ଖୁଚୁରା ମୁଦ୍ରାସ୍ଫୀତି ତଥାପି ସନ୍ତୋଷଜନକ ସ୍ତରରେ ଅଛି। ରିଜର୍ଭ ବ୍ୟାଙ୍କ ପ୍ରାୟ ଏକ ବର୍ଷ ପାଇଁ ରେପୋ ହାରକୁ ୬.୫ ପ୍ରତିଶତରେ ସ୍ଥିର ରଖିଛି। ଫେବୃଆରୀ ୨୦୨୩ରେ ଏହା ୬.୨୫ ପ୍ରତିଶତରୁ ୬.୫ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା।

୬.୫୦ ପ୍ରତିଶତ ସ୍ତରରେ ସୁଧହାର ସ୍ଥିର ରହିଥିବାରୁ ବ୍ୟାଙ୍କଗୁଡିକରୁ ଋଣ ଏବଂ ସଞ୍ଚୟ ଯୋଜନାରେ ପ୍ରାପ୍ତ ସୁଧରେ କୌଣସି ପରିବର୍ତ୍ତନ ହେବ ନାହିଁ। ବ୍ୟାଙ୍କ ଏବଂ ଏନ୍‌ବିସିଗୁଡ଼ିକ ଆର୍‌ବିଆଇର ମାନଦଣ୍ଡ ହାର ଉପରେ ଆଧାର କରି ସୁଧ ହାର ବୃଦ୍ଧି ଏବଂ ହ୍ରାସ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri