‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିଛନ୍ତି’

ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ଏହି କ୍ରମରେ କେନ୍ଦ୍ରର ହେଭିଓ୍ବେଟ୍‌ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ ଆସୁଛନ୍ତି। ଗୁରୁବାର ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସମ୍ବଲପୁରରେ ପ୍ରଚାର କରୁଛନ୍ତି। ମା’ ସମଲେଇଙ୍କୁ ପ୍ରଥମେ ଦର୍ଶନ କରିବା ପରେ ଏଠାରେ ଆୟୋଜିତ ଏକ ବିଶାଳ ସମାବେଶରେ ଯୋଗ ଦେଇ ହିମନ୍ତ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ପାଣ୍ଡିଆନଙ୍କ ବିନା ସରକାରରେ ଆଉ କେହି ଦେଶୁନାହାନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ କିପରି ଅଛନ୍ତି, କେହି ଜାଣି ପାରୁନାହାନ୍ତି। ଦେଶର ଏକମାତ୍ର ମୁଖ୍ୟମନ୍ତ୍ରୀ, ଯିଏ କଥା ହୁଅନ୍ତି ନାହିଁ। ପାଣ୍ଡିଆନ ଯାହା ଲେଖିକି ଦେଉଛନ୍ତି, ମୁଖ୍ୟମନ୍ତ୍ରୀ ତାହା ପଢୁଛନ୍ତି। ଏ ସରକାର ଓଡ଼ିଶାର ସମ୍ପତ୍ତିକୁ ଆଉଟ୍‌ସୋର୍ସ କରିଛନ୍ତି। ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିନେଇଛନ୍ତି। ପାଣ୍ଡିଆନଙ୍କୁ ହଟାଇ ଆମକୁ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ବାଛିବାକୁ ପଡ଼ିବ। ତେବେ ହିମନ୍ତଙ୍କ କଥା ଉପରେ ବର୍ତ୍ତମାନ ସୁଦ୍ଧା ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗାବାଡ଼ିକୁ କେନ୍ଦ୍ର କରି ସାନ ଭାଇଙ୍କୁ ହାଣିଲେ ବଡ଼

ମୋରଡ଼ା,୧୬ା୬(ସ୍ମାରକ ମାଜୀ): ଜାଗାବାଡ଼ିକୁ ନେଇ ସାନ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ବଡ଼ ଭାଇ। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା...

ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ...

ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି...

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ...

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ...

ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି

ନୟାଗଡ଼,୧୬।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମାତୃ ଶିଶୁ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଏସି ନ ଥିବାରୁ ଗ୍ରୀଷ୍ମର ପ୍ରକୋପରେ...

ଗାଡ଼ିରୁ ତେଲ ସରିଯିବାରୁ ସାଙ୍ଗଙ୍କୁ ମାରିଦେଲେ

ଭୁବନେଶ୍ୱର,୧୬।୬(ସୂର୍ଯ୍ୟକାନ୍ତ ବେହେରା)ଚନ୍ଦକା ଥାନା ଅନ୍ତର୍ଗତ ପାଞ୍ଚମାଣିଆ ଜଙ୍ଗଲରେ ଡିପ୍ଲୋମା ଛାତ୍ର ସୁଶାନ୍ତ କୁମାର ଟୁଡୁଙ୍କୁ ହତ୍ୟା କରି ଫିଙ୍ଗିଦେବା ଘଟଣାର ପର୍ଦ୍ଦାଫାଶ ହୋଇଛି। ଗାଡିରୁ ତେଲ...

୫- ଟି, ନବୀନ ଓଡ଼ିଶା ବ୍ୟାଗ୍‌ ପୋଡ଼ିଲେ

ବାଉଁଶୁଣୀ,୧୬ା୬(ଦେବାଶିଷ ନେପାକ)ବୌଦ୍ଧ ଜିଲା ବାଉଁଶୁଣୀ ଛକ ନିକଟରେ ଶନିବାର ୫- ଟି ଆମ ଓ ନବୀନ ଓଡ଼ିଶା ବ୍ୟାଗ୍‌କୁ ଭାଜପା କର୍ମୀ ପୋଡ଼ୁଥିବା ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri