Posted inଜାତୀୟ

ସେନା ପ୍ରତ୍ୟାହାରରେ ସାଲିସ୍‌ ନାହିଁ

ନୂଆଦିଲ୍ଲୀ,୧୯ା୭: ଚାଇନା ସୈନ୍ୟମାନେ ତୁରନ୍ତ ପଙ୍ଗଓଙ୍ଗ ସୋ ଅଞ୍ଚଳ ଖାଲି କରନ୍ତୁ ଓ ମେ’ ୫ ପୂର୍ବ ସ୍ଥିତାବସ୍ଥା ଫେରାଇ ଆଣନ୍ତୁ। ଦୁଇଦେଶର ସେନା କମାଣ୍ଡର ସ୍ତରୀୟ ଶେଷ ପର୍ଯ୍ୟାୟ ଆଲୋଚନାବେଳେ ଭାରତ ପକ୍ଷରୁ ଚାଇନକୁ ରୋକ୍‌ଠୋକ୍‌ ଶୁଣାଇ ଦିଆଯାଇଛି। ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ଭାରତର ଯେଉଁ ଅଞ୍ଚଳରେ ଅନୁପ୍ରବେଶ କରିଥିଲେ, ସେଠାରୁ ଫେରିଯିବାକୁ ହେବ। ଏଥିରେ ସାଲିସ୍‌ର ପ୍ରଶ୍ନ ଉଠୁନାହିଁ ବୋଲି ଦୀର୍ଘସମୟ ଆଲୋଚନା ଅବସରରେ ଭାରତ ବେଜିଂକୁ କଡ଼ା ବାର୍ତ୍ତା ଦେଇଛି। ଆଲୋଚନାର ଏହି ପର୍ଯ୍ୟାୟରେ କୌଣସି ସନ୍ଦେହ ରହିବା ଉଚିତ୍‌ ନୁହେଁ ବୋଲି ଭାରତୀୟ ପକ୍ଷ ସ୍ପଷ୍ଟ କରିଦେଇଛନ୍ତି। ସେହିପରି ଡେପସାଙ୍ଗ ଉପରେ ଆଲୋଚନା ବେଳେ ଚାଇନା ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ସେପଟେ ଥିବା ଦାବି କରୁଛି। ସେଠାରେ ମଧ୍ୟ ସମାନ ସ୍ଥିତି। ଉତ୍ତେଜନାପୂର୍ଣ୍ଣ କାର୍ଯ୍ୟରୁ ବିରତ ରହିବାକୁହେଲେ ଏଲ୍‌ଏସି ପ୍ରକୃତରେ କେଉଁଠି ତାହା ଉପରେ ଆଲୋଚନା ହେବା ଜରୁରୀ। ଏହା ଉପରେ ଆଲୋଚନା ହେଉ ନ ଥିବାରୁ ଅନୁପ୍ରବେଶର ଅନ୍ତ ଘଟୁନାହିଁ। ଶୁକ୍ରବାର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଲଦାଖ ଯାଇ ସେନା ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଚାଇନା ସହ ଆଲୋଚନାରେ ଅଗ୍ରଗତି ଆଶା କରାଯାଉଥିବାବେଳେ ଗ୍ୟାରେଣ୍ଟି ଦିଆଯାଇପାରିବ ନାହିଁ ବୋଲି ସେ କହିଥିଲେ। ଦୁଇମାସରୁ ଊର୍ଦ୍ଧ୍ୱ ସମୟ ହେଲା ପୂର୍ବ ଲଦାଖରେ ଦୁଇଦେଶର ସେନା ମଧ୍ୟରେ ମୁହାଁମହିଁ ସ୍ଥିତି ଜାରି ରହିଥିଲାବେଳେ ଜୁନ୍‌ ୧୫ର ରକ୍ତାକ୍ତ ସଂଘର୍ଷ ପରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ବହୁ ପର୍ଯ୍ୟାୟ ସାମରିକ ଓ କୂଟନୈତିକ ଆଲୋଚନା ପରେ ଉଭୟ ପକ୍ଷର ସେନା ପ୍ରତ୍ୟାହାର ଆରମ୍ଭ କରିଥିଲେ। ତେବେ ଚାଇନା ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୈନ୍ୟ ପ୍ରତ୍ୟାହାର କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri