ନୂତନ ପୋଲ ପାଇଁ ସଂଯୋଗୀକରଣ ରାସ୍ତା ନାହିଁ

ରାହାମା, ୯।୧୦ (ଶ୍ରୀକାନ୍ତ ଦାସ ):କୁଜଙ୍ଗ ବ୍ଲକ ଅନ୍ତର୍ଗତ ବୃଦ୍ଧାନଦୀ ଉପରେ ପ୍ରାୟ ୬ମାସ ହେବ ପୋଲ ନିର୍ମାଣ ସରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ସଂଯୋଗୀକରଣ ରାସ୍ତା ହୋଇନାହିଁ। ଏନେଇ ଲୋକେ ଯାତାୟାତବେଳେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷେ ପୁରୁଣାପୋଲ ପାଖରେ ମାଟି ଗଦା ହୋଇ ରହିଥିବାରୁ ବର୍ଷା ପାଣି ଚାଷ ଜମିରୁ ନଦୀକୁ ନିଷ୍କାସିତ ହୋଇପାରୁନାହିଁ। ଚାଷ ଜମି ଜଳମଗ୍ନ ହୋଇ ରହିଛି। ଏଥିଯୋଗୁ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ନେଇ ଚାଷୀମାନେ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ, କଟକ-ପାରାଦୀପ ରାସ୍ତାର ରାହାମା ତାଳପଡା ଛକରୁ ବାହାରିଛି ରବୀନ୍ଦ୍ର ସରଣୀ ରାସ୍ତା। ଏହା ଏରସମା ବ୍ଲକର ସଦର ମହକୁମାକୁ ଏକମାତ୍ର ଯୋଗାଯୋଗ ପଥ। ଏହି ରାସ୍ତା ଉପରେ ପଣ୍ଡୁଆ,ବଣିତୋ,ଗୋରଡ ଗାରେଇ, ପୋତାନଈ ଆଦି ପଞ୍ଚାୟତବାସୀ ନିର୍ଭରଶୀଳ। ଏହି ସଡ଼କର ମଠସାହୀ ଛକଠାରୁ ମାତ୍ର ଦୁଇ କିମି ଦୂରତାରେ ଶ୍ରୀ ଶ୍ରୀ ପଶ୍ଚିମେଶ୍ୱର ମହାଦେବଙ୍କ ମନ୍ଦିର ରହିଛି। ଦୂରଦୂରାନ୍ତରୁ ବହୁ ଭକ୍ତ ଏହି ପ୍ରାଚୀନ ଶୈବପୀଠକୁ ଦର୍ଶନ ପାଇଁ ଆସିଥାନ୍ତି। ଏହି ରାସ୍ତା ଦେଇ ବୃଦ୍ଧାନଦୀ ପ୍ରବାହିତ ହେଉଛି। ଯାତାୟାତ ପାଇଁ ପୂର୍ବରୁ ନଦୀ ଉପରେ ଜୁଣଗଣ୍ଡ ପୋଲ ଥିଲା। ଏହା ସଂକୀର୍ଣ୍ଣ ହୋଇଥିବା ବେଳେ ଜରାଜୀର୍ଣ୍ଣ ହୋଇପଡ଼ିଥିଲା। ଏନେଇ ବାରମ୍ବାର ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ବିଜୁସେତୁ ଯୋଜନାରେ ନୂତନ ପୋଲ ନିର୍ମାଣ ହୋଇଛି। ମାତ୍ର ଏବେ ସଂଯୋଗୀକରଣ ରାସ୍ତା ହୋଇ ନ ଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ପୋଲ ନିର୍ମାଣକୁ ୬ ମାସ ବିତିଯାଇଥିଲେ ମଧ୍ୟ ସଂଯୋଗୀକରଣ ରାସ୍ତା ପାଇଁ ପଦକ୍ଷେପ ନିଆଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହାଛଡ଼ା ପୁରୁଣା ପୋଲ ତଳେ ମାଟି ଗଦା ହୋଇ ରହିଥିବାରୁ ବର୍ଷାପରେ କ୍ଷେତରୁ ଜଳ ଆସି ନଦୀରେ ମିଶିପାରୁନାହିଁ। ଫଳରେ ପୂର୍ବ ଭଳି ଏବେ ମଧ୍ୟ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ଏନେଇ ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।
ଏ ସମ୍ପର୍କରେ ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ନିମାଇଁ ଚରଣ ଦାସ କୁହନ୍ତି, ବର୍ଷା ଯୋଗୁ ସଂଯୋଗୀକରଣ ରାସ୍ତା କାମ ହୋଇପାରୁ ନ ଥିଲା। ଏବେ ବର୍ଷା କମିଛି। ଖୁବ୍‌ଶୀଘ୍ର ରାସ୍ତା କାମ ଚାଲୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri