‘ଶକ୍ତିର ସୃଷ୍ଟି ନାହିଁ କି ବିନାଶ ନାହିଁ’

ଢେଙ୍କାନାଳ ଅଫିସ,୧୬।୩ – ଢେଙ୍କାନାଳ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ ସ୍ମାର୍ଟ ଶ୍ରେଣୀଗୃହରେ ମଙ୍ଗଳବାର ନୂତନ ଇଣ୍ଟରାକ୍ଟିଭ୍‌ ପ୍ୟାନେଲ ସାହାଯ୍ୟରେ ନବଗଠିତ ଶକ୍ତି କ୍ଲବ ପକ୍ଷରୁ ବିଭିନ୍ନ ପ୍ରକାର ଶକ୍ତି ସଂରକ୍ଷଣ ସମ୍ପର୍କରେ ପ୍ରଥମ ସେମିନାର-୨୦୨୨ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲା ବିଜ୍ଞାନ କେନ୍ଦ୍ରର ଅଧିକାରୀ ଶଙ୍କର ଗୁରୁଙ୍ଗ୍‌ ଯୋଗଦେଇ କହିଲେ ଯେ, ଶକ୍ତିର ସୃଷ୍ଟି ନାହିଁ କି ତା’ର ବିନାଶ ନାହିଁ। ଏହା କେବଳ ଗୋଟିଏ ରୂପରୁ ଅନ୍ୟ ରୂପକୁ ରୂପାନ୍ତରିତ ହୋଇଥାଏ। ତେଣୁ ପ୍ରତ୍ୟେକ କ୍ଷେତ୍ରରେ ଶକ୍ତି ସଂରକ୍ଷଣ ପାଇଁ ସମସ୍ତେ ଆଗେଇ ଆସିବାକୁ ସେ ଆହ୍ବାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଯୁବ ପରିବେଶବିତ୍‌ ଶୁଭ୍ରାଂଶୁ ଶତପଥୀ ଯୋଗଦେଇ ପ୍ରକୃତିର ସୁରକ୍ଷା ମାଧ୍ୟମରେ ଶକ୍ତିର ସୁରକ୍ଷା ହିଁ ଜୀବନ ରକ୍ଷାର ପ୍ରଥମ ସୋପାନ ବୋଲି ମତବ୍ୟକ୍ତ କରିଥିଲେ। କ୍ଲବ ଉପଦେଷ୍ଟା ତଥା ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳଙ୍କ ଆବାହକତ୍ୱରେ ଓ ସହକାରୀ ଶିକ୍ଷକ ଡ. ଦେବୀ ପ୍ରସାଦ ମିଶ୍ରଙ୍କ ପୌରୋହିତ୍ୟରେ ଏବଂ ଶିକ୍ଷୟିତ୍ରୀ କ୍ଷୀରାବ୍ଧି ତନୟା ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଏହି ସେମିନାର ଅନୁଷ୍ଠିତ ହୋଇଥିଲା। ଛାତ୍ରୀ ପ୍ରିନସେସ୍‌ ପ୍ରତୀକ୍ଷା ଶିକ୍ଷକ ଡ. ଦେବୀପ୍ରସାଦ ମିଶ୍ରଙ୍କ ମାର୍ଗଦର୍ଶନରେ ପାୱାର ସେଭିଂ ବ୍ୟବହାରିକ ଉପକରଣ, ପାୟଲ ସାହୁ ଶିକ୍ଷୟିତ୍ରୀ ସୁନିତାବାଳା ସାହୁଙ୍କୁ ମାର୍ଗଦର୍ଶନରେ ପବନ ଶକ୍ତି, ଶୁଭଶ୍ମିତା ସାହୁ ଶିକ୍ଷୟିତ୍ରୀ ସୁଜାତା ପଣ୍ଡାଙ୍କ ମାର୍ଗଦର୍ଶନରେ ସୌରଶକ୍ତି ଓ ସ୍ମିତାଶ୍ରୀ ଦେହୁରୀ ଶିକ୍ଷୟିତ୍ରୀ ସ୍ବାଗତିକା ରଥଙ୍କ ମାର୍ଗଦର୍ଶନରେ ଭୂତାତୀୟ ଶକ୍ତି ଏବଂ ସ୍ବୟଂ ଅଂଶୁ ଶୁଭଦର୍ଶିନୀ ଧଳ ମେଣ୍ଟର ଶିକ୍ଷୟିତ୍ରୀ କିରଣମୟୀ ମହାଳିକଙ୍କ ମାର୍ଗଦର୍ଶନରେ ଜଳଶକ୍ତି ବିଷୟବସ୍ତୁ ସମ୍ପର୍କିତ ପ୍ରକଳ୍ପ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri