Posted inଭଦ୍ରକ

ସହରତଳି ଗାଁରେ ବିକାଶ ନାହିଁ

ଭଦ୍ରକ ଅଫିସ,୬।୩: ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଅଧୀନ ଚିଲପଦୀ ରାଉତସାହି ଗାଁକୁ ବିକାଶ ଅପହଞ୍ଚ। ଏନ୍‌ଏସି କାର୍ଯ୍ୟାଳୟଠାରୁ ମାତ୍ର ୧ କି.ମି. ଦୂରରେ ଥିବା ଏହି ଗାଁର ଅବସ୍ଥା ଦୀପ ତଳ ଅନ୍ଧାର ଭଳି। ସହର ତଳି ଏହି ଗାଁ ଲୋକଙ୍କୁ ମୌଳିକ ସୁବିଧା ସୁଯୋଗ ମିଳିପାରି ନାହିଁ। ଏହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।
୫ ନଂ. ଓ୍ବାର୍ଡ ଅଧୀନ ଏହି ଗାଁରେ ୫୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରନ୍ତି। ଗାଁରେ ସର୍ବନିମ୍ନ ମୌଳିକ ସୁବିଧା ଉପଲବ୍ଧ ନାହିଁ। ସବୁଦିନିଆ ରାସ୍ତା ନାହିଁ। ଯେଉଁ ରାସ୍ତା ଅଛି, ତାହା ଭାଙ୍ଗିରୁଜି ଯାଇଛି। ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ନାହିଁ। ବିଦ୍ୟୁତ୍‌ ବ୍ୟବସ୍ଥା ଥିଲେ ହେଁ ଷ୍ଟ୍ରିଟଲାଇଟ ନ ଥିବାରୁ ଗାଁ ଲୋକେ ସମସ୍ୟା ଭୋଗୁଛନ୍ତି। ସୀମିତ ସରକାରୀ ନଳକୂପ ରହିଛି। ଡ୍ରେନେଜ ବ୍ୟବସ୍ଥା ନ ଥିବା ଯୋଗୁ ବର୍ଷାପାଣି ନିଷ୍କାସନ ହୋଇପାରୁ ନାହିଁ। ରାସ୍ତା ସମସ୍ୟା କାରଣରୁ ଜରୁରିକାଳୀନ ସମୟରେ ଆମ୍ବୁଲାନ୍ସ, ଅଗ୍ନିଶମ ଗାଡ଼ି ଗଁା ଭିତରକୁ ପ୍ରବେଶ କରିପାରୁ ନ ଥିବା ଗ୍ରାମବାସୀ ବାଦଲ କୁମାର ବେହେରା, ଜଗବନ୍ଧୁ ମହାନ୍ତି, ମଙ୍ଗରାଜ ରାଉତ, ବିଜୟ ରାଉତ, ବଳରାମ ମହାନ୍ତି, କୈଳାସ ଚନ୍ଦ୍ର ରାଉତ ପ୍ରମୁଖ ଅଭିଯୋଗ କରିଛନ୍ତି। ଖୁବ୍‌ଶୀଘ୍ର ଏସବୁ ସମସ୍ୟାର ସମାଧାନ କରା ନ ଗଲେ ଆଗାମୀ ନିର୍ବାଚନରେ ଗ୍ରାମବାସୀ ଭୋଟ ବର୍ଜନ କରିବେ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଯତୀନ୍ଦ୍ର ମିଶ୍ରଙ୍କୁ ପଚାରିବାରୁ ରାସ୍ତା ପାଇଁ ଟେଣ୍ଢର ହୋଇସାରିଥିବା ବେଳେ ଅନ୍ୟ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri