ଡାକ୍ତର ନାହାନ୍ତି, ରୋଗୀ ଦେଖୁଛନ୍ତି ଫାର୍ମାସିଷ୍ଟ

ଢେଙ୍କାନାଳ,୬।୯(ରତନ ନାୟାର): ଢେଙ୍କାନାଳ ସହର ବାଜିଚୌକସ୍ଥିତ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ୩ଦିନ ହେଲା ଡାକ୍ତର ନ ଥିବାରୁ ଜଣେ ଫାର୍ମାସିଷ୍ଟ ରୋଗୀ ଦେଖୁଛନ୍ତି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ନିକଟରେ ଖବର ଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ନାହିଁ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ପ୍ରକାଶ ଯେ, ବାଜିଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ଦକ୍ଷିଣକାଳୀ ରୋଡ୍‌ରେ ଥିବା ନୂତନ ବିଲ୍ଡିଂକୁ ସ୍ଥାନାନ୍ତର ହେବା ପରେ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ଥିବା କୋଠା କୌଣସି କାର୍ଯ୍ୟରେ ନ ଲାଗି ପଡି ରହିଥିଲା। କୋଭିଡ୍‌ ସମୟରେ ଏହାକୁ କୋଭିଡ୍‌ ହସ୍ପିଟାଲ କରାଯାଇଥିଲା। ଯେହେତୁ ସହରରେ ଦିନକୁ ଦିନ ଜନସଂଖ୍ୟା ବଢିବାରେ ଲାଗିଛି ଏସବୁକୁ ନଜରରେ ରଖି ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ପାଇଁ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷଙ୍କ ପକ୍ଷରୁ ବାରମ୍ବାର ଦାବି ହୋଇଥିଲା। ଏଠାରେ ଅତି କମ୍‌ରେ ଜଣେ ଡାକ୍ତର ନିୟମିତ ରୋଗୀ ଦେଖିବେ ବୋଲି ଦାବି ହୋଇଥିଲା। ତଦନୁଯାୟୀ ଗତ ୨୫ ଫେବୃୟାରୀ ୨୦୨୩ରେ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଥିଲା। ପ୍ରତିଦିନ ଜଣେ ଡାକ୍ତର ସେଠାରେ ନିୟମିତ ରୋଗୀ ଦେଖୁଥିଲେ। କିନ୍ତୁ ଉକ୍ତ ଡାକ୍ତର ଯିବା ପରେ ଅନ୍ୟଜଣେ ଡାକ୍ତରଙ୍କୁ ସେଠାରେ ନିଯୁକ୍ତ କରାଯାଇଥିଲା। ସେ ପିଜି କରିବାକୁ ପଳାଇବାରୁ ଏଠାରେ ଡାକ୍ତର ପଦବୀ ଖାଲି ପଡିଛି। ଫଳରେ ଜଣେ ଫାର୍ମାସିଷ୍ଟଙ୍କ ଭରସାରେ ଡାକ୍ତରଖାନା ଚାଲିଛି। ଏ ସଂକ୍ରାନ୍ତରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ କହିଛନ୍ତି, ଜଣେ ଡାକ୍ତର ଅବସର ନେଇଥିବାରୁ ଅନ୍ୟ ଜଣଙ୍କୁ ନିଯୁ୍‌୍‌କ୍ତି ଦିଆଯାଇଥିଲା। ସେ ପିଜି କରିବା ପାଇଁ ଯିବା ପରେ ଫାର୍ମାସିଷ୍ଟ ରୋଗୀ ଦେଖୁଛନ୍ତି। ଖୁବଶୀଘ୍ର ଅନ୍ୟଜଣେ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri