ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୨ା୨: ବହୁ ଚର୍ଚ୍ଚିତ ବ୍ରହ୍ମପୁରର ଡାକ୍ତର ସୁମିତ ସାହୁ ଓ ତପସ୍ବିନୀ ଦାସଙ୍କ ଦାମ୍ପତ୍ୟ ବିବାଦର ଅନ୍ତ ଏ ଯାଏ ହୋଇନାହିଁ। ୨୦୨୧ ନଭେମ୍ବରରୁ ସେମାନଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ବ୍ରହ୍ମାନଗରରେ ସୁମିତଙ୍କ ଘରେ ପ୍ରାୟ ବର୍ଷେ ହେବ ରହୁଥିବା ତପସ୍ବିନୀ ଏକ ନୂଆ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଶାଶୁଘର ଲୋକେ ସେ ରହୁଥିବା ଘରର ବିଦ୍ୟୁତ୍‌ ବିଚ୍ଛିନ୍ନ କରି ଦେଇଥିବା ତପସ୍ବିନୀ ଅଭିଯୋଗ କରିଛନ୍ତି।

୪ ଦିନ ହେଲା ବିଦ୍ୟୁତ ବନ୍ଦ ରହିଥିବା ଯୋଗୁ ପାଠପଢ଼ା ସହ ଅନ୍ୟାନ୍ୟ ଅସୁବିଧା ହେଉଥିବା ସେ କହିଛନ୍ତି। ବୁଧବାର ତପସ୍ବିନୀ, ସମାଜସେବୀ ପ୍ରମିଳା ତ୍ରିପାଠୀଙ୍କ ସହ ଆସି ବ୍ରହ୍ମପୁର ଏସ୍‌ପି ଡା. ଶ୍ରବଣା ବିବେକ ଏମ୍‌ଙ୍କ ନିକଟରେ ଏ ନେଇ ଫେରାଦ ହୋଇଛନ୍ତି। ତପସ୍ବିନୀ ରହୁଥିବା ଘରର ବିଦ୍ୟୁତ ସରବରାହ କାହିଁକି ବିଚ୍ଛିନ୍ନ କରାଯାଇଛି ସେ ନେଇ ସୁମିତଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରାଯିବ। ଖୁବଶୀଘ୍ର ତପସ୍ବିନୀଙ୍କ ଘରେ କିପରି ବିଦ୍ୟୁତ ସରବରାହ ସଂଯୋଗ କରାଯିବ ସେ ନେଇ ଆଲୋଚନା କରାଯିବ ବୋଲି ବ୍ରହ୍ମପୁର ଏସପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri