ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ପାଇଁ ୨୦୨୩ରୁ ବେଞ୍ଚ, ଡେସ୍କ ଓ କାର୍ଯ୍ୟାଳୟ ଉପକରଣ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଆର୍ଥତ୍କ ଅନୁଦାନ ଦିଆଯାଇଥିଲେ ମଧ୍ୟ ଇତିମଧ୍ୟରେ ବର୍ଷାଧିକ କାଳ ଅତିକ୍ରମ କରିସାରିଛି। ମାତ୍ର ଜିଲା ଶିକ୍ଷା ଅଧିକାରୀଙ୍କ ମନମାନି ପାଇଁ ଛାତ୍ରୀଛାତ୍ରମାନଙ୍କ ଦୁର୍ଦ୍ଦଶାର ଅନ୍ତ ଘଟୁନି। ଏହି ବିଦ୍ୟାଳୟରେ ବର୍ତ୍ତମାନ ଷଷ୍ଠ ଓ ସପ୍ତମ ଶ୍ରେଣୀରେ ୧୬୫ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ପିଲାମାନେ ତଳେ ବସି ଅଧ୍ୟୟନ କରୁଥିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି।

ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଜରିଆରେ ପ୍ରତ୍ୟେକ ବ୍ଲକରେ ଗୋଟିଏ ଲେଖାଏ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି। ମାତ୍ର ଏଠାରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏହି ଅବ୍ୟବସ୍ଥା ପାଇଁ ଜିଲା ପ୍ରଶାସନର ସ୍ଥାଣୁତା ଓ ଜିଲା ଶିକ୍ଷା ଅଧିକାରୀଙ୍କ ମନମାନୀ ନୀତି ପାଇଁ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ଶିକ୍ଷାବିତ୍‌ ଶରତ ଚନ୍ଦ୍ର କର କ୍ଷୋଭ ପ୍ରକାଶ କରିଛନ୍ତି। କରଙ୍କ ସୂଚନା ଅନୁଯାୟୀ, ଆର୍ଥତ୍କ ଅନୁଦାନ ଥାଇ ମଧ୍ୟ ଜିଲା ଶିକ୍ଷା ଅଧିକାରୀ ଟେଣ୍ଡର ପ୍ରକ୍ରିୟା ନାମରେ ବର୍ଷାଧିକ କାଳ ସମୟ ନେଇ ସାରିଲେଣ। ଏବେ ବି ଶିକ୍ଷା ଅଧିକାରୀ କେବେ ଏହି ବିଦ୍ୟାଳୟକୁ ବେଞ୍ଚ, ଡେସ୍କ ଯୋଗାଇ ଦିଆଯିବ ସେ ନେଇ କୌଣସି ସ୍ପଷ୍ଟ ଉତ୍ତର ଦେଇନାହାନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗଙ୍କୁ ପଚାରିବାରେ, ବର୍ତ୍ତମାନ ନିର୍ବାଚନ ଆଚରଣ ବିଧି ଲାଗୁ ରହିଛି। ତେଣୁ ନିର୍ବାଚନ ପରେ ତୁରନ୍ତ ଟେଣ୍ଡର ପ୍ରକ୍ରିୟା ଶେଷ କରି ଜୁଲାଇ ମାସ ସୁଦ୍ଧା ସମ୍ପୃକ୍ତ ବିଦ୍ୟାଳୟକୁ ବେଞ୍ଚ, ଡେସ୍କ ଯୋଗାଇବା ପାଇଁ ପଦକ୍ଷେପ ନିଆଯିବ। ଅପରପକ୍ଷରେ ଏହି ବିଦ୍ୟାଳୟରେ ଅଧ୍ୟକ୍ଷଙ୍କୁ ମିଶାଇ ସମୁଦାୟ ୯ ଜଣ ଶିକ୍ଷକ ନିଯୁକ୍ତି ପାଇଥିବା ବେଳେ ସେମାନଙ୍କ ପାଇଁ ଚେୟାର ଟେବୁଲ ଅଭାବ ଥିବାରୁ ଛିଡା ହୋଇ କାର୍ଯ୍ୟାଳୟରେ କାର୍ଯ୍ୟ କରୁଛନ୍ତି। ଏହା ଜିଲା ଶିକ୍ଷା ବିଭାଗର ଦାୟିତ୍ୱହୀନତା ବୋଲି ସାମାଜିକ କର୍ମୀ ହଳଧର ଦାଶ କହିଛନ୍ତି। ଅନ୍ୟପକ୍ଷରେ ଏହି ବିଦ୍ୟାଳୟ ପାଇଁ ୨୦୨୨ରୁ କେନ୍ଦ୍ରାପଡା ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଥିବା ଗୃହ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରେ ବିଳମ୍ବତା ବିଷୟରେ ବାରମ୍ବାର ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହାପରେ ସମ୍ପୃକ୍ତ ବିଭାଗ ପକ୍ଷରୁ ନିର୍ମାଣ ହେଉଥିବା ନବନିର୍ମିତ ଗୃହ କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ତପତ୍ରତା ପ୍ରକାଶ ପାଇଛି। ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ ଜ୍ୟୋତିରଞ୍ଜନ ପତିଙ୍କୁ ପଚାରିବାରେ ଆସନ୍ତା ମେ ଦ୍ୱିତୀୟ ସପ୍ତାହ ସୁଦ୍ଧା ବିଦ୍ୟାଳୟର ଗୃହ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ବିଭାଗୀୟ ସ୍ତରରେ ଉଦ୍ୟମ କରାଯାଉଛି। ତେବେ ଶିକ୍ଷାବର୍ଷ ଆରମ୍ଭରେ ବିଦ୍ୟାଳୟରେ ନବାଗତ ଛାତ୍ରୀଛାତ୍ରଙ୍କ ନାମଲେଖା ଚାଲିଥିବା ଅଧ୍ୟକ୍ଷ ପ୍ରିୟବ୍ରତ ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri