ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ପାଇଁ ୨୦୨୩ରୁ ବେଞ୍ଚ, ଡେସ୍କ ଓ କାର୍ଯ୍ୟାଳୟ ଉପକରଣ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଆର୍ଥତ୍କ ଅନୁଦାନ ଦିଆଯାଇଥିଲେ ମଧ୍ୟ ଇତିମଧ୍ୟରେ ବର୍ଷାଧିକ କାଳ ଅତିକ୍ରମ କରିସାରିଛି। ମାତ୍ର ଜିଲା ଶିକ୍ଷା ଅଧିକାରୀଙ୍କ ମନମାନି ପାଇଁ ଛାତ୍ରୀଛାତ୍ରମାନଙ୍କ ଦୁର୍ଦ୍ଦଶାର ଅନ୍ତ ଘଟୁନି। ଏହି ବିଦ୍ୟାଳୟରେ ବର୍ତ୍ତମାନ ଷଷ୍ଠ ଓ ସପ୍ତମ ଶ୍ରେଣୀରେ ୧୬୫ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ପିଲାମାନେ ତଳେ ବସି ଅଧ୍ୟୟନ କରୁଥିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି।

ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଜରିଆରେ ପ୍ରତ୍ୟେକ ବ୍ଲକରେ ଗୋଟିଏ ଲେଖାଏ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି। ମାତ୍ର ଏଠାରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏହି ଅବ୍ୟବସ୍ଥା ପାଇଁ ଜିଲା ପ୍ରଶାସନର ସ୍ଥାଣୁତା ଓ ଜିଲା ଶିକ୍ଷା ଅଧିକାରୀଙ୍କ ମନମାନୀ ନୀତି ପାଇଁ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ଶିକ୍ଷାବିତ୍‌ ଶରତ ଚନ୍ଦ୍ର କର କ୍ଷୋଭ ପ୍ରକାଶ କରିଛନ୍ତି। କରଙ୍କ ସୂଚନା ଅନୁଯାୟୀ, ଆର୍ଥତ୍କ ଅନୁଦାନ ଥାଇ ମଧ୍ୟ ଜିଲା ଶିକ୍ଷା ଅଧିକାରୀ ଟେଣ୍ଡର ପ୍ରକ୍ରିୟା ନାମରେ ବର୍ଷାଧିକ କାଳ ସମୟ ନେଇ ସାରିଲେଣ। ଏବେ ବି ଶିକ୍ଷା ଅଧିକାରୀ କେବେ ଏହି ବିଦ୍ୟାଳୟକୁ ବେଞ୍ଚ, ଡେସ୍କ ଯୋଗାଇ ଦିଆଯିବ ସେ ନେଇ କୌଣସି ସ୍ପଷ୍ଟ ଉତ୍ତର ଦେଇନାହାନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗଙ୍କୁ ପଚାରିବାରେ, ବର୍ତ୍ତମାନ ନିର୍ବାଚନ ଆଚରଣ ବିଧି ଲାଗୁ ରହିଛି। ତେଣୁ ନିର୍ବାଚନ ପରେ ତୁରନ୍ତ ଟେଣ୍ଡର ପ୍ରକ୍ରିୟା ଶେଷ କରି ଜୁଲାଇ ମାସ ସୁଦ୍ଧା ସମ୍ପୃକ୍ତ ବିଦ୍ୟାଳୟକୁ ବେଞ୍ଚ, ଡେସ୍କ ଯୋଗାଇବା ପାଇଁ ପଦକ୍ଷେପ ନିଆଯିବ। ଅପରପକ୍ଷରେ ଏହି ବିଦ୍ୟାଳୟରେ ଅଧ୍ୟକ୍ଷଙ୍କୁ ମିଶାଇ ସମୁଦାୟ ୯ ଜଣ ଶିକ୍ଷକ ନିଯୁକ୍ତି ପାଇଥିବା ବେଳେ ସେମାନଙ୍କ ପାଇଁ ଚେୟାର ଟେବୁଲ ଅଭାବ ଥିବାରୁ ଛିଡା ହୋଇ କାର୍ଯ୍ୟାଳୟରେ କାର୍ଯ୍ୟ କରୁଛନ୍ତି। ଏହା ଜିଲା ଶିକ୍ଷା ବିଭାଗର ଦାୟିତ୍ୱହୀନତା ବୋଲି ସାମାଜିକ କର୍ମୀ ହଳଧର ଦାଶ କହିଛନ୍ତି। ଅନ୍ୟପକ୍ଷରେ ଏହି ବିଦ୍ୟାଳୟ ପାଇଁ ୨୦୨୨ରୁ କେନ୍ଦ୍ରାପଡା ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଥିବା ଗୃହ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରେ ବିଳମ୍ବତା ବିଷୟରେ ବାରମ୍ବାର ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହାପରେ ସମ୍ପୃକ୍ତ ବିଭାଗ ପକ୍ଷରୁ ନିର୍ମାଣ ହେଉଥିବା ନବନିର୍ମିତ ଗୃହ କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ତପତ୍ରତା ପ୍ରକାଶ ପାଇଛି। ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ ଜ୍ୟୋତିରଞ୍ଜନ ପତିଙ୍କୁ ପଚାରିବାରେ ଆସନ୍ତା ମେ ଦ୍ୱିତୀୟ ସପ୍ତାହ ସୁଦ୍ଧା ବିଦ୍ୟାଳୟର ଗୃହ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ବିଭାଗୀୟ ସ୍ତରରେ ଉଦ୍ୟମ କରାଯାଉଛି। ତେବେ ଶିକ୍ଷାବର୍ଷ ଆରମ୍ଭରେ ବିଦ୍ୟାଳୟରେ ନବାଗତ ଛାତ୍ରୀଛାତ୍ରଙ୍କ ନାମଲେଖା ଚାଲିଥିବା ଅଧ୍ୟକ୍ଷ ପ୍ରିୟବ୍ରତ ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri