ପ୍ରଚଣ୍ଡ ଗ୍ରୀଷ୍ମରୁ ନିସ୍ତାର ନାହିଁ

ବଲାଙ୍ଗୀର ଅଫିସ, ୨୦।୪ – ଅଢ଼େଇ ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟ ଧରି ବଲାଙ୍ଗୀର ଜିଲାର ତାପମାତ୍ରା ବୃଦ୍ଧି ରାଜ୍ୟ ତଥା ଦେଶରେ ଆଲୋଚନାର ବିଷୟ ହୋଇଛି। ଟିଟିଲାଗଡ ସମେତ ଜିଲା ସଦର ମହକୁମା ବଲାଙ୍ଗୀର, ପାଟଣାଗଡ, କଣ୍ଟାବାଞ୍ଜି, ତୁଷରା ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ତାପମାତ୍ରା ୪୫ ଡିଗ୍ରୀ ଟପିଯାଉଥିବା ରେକର୍ଡ କରାଯାଉଛି। ମଙ୍ଗଳବାର ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୪.୩ ଡିଗ୍ରୀ ରେକର୍ଡ କରାଯାଇଛି। ଏହା ଜିଲାରେ ଚଳିତବର୍ଷର ସର୍ବଧିକ ତାପମାତ୍ରା। ଟିଟିଲାଗଡରେ ସର୍ବାଧିକ ତାପମାତ୍ରା ୪୩.୫ ଡିଗ୍ରୀ ରହିଛି। ପୂର୍ବାହ୍ନ ୧୦ଟା ପରେ ଲୋକେ ଘରୁ ବାହାରି ପାରୁ ନାହାନ୍ତି। ପ୍ରଚଣ୍ଡ ଗରମ ସାଙ୍ଗକୁ ବିଦ୍ୟୁତ୍‌ ବିଭ୍ରାଟ୍‌ ସଙ୍ଗୀନ ପରିସ୍ଥିତି ସୃଷ୍ଟି କରିଛି। ଗ୍ରାମାଞ୍ଚଳରେ ଏହି ସମସ୍ୟା ଆହୁରି ଉତ୍କଟ ହୋଇଛି।
ଏପ୍ରିଲ ମାସରୁ ଅନେକ ସ୍ଥାନରେ ଉତ୍କଟ ଜଳାଭାବ ଦେଖାଦେଲାଣି। ଜଳାଶୟଗୁଡିକର ଜଳସ୍ତର କମିଗଲାଣି। ଫଳରେ ଲେକେ ସ୍ନାନଶୌଚ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲୋକଙ୍କ କହିବା କଥା ଚଳିତବର୍ଷ ମାର୍ଚ୍ଚ ମାସରୁ ଖରା ବାଧିଲାଣି। ଝାଞ୍ଜି ପବନରେ ମୁହଁ ପୋଡି ଯାଉଛି। ଶ୍ରମଜୀବୀ ଶ୍ରେଣୀର ଲୋକେ ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ଅଂଶୁଘାତ ଆଶଙ୍କା ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri