ପ୍ରଚଣ୍ଡ ଗ୍ରୀଷ୍ମରୁ ନିସ୍ତାର ନାହିଁ

ବଲାଙ୍ଗୀର ଅଫିସ, ୨୦।୪ – ଅଢ଼େଇ ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟ ଧରି ବଲାଙ୍ଗୀର ଜିଲାର ତାପମାତ୍ରା ବୃଦ୍ଧି ରାଜ୍ୟ ତଥା ଦେଶରେ ଆଲୋଚନାର ବିଷୟ ହୋଇଛି। ଟିଟିଲାଗଡ ସମେତ ଜିଲା ସଦର ମହକୁମା ବଲାଙ୍ଗୀର, ପାଟଣାଗଡ, କଣ୍ଟାବାଞ୍ଜି, ତୁଷରା ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ତାପମାତ୍ରା ୪୫ ଡିଗ୍ରୀ ଟପିଯାଉଥିବା ରେକର୍ଡ କରାଯାଉଛି। ମଙ୍ଗଳବାର ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୪.୩ ଡିଗ୍ରୀ ରେକର୍ଡ କରାଯାଇଛି। ଏହା ଜିଲାରେ ଚଳିତବର୍ଷର ସର୍ବଧିକ ତାପମାତ୍ରା। ଟିଟିଲାଗଡରେ ସର୍ବାଧିକ ତାପମାତ୍ରା ୪୩.୫ ଡିଗ୍ରୀ ରହିଛି। ପୂର୍ବାହ୍ନ ୧୦ଟା ପରେ ଲୋକେ ଘରୁ ବାହାରି ପାରୁ ନାହାନ୍ତି। ପ୍ରଚଣ୍ଡ ଗରମ ସାଙ୍ଗକୁ ବିଦ୍ୟୁତ୍‌ ବିଭ୍ରାଟ୍‌ ସଙ୍ଗୀନ ପରିସ୍ଥିତି ସୃଷ୍ଟି କରିଛି। ଗ୍ରାମାଞ୍ଚଳରେ ଏହି ସମସ୍ୟା ଆହୁରି ଉତ୍କଟ ହୋଇଛି।
ଏପ୍ରିଲ ମାସରୁ ଅନେକ ସ୍ଥାନରେ ଉତ୍କଟ ଜଳାଭାବ ଦେଖାଦେଲାଣି। ଜଳାଶୟଗୁଡିକର ଜଳସ୍ତର କମିଗଲାଣି। ଫଳରେ ଲେକେ ସ୍ନାନଶୌଚ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲୋକଙ୍କ କହିବା କଥା ଚଳିତବର୍ଷ ମାର୍ଚ୍ଚ ମାସରୁ ଖରା ବାଧିଲାଣି। ଝାଞ୍ଜି ପବନରେ ମୁହଁ ପୋଡି ଯାଉଛି। ଶ୍ରମଜୀବୀ ଶ୍ରେଣୀର ଲୋକେ ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ଅଂଶୁଘାତ ଆଶଙ୍କା ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri