ଶୌଚାଳୟ, ପାନୀୟ ଜଳର ସୁବିଧା ନାହିଁ

ପଟ୍ଟାମୁଣ୍ଡାଇ, ୬।୯(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ଓ ପାନୀୟ ଜଳ ସୁବିଧା ନ ଥିବାରୁ ଏଠାକୁ ଆସୁଥିବା ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବାବେଳେ ନୂତନ ତହସିଲଦାରଙ୍କ ନିକଟରେ ଅଭିଯୋଗ କରିଛନ୍ତି।
ସାମାଜିକ କର୍ମୀ ଜ୍ୟୋତିପ୍ରକାଶ ପ୍ରଧାନ କହିଛନ୍ତି, ପଟ୍ଟାମୁଣ୍ଡାଇ ତହସିଲ ଉପରେ ନିର୍ଭରଶୀଳ ୩୧ ପଞ୍ଚାୟତର ୧୫୫ ଗ୍ରାମର ଜନସାଧାରଣ, ଛାତ୍ରୀଛାତ୍ର ଜମିଜମା କାଗଜପତ୍ର ଓ ସାର୍ଟିଫିକେଟ ପାଇଁ ଆସିବାବେଳେ ପିଇବାକୁ ପାଣି ଟୋପେ ପାଉନାହାନ୍ତି। ଶୌଚାଳୟ ନ ଥିବାରୁ ଶୌଚ ହୋଇପାରୁ ନାହାନ୍ତି। ଶୌଚ ପାଇଁ ରାସ୍ତାକଡ଼କୁ ଯାଉଛନ୍ତି। କାର୍ଯ୍ୟାଳୟକୁ ବହୁ ଦୂରରୁ ଲୋକେ ବିଭିନ୍ନ କାର୍ଯ୍ୟରେ ଆସି ଦୀର୍ଘ ସମୟ ଅପେକ୍ଷା କରୁଛନ୍ତି। ଶୋଷ ହେଲେ ପାଣି ଟୋପେ ପିଇବାକୁ ନ ମିଳିବାରୁ ସେମାନେ ବାହାର ଦୋକାନରୁ କିଣିବାକୁ ବାଧ୍ୟ ହେଉଛନ୍ତି ବୋଲି ସେ କହିଛନ୍ତି। ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ନରେନ୍ଦ୍ର ଧଳ, ହିମାଂଶୁ ବିଶ୍ୱାଳ, କୈଳାସ ସେଠୀ କହିଛନ୍ତି, ସଦରମହକୁମାଠାରୁ ଅଳପୁଆ, ଅଣ୍ଢରା, ତରଡିପାଳ, ପେଣ୍ଠପାଳ, ବଲୁରିଆ, ସିଂହଗଁା, ଅମ୍ବୁତମଣୋହି, ଖଣନ୍ତା, ବିଲିକଣା ଆଦି ପଞ୍ଚାୟତ ୨୨ରୁ ୨୫ କିମି ଦୂରରେ ରହିଛି। ଏସବୁ ପଞ୍ଚାୟତରୁ ମଧ୍ୟ ପ୍ରତିଦିନ ଶତାଧିକ ଲୋକ ଆସୁଛନ୍ତି। ମାତ୍ର ପରିତାପର ବିଷୟ ତହସିଲ କାର୍ଯ୍ୟାଳୟ ପରିସରରେ ଶୌଚାଳୟଟିଏ ନ ଥିବାରୁ ସେମାନଙ୍କୁ ହଇରାଣ ହେବାକୁ ପଡୁଛି। ମାତ୍ର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପୌରପରିଷଦ ପକ୍ଷରୁ ଇକୋ ଟଏଲେଟ ନିର୍ମାଣ ହୋଇ ଦୀର୍ଘବର୍ଷ ହେଲା ଭାଙ୍ଗିରୁଜି ପରିତ୍ୟକ୍ତ ଅବସ୍ଥାରେ ରହିଛି। ସରକାର ସ୍ବଚ୍ଛ ଭାରତ ଯୋଜନାରେ ଗ୍ରାମାଞ୍ଚଳରେ ପାଇଖାନା ନିର୍ମାଣକୁ ଗୁରୁତ୍ୱ ଦେଉଥିବାବେଳେ ଖୋଦ୍‌ ତହସିଲ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ଓ ପାନୀୟ ଜଳ ସୁବିଧା କରା ନ ଯିବା ଆଲୋଚ୍ୟର ବିଷୟ ହୋଇଛି। ଶୌଚାଳୟ ନ ଥିବାରୁ ବିଶେଷ କରି ମହିଳାମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତହସିଲ କାର୍ଯ୍ୟାଳୟ ସମ୍ମୁଖରେ କଚେରି ପୋଖରୀକୁ ରାସ୍ତା ଯାଇଛି। ସେହି ରାସ୍ତା ପାଶର୍‌ବରେ ଲୋକେ ପରିସ୍ରା କରୁଥିବାରୁ ଉକ୍ତ ଅଞ୍ଚଳ ଦୁର୍ଗନ୍ଧ ହେଉଛି। ଏପରି କି ଉକ୍ତ ରାସ୍ତା ଦେଇ ମହିଳାମାନେ ଯାତାୟାତ କରିବାକୁ ସଂକୋଚ ମନେକରୁଛନ୍ତି। ଏସବୁ ସମସ୍ୟାକୁ ଦୃଷ୍ଟିରେ ରଖି ତହସିଲ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ନିର୍ମାଣ କରିବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ତହସିଲଦାର ସମୀର ବେହେରାଙ୍କୁ ପଚାରିବାରୁ ଏହି ଅଳ୍ପଦିନ ହେବ ଏଠାରେ ନୂତନ ଭାବେ କାର୍ଯ୍ୟରେ ଯୋଗଦେଇଛି। ଯେଉଁ ସବୁ ଅସୁବିଧା ଅଛି ଧୀରେ ଧୀରେ ଦୂର କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri