ଖରିଫ ଚାଷ ପାଇଁ ସାର ନାହିଁ, ଧାର୍ଯ୍ୟ ଦରଠାରୁ ୪ ଶହ ଟଙ୍କା ଅଧିକରେ ହେଉଛି ବିକ୍ରି

ଝରିଗାଁ,୮ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି। ଚାଷୀ ତଳି ପକାଇ ରୋଇବାକୁ ଅପେକ୍ଷା କରିଥିବା ବେଳେ ସାର ଯୋଗାଣ ସମସ୍ୟା ସୃଷ୍ଟି କରିଛି। ଆବଶ୍ୟକ ସାର ଯୋଗାଣ ହେଉ ନ ଥିବାରୁ ଚାଷୀ ବଜାରରୁ ଚଢ଼ାଦରରେ କିଣିବାକୁ ବାଧ୍ୟ ହେଉଛନ୍ତି। ଏହା ଖରିଫ ଚାଷ ଉପରେ ପ୍ରଭାବ ପକାଇବ ବୋଲି ପୂର୍ବତନ ଏମ୍‌ପି ପ୍ରଦୀପ ମାଝି ଶନିବାର ଝରିଗାଁସ୍ଥିତ ନିଜ ବାସଭବନରେ ଅନୁଷ୍ଠିତ ଏକ ପ୍ରେସ୍‌ମିଟ୍‌ କରି ଅଭିଯୋଗ ଆଣିଛନ୍ତି। ଚଳିତ ବର୍ଷ ଝରିଗାଁ ବ୍ଲକରେ ୨୮ହଜାର ୪ଶହ ୨୩ଜଣ ଚାଷୀ ପ୍ରାୟ ୧୫ହଜାର ୫ଶହ ହେକ୍ଟର ହେକ୍ଟର ଜମିରେ ଖରିଫ ଚାଷ (ଧାନ, ମକା) କରିଛନ୍ତି। ତେବେ ଅଦ୍ୟାବଧି ବ୍ଲକରେ ଗୋଟିଏ ଲ୍ୟାମ୍ପସ୍‌ ଓ ୪୨ଟି ପଞ୍ଜୀକୃତ ରାସାୟନିକ ସାର ବିକ୍ରୟ କେନ୍ଦ୍ରରେ ସାର ବିକ୍ରି କରାଯାଉଛି। ବଜାରରେ ସମୟ ପୂର୍ବରୁ ଆବଶ୍ୟକଠାରୁ କମ୍‌ ସଂଖ୍ୟାର ରାସାୟନିକ ସାର ଆସିଥିବା ଫଳରେ ଚଳିତବର୍ଷର ଖରିଫ ଚାଷ ଉପରେ ଏହାର ପ୍ରଭାବ ପଡ଼ିବ ବୋଲି ଶ୍ରୀ ମାଝି କ୍ଷୋଭ ପ୍ରକାଶ କରିଛନ୍ତି। ଝରିଗାଁ ଲ୍ୟାମ୍ପରେ କେବଳ ଉକ୍ତ ସମବାୟରେ ପଞ୍ଜୀକୃତ କରିଥିବା ଚାଷୀଙ୍କୁ ଚାଷ ଋଣ ଭାବରେ ସାର ପ୍ରଦାନ କରାଯାଇଛି। ସାରର ଅଭାବ ବଜାର ଦରକୁ ଅଧିକ ବଢ଼ାଉଛି। ଅପରପକ୍ଷରେ ପଞ୍ଜୀକୃତ ରାସାୟନିକ ସାର ବିକ୍ରୟ କେନ୍ଦ୍ରଗୁଡ଼ିକରେ ସରକାରଙ୍କ ଧାର୍ଯ୍ୟଦରଠାରୁ ପ୍ରତ୍ୟେକ ସାର ବସ୍ତା ପିଛା ୪ଶହ ଟଙ୍କା ଅଧିକ ଦରରେ ବିକ୍ରି ହେଉଥିବା ନଜରକୁ ଆସୁଥିବା ନେଇ ଅଭିଯୋଗ ହୋଇଛି। ଚଳିତ ବର୍ଷ ଚାଷ ଆରମ୍ଭରୁ ସାରର ଅଭାବ କୃଷକମାନଙ୍କ ମନବଳ ଭାଙ୍ଗି ଦେଇଛି। ସାରର ଅଭାବ ଅଧିକ କ୍ଷତି କରିବ ବୋଲି ସେ ମତ ଦେଇଛନ୍ତି। ତେବେ ସ୍ବଳ୍ପ ବର୍ଷା ଏବଂ ସାରର ଅଭାବ ଯୋଗୁ ତଳି ରୁଆଯାଇ ପାରୁନାହିଁ। ଏ ସମ୍ପର୍କରେ ବ୍ଲକ କୃଷି ଅଧିକାରୀ ଗଜାନନ ସାହୁଙ୍କୁ ଯୋଗାଯୋଗ କରିବାରୁ ଗତ ସପ୍ତାହରେ ଡିଏପି ସାର ଅଭାବ ରହିଥିଲା। କିନ୍ତୁ ବର୍ତ୍ତମାନ ବଜାରରେ ସମସ୍ତ ରାସାୟନିକ ସାର ମହଜୁଦ୍‌ ରହିଛି। ସେହିପରି ଝରିଗାଁ ବ୍ଲକର ସମସ୍ତ ପଞ୍ଜୀକୃତ ରାସାୟନିକ ସାର ବିକ୍ରେତାଙ୍କୁ ସରକାରଙ୍କ ଧାର୍ଯ୍ୟ ଦରରେ ବିକ୍ରି କରିବା ପାଇଁ ବାରମ୍ବାର କୁହାଯାଉଛି। କୃଷି ଅଧିକାରୀଙ୍କ ଅକସ୍ମାତ୍‌ ପରିଦର୍ଶନ ବେଳେ ମଧ୍ୟ ଠିକ୍‌ ଦରରେ ବଜାରରେ ସାର ବିକ୍ରି ହେଉଥିବା ବ୍ଲକ କୃଷି ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?