ନାରିନ୍‌ଙ୍କ ବୋଲିଂ ଆକ୍ସନରେ ତ୍ରୁଟି ନାହିଁ

ଆବୁଧାବି, ୧୯ା୧୦ (ପି.ଟି.): କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)ର ଓ୍ବେଷ୍ଟଇଣ୍ଡିଆନ ସ୍ପିନର ସୁନୀଲ ନାରିନଙ୍କ ବୋଲିଂ ଆକ୍ସନରେ ତ୍ରୁଟି ନାହିଁ ବୋଲି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସସ୍‌ପେକ୍ଟ ବୋଲିଂ ଆକ୍ସନ କମିଟି କହିଛି। ଗତ ଶନିବାର କିଙ୍ଗ୍ସ ଇଲେଭେନ ପଞ୍ଜାବ ବିପକ୍ଷ ତାଙ୍କ ଟିମ୍‌ର ମ୍ୟାଚ ବେଳେ ନାରିନ୍‌ଙ୍କ ବୋଲିଂ ଆକ୍ସନ ନିୟମ ବହିର୍ଭୂତ ଥିଲା ବୋଲି ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ସସ୍‌ପେକ୍ଟ ବୋଲିଂ ଆକ୍ସନ କମିଟି ନିକଟରେ ରିପୋର୍ଟ ହୋଇଥିଲା। ନାରିନ ପୁନର୍ବାର ତ୍ରୁଟି କରିଥିଲେ ତାଙ୍କୁ ଲିଗ୍‌ରେ ବୋଲିଂରୁ ବଞ୍ଚତ୍ତ କରାଯାଇଥାନ୍ତା। କିନ୍ତୁ ଓ୍ବେଷ୍ଟଇଣ୍ଡିଆନ ବୋଲରଙ୍କ ବୋଲିଂ ଆକ୍ସନରେ କୌଣସି ତ୍ରୁଟି ନାହିଁ ବୋଲି ଆଇପିଏଲ୍‌ କମିଟି ହୃଦୟଙ୍ଗମ କରିଥିଲା। ରିପୋର୍ଟ ପରେ ନାରିନ୍‌ଙ୍କ ନାମ ଆଇପିଏଲ୍‌ ଓ୍ବାର୍ନିଂ ଲିଷ୍ଟରେ ସ୍ଥାନ ପାଇଥିଲା। ନାରିନ୍‌ଙ୍କ ଆକ୍ସନର ଏକ ଅଫିସିଆଲ ଆସେସମେଣ୍ଟ କରିବା ଲାଗି ସମ୍ପୃକ୍ତ କମିଟିକୁ କେକେଆର ଅନୁରୋଧ କରିଥିଲା। ପଛ ପଟ ଏବଂ ପାର୍ଶ୍ୱରୁ ସ୍ଲୋ ମୋଶନ ଫୁଟେଜ୍‌ ମଧ୍ୟ ଉପସ୍ଥାପନ କରାଯାଇଥିଲା। କମିଟି ସତର୍କତାର ସହ ଏହି ଫୁଟେଜର ବିଶ୍ଳେଷଣ କରିଥିଲା। ଓ୍ବେଷ୍ଟଇଣ୍ଡିଆନ ବୋଲର ବୋଲିଂ ଆକ୍ସନ ନିୟମ ଭିତରେ ରହିଛି ବୋଲି କମିଟି ସିଦ୍ଧାନ୍ତରେ ପହଞ୍ଚତ୍ଥିଲା। ନାରିନ ଓ କେକେଆର ବର୍ତ୍ତମାନ ଆଶ୍ୱସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri