ପୋଲିସ ତଦନ୍ତରେ ଭରସା ନାହିଁ: ସୌମ୍ୟଙ୍କ ବାପା

ଖଇରା,୨୪।୭(ଡି.ଏନ.ଏ.): ସମୟ ଯେତେ ଗଡୁଛି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ପରଦା ହଟିବା ଆଶା କ୍ଷୀଣ ହେବାରେ ଲାଗିଛି। ବିଶେଷ କରି ଗଜପତି ଏସ୍‌ପି ତପନ କୁମାର ପଟ୍ଟନାୟକ ସିଡିଆର ଯାଞ୍ଚ ପରେ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କ ବିଦ୍ୟାଭାରତୀଙ୍କ ସହ କୌଣସି ସମ୍ପର୍କ ନ ଥିବା କଥା ଗଣମାଧ୍ୟମ ଆଗରେ ପ୍ରକାଶ କରିବା ପରେ ସୌମ୍ୟଙ୍କ ପରିବାର ପକ୍ଷରୁ ପୋଲିସ ତଦନ୍ତ ଉପରେ ସନ୍ଦେହ ପ୍ରକାଶ କରାଯାଇଛି।

ବାପା ଅଭିରାମ ମହାପାତ୍ରଙ୍କ କହିବା ଅନୁଯାୟୀ, ଘଟଣାର ୧୧ଦିନ ପରେ ପୋଲିସ ଡିଏଫ୍‌ଓଙ୍କୁ ଜେରା କରିଥିଲା ା ଏତଲାରେ ସେ ମୁଖ୍ୟ ଅଭିଯୁକ୍ତ ଥିବା ବେଳେ ତାଙ୍କୁ ପ୍ରମାଣ ନଷ୍ଟ କରିବାକୁ ସମୟ ଦିଆଗଲା ା ସେହିଭଳି ପୁଣି ଥରେ ବିଦ୍ୟାଭାରତୀଙ୍କୁ ପଚରାଉଚୁରା ପାଇଁ ତାଙ୍କ ଘର କପ୍ତିପଦା ଗୌଡଗାଁକୁ ଆସୁଥିବା କୁହାଯାଉଛି। ତାଙ୍କୁ ଖଲାସ ପାଇଁ ମଧ୍ୟ ଷଡଯନ୍ତ୍ର କରାଯାଉଛି। ଏହାଛଡା ଆମ୍ବୁଲାନ୍ସ ଅଟକାଇଥିବା ଗୁରାଣ୍ଡି ଓଆଇସି ମମତା ପଣ୍ଡା, ରୋଷେୟା ମନ୍ମଥ କମ୍ବୁଙ୍କୁ ମଧ୍ୟ ଠିକ୍‌ ଭାବେ ଜେରା କରାଗଲା ନାହିଁ। ସମସ୍ତ ଘଟଣାକୁ ଦେଖିଲେ ଅଭିଯୁକ୍ତଙ୍କୁ ଖସାଇବାକୁ ପୋଲିସ ସେମାନଙ୍କ ହାତ ମିଳାଇଥିବା ନେଇ ସେ ସିଧାସଳଖ ଅଭିଯୋଗ ଆଣିଛନ୍ତି ା ଏମିତିକି କେତେଶୀଘ୍ର ବିଦ୍ୟାଭାରତୀଙ୍କୁ ଫ୍ୟାମିଲି ପେନସନ ମିଳିପାରିବ ତାର ବ୍ୟବସ୍ଥା ପୋଲିସ କରୁଛି ବୋଲି ସେ ଅଭିଯୋଗ କରିଛନ୍ତି। ଯଦି ନ୍ୟାୟ ନ ମିଳେ ତେବେ ହାଇକୋର୍ଟ ଓ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?