Posted inଜାତୀୟ

ଉତ୍ତର-ପୂର୍ବାଞ୍ଚଳର ସ୍ବତନ୍ତ୍ର ବ୍ୟବସ୍ଥାରେ ହସ୍ତକ୍ଷେପ ଉଦ୍ଦେଶ୍ୟ ନାହିଁ

ନୂଆଦିଲ୍ଲୀ,୨୪ା୮(ପି.ଟି.): ଉତ୍ତର-ପୂର୍ବ କିମ୍ବା ଅନ୍ୟ କୌଣସି ଅଞ୍ଚଳକୁ ମିଳିଥିବା ସମ୍ବିଧାନର ସ୍ବତନ୍ତ୍ର ବ୍ୟବସ୍ଥା ଉପରେ ହସ୍ତକ୍ଷେପ କରିବାର କୌଣସି ଉଦ୍ଦେଶ୍ୟ କେନ୍ଦ୍ର ସରକାରଙ୍କର ନାହିଁ। ସରକାରଙ୍କ ତରଫରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ବୁଧବାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ଯେଉଁଭଳି ଭାବରେ ଉଚ୍ଛେଦ କଲେ, ସେହିପରି ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରୁ ସ୍ବତନ୍ତ୍ର ବ୍ୟବସ୍ଥାକୁ ଉଠାଇଦେବା ଆଶଙ୍କା କରାଯାଉଛି ବୋଲି ଆଇନଜୀବୀ ମନୀଷ ତିଓ୍ବାରୀ କହିବା ପରେ ସଲିସିଟର ଜେନେରାଲ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠରେ ଏହାକୁ ଖଣ୍ଡନ କରିଥିଲେ।

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନର ଶୁଣାଣି ସାମ୍ବିଧାନିକ ପୀଠରେ ଚାଲିଥିବାବେଳେ ଅରୁଣାଚଳପ୍ରଦେଶ ବିଧାୟକ ପଦି ରିଚୋଙ୍କ ତରଫରୁ କଂଗ୍ରେସ ନେତା ତଥା ଲୋକ ସଭା ସଦସ୍ୟ ତିଓ୍ବାରୀ ଉପସ୍ଥିତ ରହି ଏକ ଇଣ୍ଟରଭେନ୍‌ଶନ ଦାଏର କରିଥିଲେ। କୌଣସି ଆଶଙ୍କା ନାହିଁ ଏବଂ ଆଶଙ୍କା ସୃଷ୍ଟି କରାଯିବାର ଆବଶ୍ୟକତା ନାହିଁ ବୋଲି ମେହେଟ୍ଟା କହିଥିଲେ। ସ୍ଥାୟୀ ଏବଂ ଅସ୍ଥାୟୀ ବ୍ୟବସ୍ଥା ମଧ୍ୟରେ ପାର୍ଥକ୍ୟ ଦେଖିବାକୁ ପଡ଼ିବ। କୌଣସି ସ୍ବତନ୍ତ୍ର ବ୍ୟବସ୍ଥାକୁ ଛୁଇଁବା କେନ୍ଦ୍ର ସରକାରଙ୍କ ଉଦ୍ଦେଶ୍ୟ ନୁହେଁ ବୋଲି ସଲିସିଟର ଜେନେରାଲ ସ୍ପଷ୍ଟ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri