ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ, ଏହି ଦିନ ଦିଆଯିବ ପ୍ରଥମ କିସ୍ତି ଟଙ୍କା

ଭୁବନେଶ୍ୱର,୪ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀ ଦାଖଲ କରିବା ଯାଏ ଫର୍ମ ଗ୍ରହଣ ହେବ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ତା’ ପରେ ବି ଯିଏ ଆବେଦନ କରିବେ ତାଙ୍କୁ ବି ପ୍ରଥମ କିସ୍ତି ମିଳିବ।  ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ କଲେ ଟଙ୍କା ମିଳିବ।

ସୂଚନାଯୋଗ୍ୟ, ଗତ ରବିବାର ଠାରୁ ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ସମସ୍ତଙ୍କୁ ଫର୍ମ ଯୋଗାଇ ଦିଆଯାଇଥିଲା । ଏହା ପରେ ସୋମବାର ସୁଭଦ୍ରା ପୋର୍ଟାଲ ଲଞ୍ଚ କରିଥିଲେ ଉପମୁଖ୍ୟମନ୍ତ୍ରୀ। ରାଜ୍ୟର ଅଙ୍ଗନଓ୍ବାଡି କେନ୍ଦ୍ର, ମୋ ସେବା କେନ୍ଦ୍ର ଇତ୍ୟାଦିରେ ଫର୍ମ ଯୋଗାଇ ଦିଆଯାଉଛି। ସେପଟେ ଆଜିଠୁ ଆରମ୍ଭ ହେଉଛି ‘ସୁଭଦ୍ରା’ ଯୋଜନାରେ ଆବେଦନ । ଯେଉଁମାନେ ଫର୍ମ ନେଇଥିଲେ ସେମାନେ ପୂରଣ କରିସାରିବା ପରେ ଆଜି ଠାରୁ ଦାଖଲ କରିପାରିବେ। ମୋ’ ସେବା କିମ୍ବା ଜନସେବା କେନ୍ଦ୍ରରେ ଆବେଦନ କରାଯିବ । ୨୧ରୁ ୬୦ ବର୍ଷର ମହିଳା ଏଥିପାଇଁ ଆବେଦନ କରିପାରିବେ । ଆଉ ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି ଟଙ୍କା ମିଳିବ। ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରକୁ ପର୍ଯ୍ୟାପ୍ତ ସୁଭଦ୍ରା ଫର୍ମ ଦିଆଯାଇଛି। ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ‘ମୋ ସେବା କେନ୍ଦ୍ର’ କିମ୍ବା ଜନସେବା କେନ୍ଦ୍ରରେ ଦାଖଲ କରିପାରିବେ  ଏବଂ ପୂରଣ କରି ଦାଖଲ କରିବା ସମ୍ପୂର୍ଣ୍ଣ ମାଗଣା ରହିଛି । ଅର୍ଥାତ କାହାରିକୁ ଟଙ୍କାଟିଏ ବି ଦେବାକୁ ପଡିବ ନାହିଁ ।

କେବଳ ଯୋଗ୍ୟ ହିତାଧିକାରୀ ହିଁ ଏହି ଯୋଜନାର ଲାଭ ପାଇପାରିବେ । ପୂର୍ବରୁ ଏଥିପାଇଁ ସ୍ବତନ୍ତ୍ର ଗାଇଡଲାଇନ ଜାରି କରି ସାରିଛନ୍ତି ରାଜ୍ୟ ସରକାର । ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ଇ-କେୱାଇସି (E-KYC) ବାଧ୍ୟତାମୂଳକ ହୋଇଥିବାରୁ ଆଧାର କାର୍ଡ ସହ ମୋବାଇଲ ଫୋନ ଲିଙ୍କ ରହିଥିବା ଆବଶ୍ୟକ । ନଚେତ ସୁଭଦ୍ରା ଯୋଜନାରୁ ଯୋଗ୍ୟ ହିତାଧିକାରୀ ବି ବଞ୍ଚିତ ହେବେ । ତେଣୁ ଅନେକ ଜନକେନ୍ଦ୍ରରେ ଏବେ E-KYC କରିବା ପାଇଁ ବି ଲମ୍ବା ଲାଇନ ଲାଗୁଥିବା ଦେଖିବାକୁ ମିଳୁଛି ।

ସୁଭଦ୍ରା ଯୋଜନାରେ ଆବେଦନ କରିବା ପାଇଁ ସଂପୂର୍ଣ୍ଣ ଦେୟମୁକ୍ତ ରହିଛି ଫର୍ମପୂରଣ ଓ ପଞ୍ଜୀକରଣ । ମହିଳାମାନେ ଉଭୟ ଇଂରାଜୀ ଓ ଓଡିଆରେ ଫର୍ମ ପୂରଣ କରିବାର ସୁବିଧା ରହିଛି । ଫର୍ମ ପୂରଣ କରିବା ଅତ୍ୟନ୍ତ ସହଜ ହୋଇଥିବା ବେଳେ ଆପଣଙ୍କୁ ସବୁ ସହାୟତା ଯୋଗାଇବା ପାଇଁ ସରକାରୀ କର୍ମଚାରୀ ଉପସ୍ଥିତ ଅଛନ୍ତି ।

ରାଜ୍ୟର ସମସ୍ତ ଜିଲାରେ ଥିବା ଅଙ୍ଗନବାଡି କେନ୍ଦ୍ରରେ ଫର୍ମ ମିଳୁଛି। କର୍ମୀମାନେ ଘରକୁ ଘର ଯାଇ ସୁଭଦ୍ରା ଫର୍ମ ବାଣ୍ଟିବା ସହ କେମିତି ଫର୍ମ ପୂରଣ କରିବେ, କେଉଁଠି ଫର୍ମ ଦାଖଲ କରିବେ, କଣ କଣ ଡକ୍ୟୁମେଣ୍ଟ ଆବଶ୍ୟକ ସେନେଇ ମହିଳାଙ୍କୁ ବୁଝାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?