Posted inଜାତୀୟ

ମୋଦିଙ୍କ ଭଳି ନାହାନ୍ତି କେହି ନେତା : ଅଜିତ ପାଓ୍ବାର…

ମୁମ୍ବାଇ,୪।୭ : ମହାରାଷ୍ଟ୍ର ରାଜନୀତିରେ ନାଟକୀୟ ପରିବର୍ତ୍ତନ ପରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇ ପଡ଼ିଛନ୍ତି। ସେ ମଭ୍‌ଗଳବାର କହିଛନ୍ତି ମୋଦିଙ୍କ ଭଳି ନେତା ଦେଶ ତଥା ସମଗ୍ର ବିଶ୍ୱରେ ନାହାନ୍ତି।
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଦକ୍ଷିଣ ମୁମ୍ବାଇରେ ତାଙ୍କ ଏନସିପି ଦଳର ନୂତନ କାର୍ଯ୍ୟାଳୟର ଉଦଘାଟନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ମୋଦିଙ୍କ ନେତୃତ୍ୱରେ ଦେଶ ଆଗକୁ ବଢୁଛି। ଆମେ ତାଙ୍କୁ ସମର୍ଥନ କରିବା ପାଇଁ ରାଜ୍ୟ ସରକାରରେ ଯୋଗ ଦେଇଛୁ। ମୋଦିଙ୍କର କୌଣସି ବିକଳ୍ପ ନାହିଁ ।

ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଜୁନ ୪ ମଙ୍ଗଳବାର ସନ୍ଦ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିବାକୁ ନାଗପୁର ଯିବାକୁ ପଡିବ, ଯେଉଁଥିପାଇଁ ରାଜ୍ୟ ମନ୍ତ୍ରଣାଳୟରେ ପୋର୍ଟଫୋଲିଓ ଆବଣ୍ଟନ ହୋଇପାରିବ ନାହିଁ। ତେବେ ଏହା ତୁରନ୍ତ ଘୋଷିତ ହେବ।

ମନ୍ତ୍ରଣାଳୟରେ ତାଙ୍କ ଯୋଗଦାନକୁ ନେଇ ଶିନ୍ଦେ ଗୋଷ୍ଠୀର କିଛି ସଦସ୍ୟ ଅସନ୍ତୁଷ୍ଟ ଅଛନ୍ତି କି ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଆମେ ସମସ୍ତେ ଏକାଠି କାମ କରିବାକୁ ନିଷ୍ପତ୍ତି ନେଇଛୁ। ଏଥିରେ ଅସନ୍ତୋଷର ପ୍ରଶ୍ନ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri