ପାଖରେ ନାହିଁ କାଣି କଉଡ଼ି, ସହାୟତା ଭରସାରେ ତାଲିବାନ୍‌…

କାବୁଲ,୧୫।୯: ତାଲିବାନ୍‌ କ୍ଷମତା ଦଖଲ କରିବା ପରେ ଏବେ ଆଫଗାନିସ୍ତାନର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ଆର୍ଥିକ ଅବସ୍ଥା ଖରାପ ହେବାରେ ଲାଗିଛି। ବନ୍ଧୁକ ମୂନରେ ଦେଶକୁ କବ୍‌ଜା କରିଥିବା ତାଲିବାନ୍‌ ପାଖରେ କାଣି କଉଡ଼ି ନାହିଁ। ଏବେ ସଂଗଠନ ଅନ୍ୟ ଦେଶର ସହାୟତା ଭରସାରେ ରହିଛି।

ଜାତିସଂଘ କହିଛି ଯେ, ଚାରି ନିୟୁତ ଆଫଗାନୀ ଖାଇବାକୁ ପାଉ ନାହାନ୍ତି। ଦେଶ ଖାଦ୍ୟର ଅଭାବ ଯୋଗୁ ଜରୁରୀକାଳୀନ ପରିସ୍ଥିତିର ସମ୍ମୁଖୀନ ହୋଇଛି। ଭୋକିଲାଙ୍କ ମଧ୍ୟରେ ଅଧିକାଂଶ ଗ୍ରାମାଞ୍ଚଳରେ ବାସ କରୁଛନ୍ତି। ଗହମ ଚାଷ, ପଶୁପାଳନ ଏବଂ ଖାଦ୍ୟ ପାଇଁ ଆଫଗାନିସ୍ତାନକୁ ନଗଦ ୩୬ ମିଲିୟନ ଡଲାରର ଆବଶ୍ୟକତା ରହିଛି।

ତାଲିବାନ୍‌ ଶାସନ ପରେ ଦେଶକୁ ବିଦେଶୀ ସହାୟତା ବନ୍ଦ ହୋଇଯାଇଛି। ଏଭଳି ପରିସ୍ଥିତିରେ ଆଫଗାନିସ୍ତାନର ଅର୍ଥନୀତିି ହ୍ରାସ ପାଉଛି ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି ହେବାରେ ଲାଗିଛି। ଜାତିସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ଯେ ଆଫଗାନିସ୍ତାନର ୯୭ ପ୍ରତିଶତ ଲୋକ ଶୀଘ୍ର ଦାରିଦ୍ର୍ୟ ସୀମାରେଖା ତଳକୁ ଯିବାର ଆଶଙ୍କା ସୃଷ୍ଟି ହୋଇଛି। ପୂର୍ବରୁ ଏହା ୭୨ ପ୍ରତିଶତ ଥିଲା।

ଗଣମାଧ୍ୟମ ସଂସ୍ଥା ନ୍ୟୁୟର୍କ ପୋଷ୍ଟ ରିପୋର୍ଟ ଅନୁସାରେ ଲୋକେ ଦୁଇବେଳା ଖାଇବାକୁ ପାଉ ନ ଥିବାରୁ ସ୍ଥିତି ଧୀରେଧୀରେ ଖରାପ ହେବାରେ ଲାଗିଛି। ସେମାନଙ୍କ ପାଖରେ କୌଣସି ଅତ୍ୟାବଶ୍ୟକ ସାମଗ୍ରୀ ନାହିଁ।
ଆଫଗାନିସ୍ତାନର ସ୍ଥିତି ନେଇ ଅନ୍ତର୍ଜାତୀୟ ସମୁଦାୟ ସହାୟତାର ହାତ ବଢ଼ାଇବା ଲାଗି ଜାତିସଂଘ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri