Posted inଜାତୀୟ

ଦମ୍ପତିଙ୍କ ବ୍ୟକ୍ତିଗତ ସମ୍ପର୍କରେ ସାମାଜିକ ସ୍ବୀକୃତି ଆବଶ୍ୟକ ନୁହେଁ, ହାଇକୋର୍ଟ…

ପାଟନା, ୨୯।୬ : ଦମ୍ପତିଙ୍କ ବ୍ୟକ୍ତିଗତ ସମ୍ପର୍କରେ ସାମାଜିକ ସ୍ବୀକୃତିର ଆବଶ୍ୟକତା ନାହିଁ। ପାଟନା ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ବିଚାରପତି ଅହସାନୁଦ୍ଦିନ ଅମାନୁଲାହ ଏବଂ ପୂର୍ଣ୍ଣେନ୍ଦୁ ସିଂଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ଦାମ୍ପତ୍ୟ ମାମଲାର ଶୁଣାଣି କରି କହିଛନ୍ତି ଯେ ସାବାଳକଙ୍କର ନିଜ ପସନ୍ଦର ଜୀବନ ସାଥୀ ଚୟନ କରିବା ଏକ ସାମ୍ବିଧାନିକ ଅଧିକାର।

ସମ୍ବିଧାନର ଅନୁଚ୍ଛେଦ ୧୯ ଏବଂ ୨୧ ଦ୍ୱାରା ଦେଶର ନାଗରିକଙ୍କୁ ଏହି ଅଧିକାର ପ୍ରଦାନ କରାଯାଇଛି। ଏହାର ଉଲ୍ଲଂଘନ କରାଯାଇ ପାରିବ ନାହିଁ। ବିବାହ କ୍ଷେତ୍ରରେ ବ୍ୟକ୍ତିଗତ ଚୟନ ଅଧିକାରକୁ ସୀମିତ କରାଯାଇ ପାରିବନି। ଏହା ସହିତ ବ୍ୟକ୍ତିଗତ ସମ୍ପର୍କ କ୍ଷେତ୍ରରେ ସାମାଜିକ ସ୍ବୀକୃତି ଆଇନ ଦୃଷ୍ଟିରେ ଠିକ୍‌ ନୁହେଁ ବୋଲି ଖଣ୍ଡପୀଠ କହିଛନ୍ତି।

ଏହା ସହିତ ଖଣ୍ଡପୀଠ କୋର୍ଟରେ ଉପସ୍ଥିତ ଥିବା ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସମ୍ପର୍କରେ ପଚାରିଥିଲେ। ମହିଳା ଜଣକ ସେମାନେ ନିଜ ଇଛାରେ ବିବାହ କରିଥିବା ସୂଚନା ପ୍ରଦାନ କରିଥିଲେ। ଏହାପରେ ଖଣ୍ଡପୀଠ ମହିଳାଙ୍କ ପିତାଙ୍କ ପକ୍ଷରୁ କରାଯାଇଥିବା ଝିଅଙ୍କ ସୁରକ୍ଷା ସମ୍ପର୍କିତ ଆବେଦନ ବିଷୟରେ କହିଛନ୍ତି ଯେ, ଏକ୍ଷେତ୍ରରେ ବିବାହିତା ନିଜ ସ୍ବାମୀଙ୍କ ଘରକୁ ଯିବା ଆଇନଗତ।

ଖଣ୍ଡପୀଠ ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସହିତ ଯିବାକୁ ଅନୁମତି ପ୍ରଦାନ କରିଛନ୍ତି। ଏହା ସହିତ ମହିଳାଙ୍କ ବିବାହକୁ ବେଆଇନ ଘୋଷଣା ଲାଗି ତାଙ୍କ ପିତାଙ୍କ ପକ୍ଷରୁ କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri