Posted inଜାତୀୟ

ଭୟଭୀତ ହେବାର ଆବଶ୍ୟକତା ନାହିଁ

ବେଙ୍ଗାଲୁରୁ,୨।୧୨: ଗୁରୁବାର ପ୍ରଥମ ଥର ପାଇଁ ଦେଶରେ କୋଭିଡ୍‌-୧୯ର ଓମିକ୍ରନ ଭାରିଆଣ୍ଟାରେ ଆକ୍ରାନ୍ତ ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବିଶ୍ୱର ୩୦ତମ ଦେଶ ଭାବେ ଭାରତରେ ଚିହ୍ନଟ ହୋଇଛି କରୋନା ଭାଇରସର ନୂଆ ଷ୍ଟ୍ରେନ। କିନ୍ତୁ ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ।

”ଦୁଇ ଆକ୍ରାନ୍ତ କର୍ନାଟକର ଏବଂ ସେମାନଙ୍କ ବୟସ ଯଥାକ୍ରମେ ୬୬ ଓ ୪୬। ଆକ୍ରାନ୍ତଙ୍କ ପ୍ରିଭେସିକୁ ସୁରକ୍ଷା ଦେବା ପାଇଁ ସେମାନଙ୍କ ନାମ ପ୍ରକାଶ କରାଯିବ ନାହିଁ। ଉଭୟଙ୍କ ସଂସ୍ପର୍ଶରେ ଆସିଥିବା ପ୍ରତ୍ୟେକଙ୍କୁ ଟ୍ରେସ କରାଯାଇ ସାରିଛି। ସେମାନଙ୍କ ଟେଷ୍ଟ ଚାଲିଛି। ଦୁହିଁଙ୍କ ଠାରେ ଏପର୍ଯ୍ୟନ୍ତ ଗୁରୁତର ଲକ୍ଷଣ ଦେଖାଯାଉ ନାହିଁ। ଓମିକ୍ରନ ଚିହ୍ନଟ ହୋଇଥିବାରୁ ଭୟଭୀତ ହେବାର ଆବଶ୍ୟକତା ନାହିଁ। କିନ୍ତୁ ସଚେତନତା ଅତ୍ୟନ୍ତ ଜରୁରୀ। କୋଭିଡ୍‌ ନିୟମର ପାଳନ କରନ୍ତୁ। ସମାବେଶରୁ ଦୂରେଇ ରୁହ“ ବୋଲି ଅଗ୍ରାଓ୍ବାଲ କହିଛନ୍ତି।

ସୂତ୍ରରୁ ଜଣାପଡ଼ିଛି ଯେ, ୬୬ ବର୍ଷୀୟ ଜଣେ ବିଦେଶୀ। ସେ ନିକଟରେ ଦକ୍ଷିଣ ଆଫ୍ରିକା ଯାଇଥିଲେ। ୪୬ ବର୍ଷୀୟ ଆକ୍ରାନ୍ତ ବେଙ୍ଗାଲୁରୁର ଜଣେ ସ୍ବାସ୍ଥ୍ୟ କର୍ମଚାରୀ। ଉଲ୍ଲେଖଯୋଗ୍ୟ, କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଅନ୍ୟ ଅପେକ୍ଷା ଅତ୍ୟଧିକ ସଂକ୍ରାମକ। କିନ୍ତୁ ଏହା ଡେଲ୍ଟା ଭାରିଆଣ୍ଟ ଭଳି ମାରତ୍ମକ କି ନୁହେଁ ତାହାର କୌଣସି ପ୍ରମାଣ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri