ଗାଁରେ ନାହିଁ ନେଟୱର୍କ

କେନ୍ଦୁଝର, ୧୮।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ତାଳପଦା ପଞ୍ଚାୟତ ଅଞ୍ଚଳରେ ମୋବାଇଲ ନେଟଓ୍ବାର୍କ ସୁବିଧା ନ ଥିବାରୁ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହେଉଛନ୍ତି। ବଣପାହାଡ଼ ଘେରା ଏହି ଦୁର୍ଗମ ଅଞ୍ଚଳରେ ଅନଲାଇନ ପାଠପଢା ଏବଂ ପରୀକ୍ଷା ବାଧାପ୍ରାପ୍ତ ହୋଇଛି। ଅନଲାଇନରେ ପାଠ ପଢିବା ପାଇଁ ୫/୬ କି.ମି. ଚାଲି ଚାଲି ଉଚ୍ଚ ଜାଗାକୁ ଯିବାକୁ ପଡୁଛି। ତାଳପଦା ପଞ୍ଚାୟତର ଗୁରୁମ, ତାଳପଦା, ଶିମିଳିପାଳ, ରଙ୍ଗମାଟିଆ ଗ୍ରାମରେ ଆଦୌ ଟାୱାର ନାହିଁ। ପଙ୍ଗା ଓ ବଡଖମଣରେ ବିଏସ୍‌ଏନ୍‌ଏଲ ଟାୱାର ଅଛି କିନ୍ତୁ ଇଣ୍ଟରନେଟ ନାହିଁ। ଏହାକୁ ନେଇ ସ୍ଥାନୀୟ ଲୋକେ ତଥା ଛାତ୍ରୀଛାତ୍ର ପୂର୍ବରୁ ଜିଲାପାଳ ଓ ତେଲକୋଇ ବିଡିଓଙ୍କୁ ଜଣାଇଥିଲେ ହେଁ ସମାଧାନ ହୋଇନାହିଁ। ତେଣୁ ସେମାନେ ଏ ନେଇ ସୋମବାର ପୁଣି ଜିଲାପାଳଙ୍କ ନିକଟକୁ ଆସି ଅଭିଯୋଗ କରି ମୋବାଇଲ ଟାୱାର ବସାଇବା ପାଇଁ ପଦକ୍ଷେପ ନେବାକୁ ଦାବି କରିଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ସମାଧାନ ନ ହେଲେ ସେମାନେ ଫେବୃୟାରୀ ୧ରୁ ତେଲକୋଇ ବିଡିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ କରିବେ ବୋଲି ଛାତ୍ରଛାତ୍ରୀ ମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri