୮୩୦୦ ଗାଁକୁ ନାହିଁ ପକ୍କା ରାସ୍ତା

ଭୁବନେଶ୍ୱର,୩୧।୭(ଅନିଲ ଦାସ): ରାଜ୍ୟର ୮୩୦୦ଗାଁକୁ ପକ୍କା ରାସ୍ତା ନାହିଁ। ମାତ୍ର ୨୦,୧୪୦ଟି ଗାଁକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ହୋଇପାରିଛି। ରାଜ୍ୟରେ ପ୍ରାୟ ୫୯,୯୭୧ ଗାଁ ଥିବାବେଳେ ସେଥିରୁ ମାତ୍ର ୨୦,୧୪୦ଟି ଗାଁରେ ପାଇପ୍‌ ଯୋଗେ ପାନୀୟ ଜଳଯୋଗାଣ ବ୍ୟବସ୍ଥା ସମ୍ଭବପର ହୋଇପାରିଛି। ଅର୍ଥାତ ୩୯,୮୩୧ଟି ଗାଁରେ ପାଇପ୍‌ ଯୋଗେ ପାନୀୟ ଜଳ ସୁବିଧା ନାହିଁ। ବିଜେଡି ବିଧାୟକ ଧ୍ରୁବଚରଣ ନାୟକଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ମଙ୍ଗଳବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଏପର୍ଯ୍ୟନ୍ତ ୨୦,୧୪୦ଟି ଗାଁକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ହୋଇଛି। ରାଜ୍ୟର ସମସ୍ତ ଗାଁକୁ ଆସନ୍ତା ୨୦୨୫ ଡିସେମ୍ବର ସୁଦ୍ଧା ପାଇପ୍‌ ଯୋଗେ ଜଳଯୋଗାଣ କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି। ଏଥିରୁ କୌଣସି ପାନୀୟ ଜଳ ପ୍ରକଳ୍ପ ସମ୍ପୂର୍ଣ୍ଣ ଅଚଳ ଥିବା ବିଭାଗର ଦୃଷ୍ଟିଗୋଚର ହୋଇନାହିଁ। ପାଇପ୍‌ ଯୋଗେ ଜଳଯୋଗାଣ ଅଚଳ ହେବା ଅଭିଯୋଗ ଆସିଲେ ତୁରନ୍ତ ପଦକ୍ଷେପ ନିଆଯାଇ ୭୨ଘଣ୍ଟା ମଧ୍ୟରେ ମରାମତି କରାଯାଇ ପାନୀୟ ଜଳ ଯୋଗାଣ କରାଯାଇଥାଏ। ସେହିପରି ରାଜ୍ୟରେ ମୋଟ ୫୯,୯୭୧ଟି ଗାଁ ମଧ୍ୟରୁ ୫୧,୬୭୧ଟି ଗାଁକୁ ପକ୍କାରାସ୍ତା ନିର୍ମାଣ କରାଯାଇଛି। ବାକି ୮୩୦୦ ଗାଁକୁ ବିଭିନ୍ନ ଯୋଜନାରେ ପର୍ଯ୍ୟାୟକ୍ରମେ ପକ୍କା ରାସ୍ତା ସଂଯୋଗ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?