ନୂଆଗାଁ ଡାକ୍ତରଖାନାରେ ସ୍ଥାୟୀ ଡାକ୍ତର ନାହାନ୍ତି

ନୂଆଗାଁ,୨୩।୬(ଧନେଶ୍ୱର ସାହୁ ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନୂଆଗାଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଦୀର୍ଘ ବର୍ଷ ହେଲା ଡାକ୍ତର ନାହାନ୍ତି। ଫଳରେ ସାଧାରଣ ଚିକିତ୍ସା ପାଇଁ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ଯିବାକୁ ପଡୁଛି। ତେଣୁ ତୁରନ୍ତ ନୂଆଗାଁ ଡାକ୍ତରଖାନାରେ ସ୍ଥାୟୀ ଡାକ୍ତର ନିଯୁକ୍ତି କରିବା ସହ ସମସ୍ତ ପଦବୀ ପୂରଣ କରାଯାଉ ବୋଲି ଦାବି କରିଛନ୍ତି ନୂଆଗାଁ କୃଷକ ବିକାଶ ମଞ୍ଚ ଓ ଅଞ୍ଚଳବାସୀ।
ମହିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ରହିଛି ନୂଆଗାଁ ସ୍ବାସ୍ଥ୍ୟକେନ୍ଦ୍ର, ବାହାଡାଝୋଲା ସ୍ବାସ୍ଥ୍ୟକେନ୍ଦ୍ର, ଡିମିରିପଲି ସ୍ବାସ୍ଥ୍ୟକେନ୍ଦ୍ର ଓ ଜଗନ୍ନାଥପ୍ରସାଦ ସ୍ବାସ୍ଥ୍ୟକେନ୍ଦ୍ର। ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ଲେଖାଏ ଏମ୍‌ବିବିଏସ୍‌ ଡାକ୍ତର, ଆୟୁଷ ଡାକ୍ତର, ଫାର୍ମାସିଷ୍ଟ , ଏଏନ୍‌ଏମ୍‌ , ଦୁଇ ଜଣ ଆଟେଣ୍ଟାଣ୍ଟ, ଜଣେ ଲାବୋରେଟୋରି ଆସିଷ୍ଟାଣ୍ଟ, ଦୁଇ ଜଣ ଝାଡୁଦାର ରହିବାର ବ୍ୟବସ୍ଥା ରହିଛି। କିନ୍ତୁ କୌଣସି ଡାକ୍ତରଖାନାରେ ସମସ୍ତ କର୍ମଚାରୀ ନାହାନ୍ତି। କେବଳ ଡିମିରିପଲି ସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ଏମ୍‌ବିବିଏସ୍‌ ଡାକ୍ତର ଥିବା ବେଳେ ଅନ୍ୟ ଡାକ୍ତରଖାନାରେ ସେହି ପଦବୀ ଖାଲି ପଡିଛି। କୋରଡା , ସୋରଡା, ସିକ୍ରିଡା, ଉଦୟପୁର, ନୂଆଗାଁ, ମାଇଛେଳି ଆଦି ପଞ୍ଚାୟତର ୧ହଜାରରୁ ଊର୍ଦ୍ଧ୍ୱ ଲୋକ ନୂଆଗାଁ ଡାକ୍ତରଖାନା ଉପରେ ନିର୍ଭର କରୁଥିଲେ ମଧ୍ୟ ଦୀର୍ଘ ବର୍ଷ ହେଲା ଏମ୍‌ବିବିଏସ୍‌ ଡାକ୍ତର ରହୁନାହାନ୍ତି। ଜଣେ ଆୟୁଷ ଡାକ୍ତରଙ୍କୁ ସପ୍ତାହରେ ଦୁଇ ଦିନ ପାଇଁ ଡେପୁଟେଶନରେ ଦିଆଯାଇଛି। ନୂଆଗାଁରେ ନିଯୁକ୍ତି ପାଇଥିବା ଲାବୋରେଟୋରି ଆସିଷ୍ଟାଣ୍ଟଙ୍କୁ ବାହାଡାଝୋଲା ଡେପୁଟେଶନରେ ଦିଆଯାଇଛି। ଜଣେ ଫାର୍ମାସିଷ୍ଟ ରୋଗୀଙ୍କ ସେବା କରିବାକୁ ବାଧ୍ୟ ହେଉଛନ୍ତି। ୬୭ ଲକ୍ଷ ଟଙ୍କା ବ୍ୟୟରେ ଡାକ୍ତରଖାନାର ନୂତନ ଗୃହ ନିର୍ମାଣ କରାଯାଇଥିଲେ ମଧ୍ୟ ସ୍ଥାୟୀ ଡାକ୍ତର ନ ଥିବାରୁ ରୋଗୀମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ପ୍ରଥମେ ନୂଆଗାଁ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି ସହ ଖାଲି ଥିବା ସମସ୍ତ ପଦବୀ ପୂରଣ କରି ତା’ପରେ ନୂତନ ଗୃହକୁ ଉଦ୍‌ଘାଟନ କରାଯାଉ ବୋଲି ନୂଆଗାଁ ବ୍ଲକ କୃଷକ ବିକାଶ ମଞ୍ଚର ଆବାହକ ତଥା ନୂଆଗାଁ ପୂର୍ବତନ ସରପଞ୍ଚ ଶରତ ଚନ୍ଦ୍ର ସ୍ବାଇଁଙ୍କ ସମେତ ଅନ୍ୟମାନେ ଦାବି କରିଛନ୍ତି। ନୂଆଗାଁ ଡାକ୍ତରଖାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥ କଡରେ ଥିବାରୁ ନୂଆଗାଁରେ ସ୍ଥାୟୀ ଡାକ୍ତର ନିଯୁକ୍ତି ସହ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ନିହାତି ଆବଶ୍ୟକ ବୋଲି ନୂଆଗାଁ ପୂର୍ବତନ ସମିତି ସଭ୍ୟ ରମେଶ ଚନ୍ଦ୍ର ପ୍ରଧାନ, ପୂର୍ବତନ ସରପଞ୍ଚ ଗଜେନ୍ଦ୍ର ନାଥ ପ୍ରଧାନ, ପୂର୍ବତନ ସମିତି ସଭ୍ୟ ଗୋପବନ୍ଧୁ ଖଣ୍ଡୁଆଳ ପ୍ରମୁଖ କହିଛନ୍ତି। ତେବେ ସ୍ଥାୟୀ ଡାକ୍ତର ନିଯୁକ୍ତି ବାବଦରେ ମହିପୁର ଗୋଷ୍ଠୀ କେନ୍ଦ୍ର ଅଧିକାରୀ ଡା. ସତିଶ ନିବେଦନଙ୍କୁ ପଚାରିବାରେ ସ୍ଥାୟୀ ଡାକ୍ତର ନିଯୁକ୍ତି କରିବାର ବ୍ୟବସ୍ଥା କରିଛୁ। କିଛି ଦିନ ମଧ୍ୟରେ ଡାକ୍ତର ଯୋଗ ଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri