ମୁଣ୍ଡ ଗୁଞ୍ଜିବାକୁ ପକ୍କାଘର ମିଳୁନି

ଜଗତ୍‌ସିଂହପୁର ଅଫିସ, ୨୧ା୧୧: କେନ୍ଦ୍ର ହେଉ କି ରାଜ୍ୟ ସରକାର ଯୋଜନା ପରେ ଯୋଜନା କରି ଚାଲିଛନ୍ତି। କିନ୍ତୁ ଏସବୁ ଯୋଜନା ବାଟବଣା ହେଉଛି। ପ୍ରକୃତ ହିତାଧିକାରୀ ଏଥିରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି ସଙ୍ଗିନ ଅଭିଯୋଗ କରିଛନ୍ତି ଜଗତ୍‌ସିଂହପୁର ବ୍ଲକ ସାଳଜଙ୍ଗ ପଞ୍ଚାୟତ ଅନ୍ତର୍ଗତ ଜୋତ ଗ୍ରାମର କିଛି ଲୋକ। ସେମାନଙ୍କ କହିବାନୁଯାୟୀ, ଏହି ଗ୍ରାମର ଶେଖ ମହମ୍ମଦ ଅବୁ ବକରଙ୍କ ଭଳି ଅନେକ ଲୋକ ଦାରିଦ୍ର୍ୟ ସୀମାରେଖା ତଳେ ରହିଛନ୍ତି। ମାତ୍ର ସେମାନେ ଆବାସିକ ଯୋଜନାରୁ ବଞ୍ଚତ୍ତ ହୋଇଛନ୍ତି। ଅବୁ ବକରଙ୍କ କହିବା କଥା ହେଲା, ସ୍ତ୍ରୀ ଓ ୨ ପୁଅକୁ ନେଇ ତାଙ୍କ ପରିବାର । ପ୍ରତ୍ୟହ ମଜୁରି ନ ଲାଗିଲେ ୪ ପ୍ରାଣୀ କୁଟୁମ୍ବଙ୍କୁ ଚଳାଇବା କଷ୍ଟକର। ଏଣେ ରୋଜଗାର ଚିନ୍ତା ତ ଅନ୍ୟପଟେ ମୁଣ୍ଡ ଗୁଞ୍ଜିବାକୁ ପକ୍କା ଘରଟିଏ ନାହିଁ। ଦୀର୍ଘ ବର୍ଷ ହେବ ଜରି ପଡ଼ିଥିବା ଘରେ କଷ୍ଟେମଷ୍ଟେ ଦିନ କାଟୁଛନ୍ତି ଏହି ଘରେ ରାତିରେ ତାରା ଓ ଦିନରେ ଖରା ଦେଖିବାକୁ ପଡୁଛି। ବର୍ଷା ହୋଇଗଲେ ପଡୋଶୀଙ୍କ ଘରେ ଆଶ୍ରା ନେବାକୁ ବାଧ୍ୟ ହେଉଛନ୍ତି । ଅନେକ ସମୟରେ ସାପ ଆଦି ଯନ୍ତୁ ଘରେ ପଶି ଯାଉଛନ୍ତି। ପ୍ରତ୍ୟେକ ଦିନ ବିପଦରେ କାଳାତିପାତ କରିବାକୁ ପଡୁଛି । ପକ୍କା ଘର ଖଣ୍ଡେ ପାଇଁ ସେ ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇ ନିରାଶ ହୋଇଛନ୍ତି। ଏ ପରିସ୍ଥିତିରେ ଭାଗ୍ୟକୁ ଆଦରି ରହିବା ଛଡା ତାଙ୍କ ପାଖରେ ଆଉ କିଛି ଉପାୟ ନାହିଁ ବୋଲି ସେ କ୍ଷୋଭର ସହ କହିଛନ୍ତି। ଏସମ୍ପର୍କରେ ବିଡିଓ ସାଗର ନନ୍ଦଙ୍କୁ ମୋବାଇଲ୍‌ରେ ଯୋଗାଯୋଗ କରାଯାଇଥିଲା, ମାତ୍ର ସେ ଫୋନ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri